ଗୋଦରେଜ ଏକ୍ସପେରିଏନ୍ସ ସେଣ୍ଟର ଉଦ୍‌ଘାଟିତ

ଭୁବନେଶ୍ୱର,୨୯।୧: ଦେଶର ପ୍ରମୁଖ ଘରୋଇ କମ୍ପାନୀ ତଥା ଗୋଦରେଜ ଗ୍ରୁପର ଅଗ୍ରଣୀ କମ୍ପାନୀ ଗୋଦରେଜ ଏକ୍ସପେରିଏନ୍ସ ସେଣ୍ଟରର ଏକ୍ସକ୍ଲୁସିଭ ଆଉଟଲେଟ ଭୁବନେଶ୍ୱରର ବାପୁଜୀ ନଗରଠାରେ ଉଦ୍‌ଘାଟିତ ହୋଇଯାଇଛି। ଉଲ୍ଲେଖଯୋଗ୍ୟ, କମ୍ପାନୀର ସ୍ବୀକୃତିପ୍ରାପ୍ତ ଡିଲର ଖାରବେଳ ଟ୍ରେଡିଂ ପ୍ରାଇଭେଟ ଲିମିଟେଡ ଆନୁକୂଲ୍ୟରେ ଉକ୍ତ ଆଉଟଲେଟ (ଶୋ’ରୁମ)ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ବିଶେଷକରି ଘରଠାରୁ ଆରମ୍ଭକରି କର୍ପୋରେଟ କାର୍ଯ୍ୟାଳୟ ପର୍ଯ୍ୟନ୍ତ ଆବଶ୍ୟକ ଲକ୍ସ ଆଣ୍ଡ ଆର୍କିଟେକ୍‌ଚୁଆଲ ଫିଟିଂ ଆଣ୍ଡ ସିଷ୍ଟମ ଏଠାରେ ଉପଲବ୍ଧ। ଏପରିକି ବିଭିନ୍ନ ଡିଜାଇନର ଛୋଟବଡ଼ ତାଲା, ଚାବି, ହ୍ୟାଣ୍ଡେଲ୍ସ ସମେତ ଆର୍କିଟେକ୍ଚରର ଫିଟିଂ ଭଳି ଅନେକ ପ୍ରକାରର ଉପକରଣ ସହିତ ଗୋଦରେଜର ନୂତନ ଉତ୍ପାଦ ‘ସ୍କିଡୋ’ ଦ୍ୱାରା ବହୁତ କମ୍‌ ଜାଗାରେ ରୋଷେଇ ଘରକୁ ଖୁବ ସୁନ୍ଦର ଭାବେ ସଜେଇ ପାରିବେ। ଏ ସମ୍ପର୍କରେ ଖାରବେଳ ଟ୍ରେଡିଂ ପ୍ରାଇଭେଟ ଲିମିଟେଡ଼ର ମ୍ୟାନେଜିଂ ଡାଇରେକ୍ଟର ସାଇ କ୍ରିଷ୍ଣା ମହାନ୍ତି କହିଛନ୍ତି, ଏଠାରେ ଗ୍ରାହକ କେବଳ ସେମାନଙ୍କର ଆବଶ୍ୟକ ସାମଗ୍ରୀ ସାଙ୍ଗକୁ ଉନ୍ନତ ମାନର ଉପକରଣଗୁଡିକୁ ସୁଲଭ ମୂଲ୍ୟରେ ପାଇପାରିବେ। ଏପରିକି ବିକ୍ରି ପରବର୍ତ୍ତୀ ସେବା ଓ ଗ୍ରାହକସନ୍ତୁଷ୍ଟିକୁ ପ୍ରାଧାନ୍ୟ ଦିଆଯାଉଛି ବୋଲି ସେ ବିସ୍ତୃତ ଭାବେ ମତପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

୨୪ ଘଣ୍ଟା ଭିତରେ ୟୁ-ଟର୍ନ ନେଲେ ଟ୍ରମ୍ପ: ବ୍ୟାକ୍‌ଫୁଟ୍‌ରେ ଆମେରିକା

ଓ୍ବାଶିଂଟନ୍‌,୧୯।୩: ମଧ୍ୟପ୍ରାଚ୍ୟରେ ଗ୍ୟାସ ସୁବିଧା ଉପରେ ଇରାନର ପ୍ରତିଶୋଧମୂଳକ ଆକ୍ରମଣ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଟେନ୍‌ସନ୍‌ରେ ପକାଇ ଦେଇଛି। ଏକ ବିବୃତ୍ତି ଜାରି କରି ସେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri