୨୨ ମଣ୍ଡପରେ ଦେବୀ ପଦ୍ମାଳୟା

ବଅଁରପାଳ, ୧୫ା୧୦ (ଡି.ଏନ.ଏ.): ବଅଁରପାଳ ବ୍ଲକରେ ମା’ ଲକ୍ଷ୍ମୀଙ୍କ ପୂଜା ଧୁମ୍‌ଧାମରେ ଚାଲିଛି। ବଅଁରପାଳରେ ୧୩ ମଣ୍ଡପ ହୋଇଥିବା ବେଳେ କୁଲାଡ଼ରେ ୯ ମଣ୍ଡପରେ ମା’ ପଦ୍ମାଳୟାଙ୍କ ଆରାଧନା ହେଉଛି। ଆକର୍ଷଣୀୟ ତୋରଣ ସାଙ୍ଗକୁ ସୁସଜ୍ଜିତ ମେଢ଼ ରଙ୍ଗିନ ଆଲୋକମାଳାରେ ଝଲସି ଉଠୁଛି। ଦୈନିକ ବିଭିନ୍ନ କମିଟି ପକ୍ଷରୁ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି। ମିନାବଜାର ଓ ଦୋଳିର ମଜା ନେବାକୁ ପ୍ରବଳ ଭିଡ଼ ହେଉଛି। ଚଳିତବର୍ଷ କେତେକ ସ୍ଥାନରେ ଚାନ୍ଦି ମେଢ ଓ ରୁପା ମୁକୁଟ କରାଯାଇଥିବାରୁ ଏହା ଆକର୍ଷଣର କେନ୍ଦ୍ରବିନ୍ଦୁ ହୋଇଛି। ଡେଲି ମାର୍କେଟ ପୂଜା କମିଟି ପକ୍ଷରୁ ଚାନ୍ଦି ମେଢ ନିର୍ମାଣ କରାଯାଇଛି। ବଡ଼ ବଜାର, ଲକ୍ଷ୍ମୀ ନାରାୟଣ ପୂଜା କମିଟି, ସିଦ୍ଧେଶ୍ୱର ବଜାର, ପଞ୍ଚଶ୍ରୀକ୍ଷେତ୍ର ବଜାର, ଦୁର୍ଗା ବଜାର, ସନ୍ତ୍ରୀ ଛକ, ଶାନ୍ତି ବଜାର, ଅନ୍ନପୂର୍ଣ୍ଣା ବଜାର, ଧନ ଲକ୍ଷ୍ମୀ ପୂଜା କମିଟି ଆଦି ପୂଜା କମିଟି ପକ୍ଷରୁ ଦେବୀଙ୍କ ପୂଜା ପାଳନ କରାଯାଉଛି। ସେହିପରି କୁଲାଡ଼ ଗ୍ରାମର କୁଲାଡ଼ ଛକ, ବିଗ୍‌ ପଣ୍ଡ, ମା’ ବ୍ରହ୍ମୟାଣୀ, ଫ୍ରେଣ୍ଡସ କ୍ଲବ, ସାହାର କ୍ଲବ, ପ୍ରିନ୍ସ କ୍ଲବ, ବଣିକ ସଂଘ, ଆଲୁମିନିୟମ ହାଇସ୍କୁଲ କମିଟି ଓ ବାବାସ କ୍ଲବ ଆଦି ୯ ମଣ୍ଡପରେ ପୂଜା ଚାଲିଛି। ସେହିପରି ଗିରାଙ୍ଗ ବଣିକ ସଂଘ ପକ୍ଷରୁ ପୂଜା ଅନୁଷ୍ଠିତ ହୋଇଯାଇଛି। ଶୁକ୍ରବାର ମା’ଙ୍କ ଭସାଣି ଉତ୍ସବ ଆୟୋଜନ କରାଯାଇଥିଲା। ବିଭିନ ବାଦ୍ୟ, ନୃତ୍ୟରେ ଗିରଙ୍ଗ ଛକଠାରୁ ଶୋଭାଯାତ୍ରା ବାହାରିଥିଲା। ନାଲ୍‌କୋ ନଗର ପରିକ୍ରମା କରାଯିବା ପରେ ଦେବୀଙ୍କୁ ନିକଟସ୍ଥ ଜଳାଶୟରେ ବିସର୍ଜନ କରାଯାଇଥିଲା। ବଜାରର ସମସ୍ତ ବ୍ୟବସାୟୀ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓପିଏସସି କାର୍ଯ୍ୟାଳୟ ଆଗରେ ଡିଗ୍ରିଧାରୀ ଡାକ୍ତରୀ ଛାତ୍ରୀଛାତ୍ରଙ୍କ ଧାରଣା

କଟକ,୬।୪(ଶିଳ୍ପା ପ୍ରିୟଦର୍ଶିନୀ): କଟକ ଓପିଏସ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ଡିଗ୍ରିଧାରୀ ଡାକ୍ତରୀ ଛାତ୍ରୀଛାତ୍ର ପ୍ରତିବାଦ କରିଛନ୍ତି। ନିଯୁକ୍ତି ପାଇ ନ ଥିବା ଶତାଧିକ ଏମ୍‌ବିବିଏସ୍‌ ଡାକ୍ତର ବିକ୍ଷୋଭ ପ୍ରଦର୍ଶନ…

ପୁଣି ସରଣ୍ଡାରେ ବିସ୍ଫୋରଣ: କୋବ୍ରା ୨୦୫ ବାଟାଲିୟନର ଯବାନ ଆହତ

ବଣାଇଁ,୬।୪(ପ୍ରଦୀପ ତ୍ରିପାଠୀ): ଓଡ଼ିଶା-ଝାଡଖଣ୍ଡ ସୀମା ସଂଲଗ୍ନ ସରଣ୍ଡା ଜଙ୍ଗଲରେ ସୋମବାର ପୁଣି ବିସ୍ଫୋରଣର ଖବର ସାମ୍ନାକୁ ଆସିଛି। ଯାହା ସୁରକ୍ଷା ବ୍ୟବସ୍ଥା ଏବଂ ନକ୍ସଲ କାର୍ଯ୍ୟକଳାପକୁ ନେଇ…

କଲେଜରୁ ଫେରୁଥବା ବେଳେ ଯୁବତୀଙ୍କୁ ଅପହରଣ: କାର ଭିତରକୁ ନେଇ..

ପାଟକୁରା,୬।୪(ରବୀନ୍ଦ୍ର ନାଥ ବାରିକ): କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଳକ ଅଧୀନ କୁଳତୁଠୀ ଅରକ୍ଷିତ ଦାସଙ୍କ ମନ୍ଦିର ନିକଟ ନଦୀ ବନ୍ଧଗଡା ନିକଟର ଜଣେ ଯୁବତୀଙ୍କୁ ଅପହରଣ କରାଯାଇଛି।…

ସରକାରଙ୍କ ବଡ଼ ପଦକ୍ଷେପ: ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ପୁରୁଣା ଗାଡ଼ି

କଟକ,୨।୪(କାର୍ତ୍ତିକ ସାହୁ): ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟର ପରିବହନ ବ୍ୟବସ୍ଥାକୁ ଉନ୍ନତ ଏବଂ ଯାତ୍ରୀମାନଙ୍କ ନିରାପତ୍ତାକୁ ସୁଦୃଢ଼ କରିବା…

ବସ ଡ୍ରାଇଭର-ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ, ରାସ୍ତାରେ ବସ ରଖି ଡ୍ରାଇଭର ଗଲେ ମେଡିକାଲ

ଭଦ୍ରକ,୬ା୪(ସନାତନ ରାଉତ): ଭଦ୍ରକ ଆରଡ଼ି ଛକ ନିକଟରେ ଜାତୀୟ ରାଜପଥ ସର୍ଭିସ ରୋଡରେ ଅଭାବନୀୟ ଘଟଣା । ବସ ଡ୍ରାଇଭର ଓ ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ…

ପୁଅ ବିବାହ ଭୋଜି ଦିନ ଆତ୍ମହତ୍ୟା କରିଦେଲେ ବାପା

ଲୋଇସିଂହା,୬।୪(ସୁଶାନ୍ତ ବାରିକ): ଶନିବାର ଥିଲା ପୁଅ ବାହାଘର। ବାହାଘର ଯଥାରୀତି ସମ୍ପନ୍ନ ହେଲା। ଭୋର ସମୟରେ ବନ୍ଦାପନା କରି ନବବଧୂଙ୍କୁ ଶାଶୁଘରେ ସ୍ବାଗତ କରାଯାଇଥିଲା। ହେଲେ ପୁଅର…

ଓଡ଼ିଆ ପକ୍ଷରେ ଐତିହାସିକ, ଧାର୍ମିକସ୍ଥଳକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ପକ୍ଷରୁ ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀଙ୍କ ତତ୍ୱାବଧାନରେ ଐତହ ଓ ଧାର୍ମିକସ୍ଥଳଗୁଡ଼ିକରେ ସଫେଇ…

ଟ୍ରିବ୍ୟୁନାଲ ରାୟ ପରେ ବଂଶଧାରା ନଦୀରେ ବନ୍ଧ ନିର୍ମାଣ ପାଇଁ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜଲା ଅନ୍ତର୍ଗତ ଚିରସ୍ରୋତା ପୁଣ୍ୟତୋୟା ବଂଶଧାରା ନଦୀ ଉପର ମୁଣ୍ଡରେ ଜଳ ଆନିକଟ ପ୍ରକଳ୍ପ ନିର୍ମାଣ କରିବା ସମ୍ପର୍କରେ ଦାବି ଉଠିଛି  ।ଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri