୨ ବର୍ଷ ପରେ ମା’ଙ୍କ ଦର୍ଶନ କରିବେ ଭକ୍ତ

ଜୁନାଗଡ,୧୭।୯(ଡି.ଏନ.ଏ.): କଳାହାଣ୍ଡି ଜିଲା ଜୁନାଗଡର ଅଧିଷ୍ଟାତ୍ରୀ ଦେବୀ ମା’ ଲଙ୍କେଶ୍ୱରୀଙ୍କ ଖଣ୍ଡାବସା ପର୍ବ ଆଜି (ଶନିବାର) ପାଳନ ହେବ। କୋଭିଡ୍‌ କଟକଣା ଯୋଗୁ ଗତ ୨ ବର୍ଷ ହେଲା ବିନା ଭକ୍ତରେ ମା’ଙ୍କ ପର୍ବ ପାଳିତ ହେଉଥିଲା। ଏହି ସମୟରେ ପ୍ରଶାସନ ପକ୍ଷରୁ ପର୍ବଦିନ ଅପରାହ୍ନ ୨ଟାରୁ ପରଦିନ ସକାଳ ୧୦ଟା ପର୍ଯ୍ୟନ୍ତ ମା’ଙ୍କ ମନ୍ଦିରରୁ ୫ ଶହ ମିଟର ଯାଏ ୧୪୪ଧାରା ଜାରି କରାଯାଉଥିଲା। ଫଳରେ ମା’ଙ୍କ ଦର୍ଶନ ନ ପାଇ ଭକ୍ତଙ୍କ ମଧ୍ୟରେ ନିରାଶା ଦେଖିବାକୁ ମିଳିଥିଲା। ହେଲେ ଏଥର କୋଭିଡ୍‌ କଟକଣା ନ ଥିବାରୁ ସିଧାସଳଖ ଭକ୍ତମାନେ ମା’ଙ୍କ ଦର୍ଶନ କରିପାରିବେ। ଏହାକୁ ନେଇ ଏବେ ଭକ୍ତଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ସେହିପରି କୋଭିଡ୍‌ କଟକଣା ଯୋଗୁ ଗତ ୨ବର୍ଷ ହେଲା ସାଂସ୍କୃତିକ କାର୍ଯ୍ୟକ୍ରମ ମଧ୍ୟ ବନ୍ଦ ରହିଥିଲା। ଏଥର ସାଂସ୍କୃତିକ କାର୍ଯ୍ୟକ୍ରମରେ ମା’ ଲଙ୍କେଶ୍ୱରୀଙ୍କ ପୀଠ ଦୁଲୁକିବ ବୋଲି ଜଣାପଡିଛି। ଏପରିସ୍ଥଳେ ଶୁକ୍ରବାର ସନ୍ଧ୍ୟାରେ ଦେବୀପୀଠ ଉତ୍ସବ ମୁଖରିତ ହୋଇଯାଇଛି। ଦିନତମାମ ଅନେକ ଭକ୍ତ ମା’ଙ୍କ ଦର୍ଶନ ପାଇଁ ଆସିଥିଲେ। ରାତିରେ ଇଷ୍ଟଦେବୀ ମନ୍ଦିର ସମେତ ମୁଖ୍ୟ ଦ୍ୱାର ଓ ଆଖପାଖ ଅଞ୍ଚଳ ଆଲୋକ ମାଳାରେ ଝଲସି ଉଠୁଛି। ସେହିପରି ରାସ୍ତାର ଉଭୟ ପାର୍ଶ୍ୱରେ ଥିବା ଘରଗୁଡ଼ିକରେ ଦ୍ୱୀପ ପ୍ରଜ୍ଜ୍ୱଳନ ସହ ସୁସଜ୍ଜିତ ଆଲୋକମାଳାରେ ସହର ଝଲସୁଛି। ଏପଟେ ଖଣ୍ଡାବସା ପର୍ବ ଯେମିତି ଶାନ୍ତିଶୃଙ୍ଖଳା ସହିତ ହେବ ସେ ନେଇ ଜୁନାଗଡ ପୋଲିସ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଇଛି। ଏହି ପର୍ବରେ ୧ ପ୍ଲାଟୁନ ପୋଲିସ ସମେତ ଜିଲାର ବିଭିନ୍ନ ଥାନାରୁ ୧୦ଜଣ ପୋଲିସ ଅଧିକାରୀ (ଏସ୍‌ଆଇ ଓ ଏଏସ୍‌ଆଇ) ଶାନ୍ତିଶୃଙ୍ଖଳା ନିୟନ୍ତ୍ରଣ କରିବେ। ସେହିପରି ଘଟଣାସ୍ଥଳରେ ଜୁନାଗଡ ଆଇଆଇସି ଉତ୍ତମ କୁମାର ସାହୁ, ଧର୍ମଗଡ ଏସ୍‌ଡିପିଓ ଧୀରଜ କୁମାର ଚୋପଦାର ପ୍ରମୁଖ ଉପସ୍ଥିତ ରହି ଆଇନଶୃଙ୍ଖଳା ପ୍ରତି ଦୃଷ୍ଟି ରଖିବେ। ପ୍ରଶାସନସ୍ତରରେ ଧର୍ମଗଡ ଉପଜିଲାପାଳ ପାୱାର ସଚିନ ପ୍ରକାଶ, ଜୁନାଗଡ ତହସିଲଦାର ବେଦବ୍ୟାସ ଭୋଇ, ବିଡିଓ ଦୁଲାରାମ ମାରାଣ୍ଡି, ଏନ୍‌ଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ବିଶ୍ୱମ୍ବର ମିଶ୍ର ପ୍ରମୁଖ ଦାୟିତ୍ୱ ତୁଲାଇବେ।


Enter your email to get our daily news in your inbox.

All Right Reserved By Dharitri.Com

Jio Plan: ମାତ୍ର ୧୨୩ ଟଙ୍କାରେ ୨୮ ଦିନର ଭାଲିଡିଟି, ଏମାନଙ୍କୁ ମିଳିବ ଲାଭ…

ନୂଆଦିଲ୍ଲୀ,୯।୨: ରିଲାଏନ୍ସ ଜିଓର ଏକ ଶସ୍ତା ପ୍ରିପେଡ୍ ରିଚାର୍ଜ ପ୍ଲାନ୍ ହେଉଛି ₹୧୨୩ ପ୍ଲାନ୍, ଯାହା ୨୮ ଦିନର ଭ୍ୟାଲିଡିଟି ଦେଇଥାଏ। ଏହି ପ୍ଲାନ୍ ବିଶେଷକରି ଜିଓ…

ବିବାହରେ ଯୋଗ ଦେଇ ଘେରୁଥିଲେ, ଭାରସାମ୍ୟ ହରାଇ ଗଛକୁ ପିଟିଲା କାର୍‌; ଚାଲିଗଲା ୨ ଜୀବନ, ଡ୍ରାଇଭର…

ଲଇକେରା,୯।୨(ରଞ୍ଜନ କୁମାର ମେହେର): ଝାରସୁଗୁଡା ଜିଲା ଲଇକେରା ବ୍ଳକ ସ୍ଥିତ ଧୂକା ଚୌକଠାରେ ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର ଭାରସାମ୍ୟ ହରାଇ ଗଛକୁ ପିଟିବାରୁ ୨…

ରିଲିଜ ପୂର୍ବରୁ ‘ଲିକ୍’ ହୋଇଗଲା ପୂର୍ବତନ ସେନାଧ୍ୟକ୍ଷଙ୍କ ପୁସ୍ତକ, FIR ରୁଜୁ କଲା ଦିଲ୍ଲୀ ପୋଲିସ

ନୂଆଦିଲ୍ଲୀ,୯।୨: ପୂର୍ବତନ ସେନାଧ୍ୟକ୍ଷ ଜେନେରାଲ ଏମ୍.ଏମ୍. ନରଭାଣେଙ୍କ ଆଗାମୀ ପୁସ୍ତକ ‘ଫୋର୍ ଷ୍ଟାର୍ସ ଅଫ୍ ଡେଷ୍ଟିନି’ର ଅନଧିକୃତ ପ୍ରସାରଣକୁ ନେଇ ଦିଲ୍ଲୀ ପୋଲିସ ଏକ ଅପରାଧିକ ମାମଲା…

ରେଳ ଷ୍ଟେଶନରୁ ନିଖୋଜ ହୋଇଗଲେ ଯୁବତୀ , ମା’ଙ୍କ ସହ ଯାଉଥିବାବେଳେ…

ରାୟଗଡା, (ଆଶିଷ ରଞ୍ଜନ ପଣ୍ଡା): ଧାନବାଦ-ଆଲେପୀ ଏକ୍ସପ୍ରେସ ଟ୍ରେନରେ ଯାତ୍ରା କରୁଥିବା ଜଣେ ଯୁବତୀ ରାୟଗଡା ରେଳ ଷ୍ଟେଶନରୁ ନିଖୋଜ ହୋଇଥିବା ନେଇ ରାୟଗଡା ଜିଆରପିଏସ ଥାନାରେ…

ଫାର୍ମହାଉସ ଅଞ୍ଚଳରେ ମହିଳାଙ୍କ ଗଳିତ ମୃତଦେହ, ପରିଚୟ ଖୋଜୁଛି ସଦର ଥାନା ପୋଲିସ

ଭବାନୀପାଟଣା,୯ା୨(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ଶ୍ରୀପୁରସ୍ଥିତ ଏକ ଫାର୍ମହାଉସ ଅଞ୍ଚଳରୁ ସୋମବାର ଜଣେ ମହିଳାଙ୍କ ଗଳିତ ମୃତଦେହ ଜବତ ହୋଇଛି।…

ସି.କେ ନାଇଡୁ ଟ୍ରଫି: ଓଡ଼ିଶାକୁ ହରାଇ ବେଙ୍ଗଲ ୧୦୨ ରନରେ ବିଜୟୀ

ବରଗଡ,୯।୨(ପ୍ରେମାନନ୍ଦ ଖମାରୀ) : ବରଗଡ ବିକାଶ କ୍ରିକେଟ ଗ୍ରାଉଣ୍ଡରେ ଓଡ଼ିଶା ଦଳ ଓ ବେଙ୍ଗଲ ଦଳ ମଧ୍ୟରେ ଚାଲିଥିବା ସି.କେ ନାଇଡୁ ଟ୍ରଫିର ଇଲାଇଟ ଗ୍ରୁପ-ବିର ମ୍ୟାଚରେ…

ବାଇକ୍‌ରେ ଘରକୁ ଫେରୁଥିଲେ, ପଛପଟୁ ପିଟିଲା ପିକ୍‌ଅପ୍‌ ଭ୍ୟାନ୍‌; ଚାଲିଗଲା ଆରୋହୀଙ୍କ ଜୀବନ

ବଲାଙ୍ଗୀର,୯।୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷାର ଥାନା ଅନ୍ତର୍ଗତ ଧାନଘରା ବ୍ରିଜ ରାହୁଲ ଢ଼ାବା ନିକଟ ରାସ୍ତାରେ ସୋମବାର ସଂଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ଇଟାଭାଟିରେ ୧୧ରେ ଶିଶୁ ଶ୍ରମିକ, ରାୟଗଡ଼ା ଜିଲା ପ୍ରଶାସନର ତନାଘନା

ରାୟଗଡ଼ା,୯।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବ୍ଲକ ଚାନ୍ଦିଲି ଥାନା ଅର୍ନ୍ତଗତ ଭାକୁରଗୁଡ଼ା ସ୍ଥିତ ଏକ ଇଟାଭାଟିରେ ବେଆଇନ ଭାବେ ଶିଶୁ ଶ୍ରମିକ ନିଯୁକ୍ତି ଅଭିଯୋଗ ସାମ୍ନାକୁ ଆସିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri