ଗୋକୁଳାନନ୍ଦ ପୀଠ ରାସ୍ତା ଅନ୍ଧକାର

ଖଣ୍ଡପଡ଼ା,୨୪ା୩ (ଅଜୟ କୁମାର ମହାରଣା):ଖଣ୍ଡପଡ଼ା ବ୍ଲକ୍‌ ଅଧୀନ ସିଧାମୂଳାସ୍ଥ ଗୋକୁଳାନନ୍ଦ ପୀଠ ଏବଂ ତତ୍‌ସଂଲଗ୍ନ ମଧୁକର୍ଣ୍ଣିକା ପାହାଡ଼ରେ ଅବସ୍ଥିତ ଇକୋ ଟୁରିଜିମ ପରିବେଶ ପର୍ଯ୍ୟଟନସ୍ଥଳୀ କେନ୍ଦ୍ରକୁ ସଂଯୋଗ କରୁଥିବା ରାସ୍ତାରେ ଉଜ୍ୱଳ ଆଲୋକୀକରଣର ବ୍ୟବସ୍ଥା ନାହିଁ ା ସନ୍ଧ୍ୟା ହେଲେ ରାସ୍ତାଟି ସମ୍ପୂର୍ଣ୍ଣ ଅନ୍ଧାରରେ ରହୁଥିବାରୁ ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି ା ବନ ବିଭାଗ ପକ୍ଷରୁ ଉକ୍ତ ପୀଠରେ ସାମଗ୍ରୀକ ବିକାଶ ନିମନ୍ତେ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଅନୁଦାନ ଯୋଗାଇ ଦେଇଛନ୍ତି ା ସେହି ଅନୁଦାନରେ ପରିବେଶ ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକମାନଙ୍କ ରହିବା ଓ ଆମୋଦ ପ୍ରମୋଦ ନିମନ୍ତେ ଏକାଧିକ ନୂତନ ପ୍ରକଳ୍ପ କାର୍ଯ୍ୟକାରୀ କରାଯାଇଛି। ମାତ୍ର ଗୋକୁଳାନନ୍ଦ ପୀଠକୁ ସଂଯୋଗ କରୁଥିବା ରାସ୍ତାରୁ ପାହାଡ଼ିଆ ଜଙ୍ଗଲ ରାସ୍ତା ଦେଇ ପରିବେଶ ପର୍ଯ୍ୟଟନସ୍ଥଳୀକୁ ସଂଯୋଗ କରୁଥିବା ରାସ୍ତାରେ ଏକାଧିକ ବିଦ୍ୟୁତ ଖୁଣ୍ଟ ସ୍ଥାପନ କରାଯାଇଥିଲେ ହେଁ ସେଥିରେ ଉଜ୍ୱଳ ଆଲୋକୀକରଣର ବ୍ୟବସ୍ଥା କରାଯାଇନାହିଁ। ଫଳରେ ରାତିରେ ପର୍ଯ୍ୟଟକମାନେ ପାହାଡ଼ିଆ ରାସ୍ତା ଦେଇ ପରିବେଶ ପର୍ଯ୍ୟଟନସ୍ଥଳୀକୁ ଯାତାୟତ ନିମନ୍ତେ ସୁରକ୍ଷିତ ମଣୁ ନାହାନ୍ତି। ଉକ୍ତ ମଧୁକର୍ଣ୍ଣିକା ପାହାଡ଼ ଓ ସଂଲଗ୍ନ ସଂରକ୍ଷିତ ଜଙ୍ଗଲରେ ବିଭିନ୍ନ ପ୍ରଜାତିର ବିଷଧର ସରୀସୃପ, ଭାଲୁ, ବାରହା ପରି ହିଂସ୍ର ବନ୍ୟଜନ୍ତୁ ବାସ କରୁଛନ୍ତି ା ରାତି ଅନ୍ଧକାରରେ ଏହି ନିର୍ଜନ ରାସ୍ତା ଦେଇ ଯିବା ବେଳେ ବିଷଧର ସରୀସୃପ ଗୁଡିକ ଏଣେତେଣେ ବିଚରଣ କରୁଥିବା ପରିଲକ୍ଷିତ ହେଉଛି। ତେଣୁ ପର୍ଯ୍ୟଟକଙ୍କ ସୁରକ୍ଷିତ ଯାତାୟତ ନିମନ୍ତେ ଉକ୍ତ ରାସ୍ତାରେ ଉଜ୍ୱଳ ଆଲୋକୀକରଣର ବ୍ୟବସ୍ଥା କରିବାକୁ ବିଭିନ୍ନ ମହଲରୁ ଦାବି ହେଉଛି ା ଏଥିପ୍ରତି ରାଜ୍ୟ ସରକାରଙ୍କ ପର୍ଯ୍ୟଟନ ବିଭାଗ, ନୟାଗଡ଼ ବନଖଣ୍ଡ ଅଧିକାରିଣୀ ଦୃଷ୍ଟି ଦେବାକୁ ଦାବି ହେଉଛି ା


Enter your email to get our daily news in your inbox.

All Right Reserved By Dharitri.Com

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

ପିକନିକ ଯାଇ ଆଉ ଫେରିଲେନି, ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ

ମୁମ୍ବାଇ,୧।୧୦: ମହାରାଷ୍ଟ୍ରର ରାୟଗଡ଼ ଜିଲାରେ ଗୁରୁବାର (ଅକ୍ଟୋବର ୧) ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି, ଯେଉଁଥିରେ ପିକନକରେ ଯାଇଥିବା ୮ଜଣ ଛାତ୍ର ସମୁଦ୍ରରେ ବୁଡ଼ି ପ୍ରାଣ…

ଏସୀୟ କ୍ରୀଡ଼ା ଫାଇନାଲରେ କ’ଣ ପାକିସ୍ତାନୀ ଖେଳାଳିଙ୍କ ସହ ହାତ ମିଳାଇବେ ନାହିଁ ଭାରତୀୟ ଖେଳାଳି? ଜାଣନ୍ତୁ ନିୟମ

ନୂଆଦିଲ୍ଲୀ,୧।୧୦: ଯେତେବେଳେ ଭାରତୀୟ ଏବଂ ପାକିସ୍ତାନୀ କ୍ରିକେଟ ଦଳ ପଡ଼ିଆରେ ପରସ୍ପରର ମୁକାବିଲା କରନ୍ତି, ସେତେବେଳେ ଦୃଷ୍ଟି କେବଳ ମ୍ୟାଚ ମଧ୍ୟରେ ସୀମିତ ରହେ ନାହିଁ। ଉଭୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?