ଗୋଦ୍‌ରେଜ୍‌ ଇଣ୍ଟେରିଓର ଆଉଟ୍‌ଲେଟ୍‌ ଉଦ୍‌ଘାଟିତ

ଭୁବନେଶ୍ୱର,୩୦।୧୨:ଓଡ଼ିଶା ବଜାରରେ ଗୋଦ୍‌ରେଜ୍‌ ଇଣ୍ଟେରିଓର ଆଉ ଏକ ଷ୍ଟୋରର ଶୁଭାରମ୍ଭ କରାଯାଇଛି। ଏପରିକି ଗୁରୁବାର ସ୍ଥାନୀୟ ପଟିଆ ଛକଠାରେ ଗୋଦ୍‌ରେଜ୍‌ ଇଣ୍ଟେରିଓର ନୂତନ ଆଉଟ୍‌ଲେଟ୍‌ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଓଡ଼ିଆ ଅଭିନେତ୍ରୀ ଅନୁ ଚୌଧୁରୀ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ କମ୍ପାନୀର ବହୁ ବରିଷ୍ଠ ଅଧିକାରୀ ଓ ଆଉଟ୍‌ଲେଟ୍‌ କର୍ମଚାରୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ। ୫୫୦୦ ବର୍ଗଫୁଟ ପରିମିତ ଅଞ୍ଚଳରେ ବ୍ୟାପ୍ତ ଏହି ଷ୍ଟେଟ୍‌ ଅଫ୍‌ ଆର୍ଟ ତଥା ନବୀକୃତ ଫ୍ଲାଗ୍‌ଶିପ୍‌ ଷ୍ଟୋର ଓଡ଼ିଶା ଏବଂ ପୂର୍ବ ଭାରତ ବଜାରରେ ଗୋଦ୍‌ରେଜ୍‌ ଇଣ୍ଟେରିଓର ରିଟେଲ୍‌ ସ୍ଥିତିକୁ ଆହୁରି ମଜଭୁତ କରିବ। ଏଠାରେ ବିଭିନ୍ନ ଷ୍ଟାଇଲ୍‌ ଓ ଫିନିସ୍‌ ସହ ହୋମ୍‌ ଫର୍ନିଚର୍‌, ମାଟ୍ରେସେସ୍‌ ଓ ହୋମ୍‌ ଷ୍ଟୋରେଜ୍‌ ଭଳି ଗୁଣାତ୍ମକ ଉପତ୍ାଦର ସମ୍ଭାର ଉପଲବ୍ଧ। ଏପରିକି ନୂଆ ଷ୍ଟୋରର ଶୁଭାରମ୍ଭ ସହ ଉଦ୍‌ଘାଟନୀ ଅଫର ଭାବେ ପ୍ରତି କ୍ରୟ ଉପରେ ଗୋଦ୍‌ରେଜ୍‌ ଇଣ୍ଟେରିଓ ପକ୍ଷରୁ ନିଶ୍ଚିତ ଉପହାର ପ୍ରଦାନ କରାଯାଉଛି। ଏ ସମ୍ପର୍କରେ ଗୋଦ୍‌ରେଜ୍‌ ଇଣ୍ଟେରିଓର ଉପସଭାପତି ମନୋଜ ରାଠି କହିଛନ୍ତି, ଭୁବନେଶ୍ୱର ହେଉଛି ଓଡ଼ିଶା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ବଜାର। ଏପରିକି ଏହି ଷ୍ଟୋର୍‌ ବେଶ୍‌ ଚମତ୍କାର ସ୍ଥାନରେ ଥିବାରୁ ଏବଂ ଉକ୍ତ ଅଞ୍ଚଳରେ ଗୋଦ୍‌ରେଜ୍‌ ଇଣ୍ଟେରିଓର ଦୃଢ଼ ଏବଂ ବର୍ଦ୍ଧିତ ବ୍ରାଣ୍ଡ୍‌ ପରିଚୟକୁ ନେଇ ଏହି ଷ୍ଟୋର୍‌ର ବାର୍ଷିକ ରାଜସ୍ବ ୫କୋଟି ଟଙ୍କା ଛୁଇଁବ ବୋଲି ଆମେ ଆଶା କରୁଛୁ। ସେହିଭଳି ଏହି ଷ୍ଟୋର୍‌ ପୂର୍ବ ଭାରତରେ ନିଜର ଉପସ୍ଥିତିକୁ ଗୋଦ୍‌ରେଜ୍‌ ଇଣ୍ଟେରିଓ ଆହୁରି ସୁଦୃଢ଼ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଭାରତ ଠାରୁ ମିସାଇଲ କିଣିଲା ଆମେରିକା, ବିଶ୍ୱରେ ଚହଳ…

ନୂଆଦିଲ୍ଲୀ,୫।୪: ୨୦୨୫-୨୬ ଆର୍ଥିକ ବର୍ଷରେ ଭାରତର ପ୍ରତିରକ୍ଷା ରପ୍ତାନି ସର୍ୱକାଳୀନ ସର୍ୱାଧିକ ସ୍ତରରେ ପହଞ୍ଚିଛି। ଏହା ବିଶ୍ୱ ଅସ୍ତ୍ରଶସ୍ତ୍ର ବଜାରରେ ଭାରତର ବର୍ଦ୍ଧିତ ଉପସ୍ଥିତିକୁ ସ୍ପଷ୍ଟ କରେ।…

ପ୍ରକୃତ ଉଦ୍ୟୋଗୀ କେବଳ ନିଜ ପାଇଁ ସମ୍ପତ୍ତି ସୃଷ୍ଟି କରନ୍ତି ନାହିଁ

ଭାଲଚନ୍ଦ୍ର ମହାନ୍ତି ଜଣେ ପ୍ରଥମ ପିଢିର ଓଡ଼ିଆ ଉଦ୍ୟୋଗୀ ଏବଂ ଓରିକ୍ଲିନ୍‌ ପ୍ରାଇଭେଟ୍‌ ଲିମିଟେଡ୍‌ର ପରିଚାଳନା ନିର୍ଦ୍ଦେଶକ। ୧୯୯୦ ମସିହାରେ କମ୍ପାନୀ ପ୍ରତିଷ୍ଠା ହେବା ପରଠାରୁ ସେ…

ଧନୀ ହେବାକୁ ଛାହୁଁଥିଲେ, ଛାଡ଼ନ୍ତୁ ଏହି ୫ ଅଭ୍ୟାସ: ନଚେତ୍‌ ପଡ଼ିବ ଅଭାବ

ମଧ୍ୟବିତ୍ତ ବର୍ଗର ଲୋକମାନେ ପ୍ରାୟତଃ ଭାବନ୍ତି, ବେଳେବେଳେ ହଠାତ୍‌ ସେମାନଙ୍କର ଆର୍ଥିକ ସଙ୍କଟ ଆସିଯାଉଛି; କିନ୍ତୁ ଏହା ବାସ୍ତବରେ ନୁହେଁ। ଏହା ଏକ ପରିସ୍ଥିତି ଯାହା ଧୀରେ…

ଏକାଗ୍ରତା ଆଣେ ସଫଳତା: ସୁରେଶଙ୍କ ସହ ସ୍ବତନ୍ତ୍ର ସାକ୍ଷାତ୍‌କାର

ହାଇଟେକ୍‌ ଗ୍ରୁପ୍‌ ଅଫ୍‌ ଇନ୍‌ଷ୍ଟିଚ୍ୟୁଶନର ମ୍ୟାନେଜିଂ ଟ୍ରଷ୍ଟି ତଥା ସିଇଓ ସୁରେଶ କୁମାର ପାଣିଗ୍ରାହୀ ଜଣେ ଉଦ୍ୟୋଗୀ ଏବଂ ଶିକ୍ଷାବିତ୍‌ ଭାବରେ ଅନୁଷ୍ଠାନ ଆରମ୍ଭରୁ ଏହାର ଭିତ୍ତିଭୂମିକୁ…

ସରକାରଙ୍କ ବଡ଼ ଘୋଷଣା! ବଦଳିବ ସୁନା କିଣିବା ନିୟମ, ଜାଣନ୍ତୁ ଗ୍ରାହକଙ୍କ ଉପରେ କ’ଣ ପ୍ରଭାବ ପଡ଼ିବ…

ନୂଆଦିଲ୍ଲୀ,୪।୪: ସରକାର ସୁନା କ୍ରୟ ସମ୍ବନ୍ଧୀୟ ନିୟମଗୁଡ଼ିକୁ ଆହୁରି କଠୋର କରିବାକୁ ଯାଉଛନ୍ତି। ଏହି ପଦକ୍ଷେପର ଅଂଶ ସ୍ବରୂପ, ହଲମାର୍କିଂର ଅପବ୍ୟବହାର ବିଷୟରେ ବଢ଼ୁଥିବା ଚିନ୍ତାକୁ ଦୂର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri