ସ୍ବାସ୍ଥ୍ୟ ଉପକେନ୍ଦ୍ରରେ ଚାଲିଛି ଗୋଗୁଆ-୧ ଅଙ୍ଗନୱାଡି କେନ୍ଦ୍ର

ମହାକାଳପଡ଼ା,୧ା ୮(ଡି.ଏନ.ଏ.):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଗୋଗୁଆ ପଞ୍ଚାୟତ ପରିସରରେ ଗୋଗୁଆ ଗ୍ରାମର ଏକ ନବନିର୍ମିତ ସ୍ବାସ୍ଥ୍ୟ ଉପକେନ୍ଦ୍ରରେ ଅଙ୍ଗନୱାଡି କେନ୍ଦ୍ର (୧)ର ଶିଶୁମାନେ ପଢୁଥିବାର ଦେଖିବାକୁ ମିଳିଛି। ଏହି କେନ୍ଦ୍ରରେ ୩୫ କୋମଳମତି ଶିଶୁ ପାଠ ପଢୁଛନ୍ତି। ଗୋଗୁଆ ଗ୍ରାମରେ ନୂତନ ଅଙ୍ଗନୱାଡି କେନ୍ଦ୍ର ନିର୍ମାଣ କାର୍ଯ୍ୟ ହୋଇନାହିଁ। ଫଳରେ ବାଧ୍ୟ ହୋଇ ଏହି ନବନିର୍ମିତ ସ୍ବାସ୍ଥ୍ୟ ଉପକେନ୍ଦ୍ରରେ ଶିଶୁମାନେ ପଢୁଛନ୍ତି। ଏହି କେନ୍ଦ୍ରରେ ୩୫ ଶିଶୁ ନାମ ଲେଖାଇଥିଲେ ମଧ୍ୟ ୫ରୁ ୧୦ଜଣ ପିଲା ପଢୁଛନ୍ତି ବୋଲି ସ୍ଥାନୀୟ ଲୋକ କହିଛନ୍ତି। ତେବେ କେଉଁ ସ୍ଥାନରେ ଶିଶୁମାନେ ପଢୁଛନ୍ତି ଏହି କେନ୍ଦ୍ର -୧ ଦାୟିତ୍ୱରେ ଥିବା ଅଙ୍ଗନୱାଡି ସୁପରଭାଇଜର ଛବିତା ସାମଲଙ୍କ ନିକଟରେ ଖବର ନାହିଁ। ଏହି କେନ୍ଦ୍ରକୁ ପରିଦର୍ଶିକା ସାମଲ କେବେ ଗସ୍ତ କରୁ ନ ଥିବା ଜଣାପଡିଛି। ରାଜ୍ୟ ସରକାର କୋମଳମତି ଶିଶୁମାନଙ୍କ ବିକାଶ ପାଇଁ ସରକାରୀ ରାଜକୋଷରୁ ବିପୁଳ ଅର୍ଥ ବ୍ୟୟ କରୁଥିଲେ ମଧ୍ୟ ଶିଶୁ ବିକାଶ ଅଧିକାରୀମାନେ ତୃଣମୂଳ ସ୍ତରରେ ଠିକ୍‌ ତଦାରଖ କରୁ ନାହାନ୍ତି। କୋମଳମତି ଶିଶୁମାନଙ୍କୁ ନିମ୍ନମାନର ଖାଦ୍ୟ ଯୋଗାଣ କରାଯାଉଛି ବୋଲି ଅଭିଯୋଗ ହେଉଛି। ବ୍ଲକର ବହୁ କେନ୍ଦ୍ରରେ ଶିଶୁମାନଙ୍କୁ ଜଳଖିଆ ଖାଇବା ପାଇଁ ଦିଆଯାଉନି। ଫଳରେ ଶିଶୁଙ୍କ ପୋଷଣର ଅଭାବ ରହୁଛି ବୋଲି ସ୍ଥାନୀୟ ଲୋକ ଅଭିଯୋଗ କରିଛନ୍ତି। ଏ ସଂକ୍ରାନ୍ତରେ ଅଙ୍ଗନଓ୍ବାଡି କେନ୍ଦ୍ରର ଓ୍ବାର୍କର ସତ୍ୟଭାମା ପରିଡାଙ୍କୁ ପଚାରିବାରେ ଗୃହ ନ ଥିବାରୁ ଏଠାରେ ଶିଶୁମାନଙ୍କୁ ପଢାଉଛୁ। ଏଠାରେ ୩୫ ଶିଶୁ ପଢୁଛନ୍ତି, କିନ୍ତୁ ଆଜି କମ୍‌ ପିଲା ଆସିଛନ୍ତି। ଶିଶୁଙ୍କୁ ଠିକ୍‌ ଭାବେ ଖାଦ୍ୟ ଦିଆଯାଉଛି ବୋଲି ସେ କହିଛନ୍ତି। ଏ ସମ୍ପର୍କରେ ଗୋଗୁଆ ପଞ୍ଚାୟତ ସରପଞ୍ଚ ପ୍ରମୋଦ କୁମାର ଦାସଙ୍କୁ ପଚାରିବାରେ ଗୋଗୁଆ ଗ୍ରାମର ଅଙ୍ଗନୱାଡି କେନ୍ଦ୍ର -୧ର ନୂତନ ଗୃହ ନିର୍ମାଣ କାର୍ଯ୍ୟ ଖୁବ୍‌ଶୀଘ୍ର ସମ୍ପୂର୍ଣ୍ଣ ହେବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାତୁଲୀ ୟୁଥ୍ କ୍ଲବ୍ କ୍ରିକେଟ ଟୁର୍ନାମେଣ୍ଟ: ସେମିଫାଇନାଲରେ ଅଙ୍ଗାରଗାଁର ଦମଦାର ବିଜୟ, ଫାଇନାଲରେ…

ଗଞ୍ଜାମ,୧୦।୭(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସନ୍ତୋଷପୁର ପଞ୍ଚାୟତ ଅଧୀନସ୍ଥ ସାତୁଲୀ ୟୁଥ୍ କ୍ଲବ୍ ଆନୁକୂଲ୍ୟରେ ଚାଲିଥିବା କ୍ରିକେଟ ଟୁର୍ନାମେଣ୍ଟର ଶୁକ୍ରବାର ଦିନ ସେମିଫାଇନାଲ ମ୍ୟାଚ୍ ଅନୁଷ୍ଠିତ ହୋଇଯାଇଛି।…

ଚାଲିଥିଲା ରିସେପସନର ଆୟୋଜନ, ବିବାହର ଚତୁର୍ଥ ଦିନରେ କନିଆଁ ଫେରାର: ବୈଶିଙ୍ଗା ଅଞ୍ଚଳରେ ଚର୍ଚ୍ଚା…

ବୈଶିଙ୍ଗା,୧୦|୭(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମହେଶପୁର ଗ୍ରାମରେ ଏକ ଅଭାବନୀୟ ତଥା ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଘରେ ବନ୍ଧୁମିଳନ ବା ରିସେପସନ୍…

ଏହି ଦିନ ମିଳିବ ସୁଭଦ୍ରା ୫ମ କିସ୍ତି, ନୂଆ ହିତାଧିକାରୀ ପାଇବେ ଏକକାଳୀନ…

ଭୁବନେଶ୍ୱର,୧୦ା୭(ସୁଚିସ୍ମିତା ସାହୁ): ଆସନ୍ତା ରାକ୍ଷୀ ପୂର୍ଣ୍ଣିମାରେ ସୁଭଦ୍ରା ଯୋଜନାର ୫ମ କିସ୍ତି ପ୍ରଦାନ କରିବେ ରାଜ୍ୟ ସରକାର। ଏହାକୁ ସୁଚାରୁରୂପେ ସମ୍ପନ୍ନ କରିବା ପାଇଁ ଶୁକ୍ରବାର ଲୋକସେବା…

ସମଣା ଘାଟରୁ ଉଠୁନି ଗୋଟେ ମୁଠା ବାଲି; ତଥାପି ପୋଲିସ,ପ୍ରଶାସନ, ମୁଖ୍ୟମନ୍ତ୍ରୀଙ୍କୁ ମିଛ ଟାର୍ଗେଟ: ପ୍ରତିବାଦରେ ଗର୍ଜିଲେ…

ହାଟଡିହୀ,୧୦।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ସମଣା ବାଲିଘାଟକୁ ନେଇ ଚାଲିଥିବା ଇଚ୍ଛାକୃତ ଅପପ୍ରଚାର ଓ ଷଡ଼ଯନ୍ତ୍ର ବିରୋଧରେ ଗ୍ରାମବାସୀ ସ୍ୱର ଉତ୍ତୋଳନ କରିଛନ୍ତି।…

ପାଠ୍ୟପୁସ୍ତକ ତ୍ରୁଟି ପ୍ରତିବାଦ: ଶୁଖୁଆ ଓ ଝାଲମୁଢି ଧରି ବରଗଡ଼ରେ ବିଜେଡିର ‘ଶିକ୍ଷା ବଞ୍ଚାଅ’ ଆନ୍ଦୋଳନ

ବରଗଡ଼,୧୦।୭(ପ୍ରେମାନନ୍ଦ ଖମାରୀ)- ପାଠ୍ୟପୁସ୍ତକରେ ହୋଇଥିବା ଗୁରୁତର ତ୍ରୁଟିକୁ ନେଇ ବରଗଡ଼ରେ ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଏକ ଅଭିନବ ପ୍ରତିବାଦ ଦେଖିବାକୁ ମିଳିଛି। ଶୁକ୍ରବାର ଛାତ୍ର…

ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ: ଦ୍ୱିପ୍ରହରରେ ଗାଡ଼ି ଡିକି ଭାଙ୍ଗି ଦେଢ଼ ଲକ୍ଷ ଟଙ୍କା ଲୁଟ

ଛତ୍ରପୁର, ୧୦।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଥାନା ଅନ୍ତର୍ଗତ ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ଦିନ ଦ୍ୱିପ୍ରହରରେ ଏକ ଦୁଃସାହସିକ ଲୁଟ୍ ଘଟଣା ଘଟିଛି। ଦୁର୍ବୃତ୍ତମାନେ…

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୭ ଦିନ ଯାଏ ପ୍ରବଳ ବର୍ଷା; ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୧୦ା୭ (ବନ୍ଦନା ସେଠୀ) – ଗାଙ୍ଗେଟିକ ୱେଷ୍ଟବେଙ୍ଗଲ ଓ ତା’ ପାଖାପାଖି ବାଂଲାଦେଶ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ସମୁଦ୍ରପତନଠାରୁ ୪.୫ ରୁ ୫.୮…

ଇନ୍ଦ୍ରାବତୀରୁ ଖରିଫ ପାଇଁ ଜଳ ସେଚନର ଶୁଭାରମ୍ଭ

ଜୟପାଟଣା,୧୦।୭(ଓମ ପ୍ରକାଶ ବୈଠାରୁ): ଇନ୍ଦ୍ରାବତୀ ଜଳ ବିଦ୍ୟୁତ ପ୍ରକଳ୍ପ ମଙ୍ଗଳପୁର ବ୍ୟାରେଜରୁ ଶୁକ୍ରବାର ସକାଳରୁ ଚଳିତ ପାଇଁ ଖରିଫ ଜଳ ସେଚନ ର ଶୁଭାରମ୍ଭ ହୋଇ ଯାଇଛି।ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri