ଝଗଡ଼ପଲ୍ଲୀକୁ ହରାଇ ଗୋକର୍ଣ୍ଣପୁର ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୫।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଖମାରିଗାଁ ପଞ୍ଚାୟତ ଅଧୀନ ଗୋଲଣ୍ଡା ଗ୍ରାମରେ ଚାଲିଥିବା ବୃନ୍ଦାବନ ଚନ୍ଦ୍ର କ୍ରିକେଟ ଟୁର୍ନାମେଣ୍ଟ ଉଦ୍‌ଯାପିତ ହୋଇଯାଇଛି । ସ୍ବର୍ଗତ କୃଷ୍ଣଚନ୍ଦ୍ର ଏବଂ ସାନ୍ତୁନୁଙ୍କ ସ୍ମୃତି ଉଦ୍ଦେଶ୍ୟରେ ଆୟୋଜିତ ଏହି ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚରେ ଝଗଡପଲ୍ଲୀ କ୍ରିକେଟ ଟିମକୁ ୨ ଉଇକେଟରେ ହରାଇ ଗୋକର୍ଣ୍ଣପୁର ଟିମ୍‌ ଚାମ୍ପିୟନ ହୋଇଛି।

ଝଗଡ଼ପଲ୍ଲୀ ଟିମ୍‌ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୧୫ ଓଭରରେ ସମସ୍ତ ଉଇକେଟ ହରାଇ ୧୦୪ ରନ୍‌ ହାସଲ କରିଥିଲା। ଜବାବରେ ଗୋକର୍ଣ୍ଣପୁର ଟିମ୍‌ ମ୍ୟାଚ୍‌ ଆରମ୍ଭରୁ ଗୋଟିଏ ପରେ ଗୋଟିଏ ଉଇକେଟ ହରାଇ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ହେଲେ ମଧ୍ୟଭାଗରେ ଟିମ୍‌ର ଶ୍ରେଷ୍ଠ ଖେଳାଳି ବ୍ରଜ ଦମ୍‌ଦାର ବ୍ୟାଟିଂ କରି ଦଳକୁ ଶେଷ ଓଭରରେ ଜିତାଇ ଥିଲେ।

ଉଦ୍‌ଯାପନୀ ସମାରୋହରେ ସ୍ଥାନୀୟ ସରପଞ୍ଚଙ୍କ ପ୍ରତିନିଧି ଚିତ୍ରସେନ ଗୌଡ଼ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ସାମାଜିକ କର୍ମୀ ସଞ୍ଜୟ ପାଣିଗ୍ରାହୀ, ବୃନ୍ଦାବନ ଗୌଡ଼, ଦୁର୍ଗାପ୍ରସାଦ ଗୌଡ଼, ସମିତି ସଭ୍ୟଙ୍କ ପ୍ରତିନିଧି ଭଗବାନ ମହାପାତ୍ର, ନାଏବ ସରପଞ୍ଚ ଶରତ ଶବର, ପୋଷ୍ଟମାଷ୍ଟର ଜୟସେନ ପାଣିଗ୍ରାହୀଙ୍କ ସମେତ ବହୁ ଗଣ୍ୟମାନ୍ୟ ବ୍ୟକ୍ତି ସମ୍ମାନିତ ଅତିଥି ଭାବେ ଯୋଗଦେଇ ଟୁର୍ନାମେଣ୍ଟର ମ୍ୟାନ୍‌ ଅଫ ଦି ସିରିଜ ଭାବେ ବ୍ରଜ କୁମାର ଏବଂ ମ୍ୟାନ୍‌ ଅଫ ଦି ମ୍ୟାଚ୍‌ ଭାବେ ଅଭିମନ୍ୟୁ କୁମାରଙ୍କୁ ପୁରସ୍କାର ପ୍ରଦାନ କରିଥିଲେ । ସେହିପରି ବିଜେତା ଚାମ୍ପିୟନ ଗୋକର୍ଣ୍ଣପୁର ଟିମକୁ ଅତିଥିମାନେ ଅର୍ଥରାଶି ୧୧,୧୧୧ ଟଙ୍କା ଏବଂ ଝଗଡପଲ୍ଲୀ ଉପ ବିଜେତା ରନର୍ସ ଅପ ଟିମ କୁ ୮,୮୮୮ଟଙ୍କା ସହ ଟ୍ରଫି ପ୍ରଦାନ କରିଥିଲେ ।

ସୁମନ ସାହୁ, ବାଙ୍କନିଧି ସାହୁ ମ୍ୟାଚରେ ଅମ୍ପାୟର ରହିଥିବା ବେଳେ ଟୁର୍ନାମେଣ୍ଟ ଆୟୋଜକ କମିଟି କାର୍ଯ୍ୟକର୍ତ୍ତା ସୀମାଞ୍ଚଳ ଗୌଡ, ଲୋକନାଥ କର, ଭୈରବ ଚନ୍ଦ୍ର କର, ରାଜାରାଓ ଆଚାରୀ, ପଞ୍ଚାନନ ସାହୁ, ଶିବାନନ୍ଦ ପାଣିଗ୍ରାହୀ, ପିଣ୍ଟୁ ଆଚାରୀ, ଉପଦେଷ୍ଟା ସନ୍ତୋଷ କୁମାର ସାହୁ, ସମ୍ପାଦକ ତୋଫାନ ଆଚାରୀ ଏବଂ କୋଷାଧ୍ୟକ୍ଷ ରାଜେଶ ଗୌଡ଼, ବଳରାମ ଗୌଡ ଓ କ୍ଳବର ସମସ୍ତ ସଦସ୍ୟ ଏବଂ ଗୋଲଣ୍ଡା ଗ୍ରାମବାସୀ ସମସ୍ତ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୪ ପୌର ନିଗମରେ ଭାଜପା ବିଜୟୀ

ଜୟପୁର,୧୬ା୯: ରାଜସ୍ଥାନ ପୌର ନିର୍ବାଚନରେ ଶାସକ ଭାଜପା ୧୦ଟି ପୌର ନିଗମ ମଧ୍ୟରୁ ୪ଟିରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏଥିସହିତ ଶାସକ ଦଳ ୪,୧୭୯ଟି ଓ୍ବାର୍ଡ…

ପାକିସ୍ତାନରେ ହାହାକାର: ହେବ ଲକଡାଉନ୍‌! ଜାଣନ୍ତୁ କାହିଁକି…

ଇସଲାମାବାଦ,୧୬।୯: ପାକିସ୍ତାନୀ ମିଡିଆ ରିପୋର୍ଟ ଅନୁସାରେ, ପ୍ରଧାନମନ୍ତ୍ରୀ ଶେହବାଜ ଶରିଫଙ୍କ ଅଧ୍ୟକ୍ଷତାରେ ହୋଇଥିବା ବୈଠକରେ ଇନ୍ଧନ ବ୍ୟବହାର ଓ ଯାତାୟାତ କମାଇବା ନେଇ ଅନେକ ବିକଳ୍ପ ଉପରେ…

ସାବଧାନ! ଗୋରା ହେବା ଚକ୍କରରେ ନଷ୍ଟ ହୋଇପାରେ ସୌନ୍ଦର୍ଯ୍ୟ, ପାକିସ୍ତାନର ଏହି କ୍ରିମ୍‌କୁ ବ୍ୟାନ୍‌ କଲା ଭାରତ

ନୂଆଦିଲ୍ଲୀ,୧୬ା୯: କେନ୍ଦ୍ରୀୟ ଔଷଧ ମାନକ ନିୟନ୍ତ୍ରଣ ସଂଗଠନ (CDSCO) ସମ୍ପ୍ରତି ପାକିସ୍ତାନରୁ ଉତ୍ପନ୍ନ ଅନଧିକୃତ କସ୍‌ମେଟିକ ଉତ୍ପାଦ ବିକ୍ରୟ ସମ୍ପର୍କରେ ଏକ ସତର୍କତା ଜାରି କରିଛି। ନୋଟିସ୍‌ରେ…

ବିଶ୍ୱକର୍ମା ପୂଜାଠୁ ଏହି ୩ ରାଶି ରୁହନ୍ତୁ ସତର୍କ: ସୂର୍ଯ୍ୟଙ୍କ ଗୋଚର କରିଦେବ କାଙ୍ଗାଳ, ପାଖରୁ ପଳାଇବ ସବୁ ଟଙ୍କା!

ବୈଦିକ ଜ୍ୟୋତିଷ ଅନୁସାରେ ଆସନ୍ତା ୧୭ ସେପ୍ଟେମ୍ବରରେ ସୂର୍ଯ୍ୟଦେବ କନ୍ୟା ରାଶିରେ ପ୍ରବେଶ କରିବେ। ଜ୍ୟୋତିଷରେ ସୂର୍ଯ୍ୟଙ୍କୁ ଆତ୍ମବିଶ୍ୱାସ, ଅଧିକାର, କ୍ୟାରିୟର, ମାନ-ସମ୍ମାନ ଏବଂ ବରିଷ୍ଠ ବ୍ୟକ୍ତିଙ୍କ…

ଆରବ ସାଗରରେ ଭାରତ-ପାକିସ୍ତାନ ମଧ୍ୟରେ ମହାଭାରତ! ପାକିସ୍ତାନୀ କୂଟନୀତିଜ୍ଞଙ୍କୁ ଜବାବ ମାଗିଲା ବୈଦେଶିକ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୬।୯: ପାକିସ୍ତାନୀ ନୌସେନା ଜାହାଜ ଏବଂ ଭାରତୀୟ ନୌସେନା ୟୁନିଟ ମଧ୍ୟରେ ହୋଇଥିବା ଧକ୍କାକୁ ନେଇ ଭାରତ ପାକିସ୍ତାନ ନିକଟରେ ଦୃଢ଼ ପ୍ରତିବାଦ ଜଣାଇଛି। ନୂଆଦିଲ୍ଲୀରେ, ବୈଦେଶିକ…

UPI Charges: ଦୋକାନୀମାନଙ୍କୁ ସେମାନଙ୍କର UPI ସ୍କାନର୍‌ ଏବଂ ସାଉଣ୍ଡବକ୍ସ ବଦଳାଇବାକୁ ପଡ଼ିବ? ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୧୬।୯: ନ୍ୟାସନାଲ ପେମେଣ୍ଟସ କର୍ପୋରେଶନ ଅଫ ଇଣ୍ଡିଆ (NPCI) ୨,୦୦୦ ଟଙ୍କାରୁ ଅଧିକ ମୂଲ୍ୟର କାରବାର ଉପରେ ‘ମର୍ଚାଣ୍ଟ ଡିସକାଉଣ୍ଟ ରେଟ’ (MDR)ଯାହା ମୁଖ୍ୟତଃ ଏକ UPI…

UPI ନା Cash, କେଉଁଥରେ ଟଙ୍କା ଅଧିକ ସଞ୍ଚୟ ହୁଏ? ସତ ଜାଣିଲେ ତାଜୁବ ହେବେ…

ନୂଆଦିଲ୍ଲୀ,୧୬।୯: ଭାରତୀୟ ଡିଜିଟାଲ ଅର୍ଥନୀତିରେ ଆଜିକାଲି UPIକୁ ନେଇ ଏକ ନୂଆ ବିତର୍କ ଓ ବିବାଦ ଦେଖାଦେଇଛି। କେନ୍ଦ୍ର ସରକାର ଏବଂ NPCI ଦ୍ୱାରା ୨୦୦୦ ଟଙ୍କାରୁ…

ଅଭିନୟରୁ ସନ୍ୟାସ ନେବେ ଅମିତାଭ ବଚ୍ଚନ! ମୁହଁ ଖୋଲିଲେ ୮୩ ବର୍ଷିୟ ଅଭିନେତା

ମୁମ୍ବାଇ,୧୬।୯: ଅମିତାଭ ବଚ୍ଚନ ହିନ୍ଦୀ ସିନେମାର ‘ମେଗାଷ୍ଟାର’ ଭାବରେ ପରିଚିତ। ପ୍ରାୟ ଛଅ ଦଶନ୍ଧି ଧରି ଚଳଚ୍ଚିତ୍ର ଜଗତରେ ରାଜ କରିଆସୁଥିବା ‘ବିଗ ବି’ (Big B)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?