ପ୍ରାକ୍ତନ ମନ୍ତ୍ରୀ ଗୋଲକ ବିହାରୀ ନାଏକଙ୍କ ପରଲୋକ

ବାରିପଦା ଅଫିସ,୨୩।୧୧: ପ୍ରାକ୍ତନ ମନ୍ତ୍ରୀ ଗୋଲକ ବିହାରୀ ନାଏକଙ୍କ ବୁଧବାର ପରଲୋକ ଘଟିଛି । ସେ ଦୀର୍ଘ ଦିନ ଧରି କିଡ଼ନୀ ରୋଗରେ ଚିକିତ୍ସିତ ହେଉଥିଲେ। ବୁଧବାର ସକାଳେ ବେତନଟୀ ସ୍ଥିତ ଘରୁ ବାରିପଦାର ଏକ ଘରୋଇ ନସିଂ ହୋମକୁ ବ୍ଳଡ ଡାଏଲେସିସ ପାଇଁ ଆସିଥିବା ବେଳେ ପୂର୍ବାହ୍ନ ୧୦ଟା ସମୟରେ ଶେଷ ନିଶ୍ୱାଃସ ତ୍ୟାଗ କରିଛନ୍ତି । ତାଙ୍କ ମୃତ୍ୟୁ ଖବରରେ ବିଭିନ୍ନ ମହଲରେ ଦୁଃଖ ପ୍ରକାଶ କରିବା ସହ ଶେଷ ଦର୍ଶନ ପାଇଁ ବିଭିନ୍ନ ରାଜନୈତିକ ଦଳର ନେତା, ସମର୍ଥକଙ୍କ ଭିଡ ଲାଗିରହିଛି। ମୃତଦେହକୁ ବାସସ୍ଥାନ ବେତନଟୀ ଫାର୍ମ ହାଉସକୁ ନିଆଯିବା ପରେ ସେଠାରୁ ପୈତୃକ ଗ୍ରାମ ବଡସାହି ବ୍ଳକ ଶିଆଳିଘାଟି ପଞ୍ଚାୟତ ବୁଢେଇରଣାରେ ଶେଷକୃତ୍ୟ ସମ୍ପନ୍ନ କରାଯିବ ବୋଲି ପରିବାର ସୂତ୍ରରୁ ପ୍ରକାଶ ପାଇଛି।

ସ୍ବର୍ଗତ ନାଏକ ୨୦୦୦ଫେବୃଆରୀ ୨୯ତାରିଖରେ ଖୁଂଟା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଦ୍ବାଦଶ ବିଧାନସଭା ସଦସ୍ୟ ଭାବେ ପ୍ରତିନିଧିତ୍ୱ କରିଥିଲେ । ମିଳିତ ଭାଜପାରୁ ପ୍ରାର୍ଥୀ ଭାବେ ସେ ରାଜନୈତିକ ଜୀବନ ଆରମ୍ଭ କରିଥିବା ବେଳେ ପରବର୍ତ୍ତୀ ସମୟରେ ବିଜେଡିରେ ଯୋଗ ଦେଇଥିଲେ । ୨୦୦୦-୨୦୦୪ ଓ ୨୦୦୪-୨୦୦୯ ଭାଜପାରୁ ଦୁଇ ଥର ନିର୍ବାଚିତ ହୋଇ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗର ମନ୍ତ୍ରୀ ରହିଥିଲେ। ପରବର୍ତ୍ତୀ ସମୟରେ ଉଦଳା ନିର୍ବାଚନ ମଣ୍ଡଳୀରୁ ବିଜେଡିରୁ ୨୦୦୧୪-୨୦୧୯ ପର୍ଯ୍ୟନ୍ତ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ଏହାସହ ଜିଲା ଯୋଜନା ବୋର୍ଡର ଅଧ୍ୟକ୍ଷ ଭାବେ ମଧ୍ୟ ସେ ଦାୟିତ୍ୱ ସମ୍ଭାଳିଥିଲେ। ଦେହ ଅସୁସ୍ଥ ପାଇଁ ପ୍ରତ୍ୟକ୍ଷ ରାଜନୀତିରୁ ଓହରି ଯାଇଥିଲେ । ତାଙ୍କର ଶିକ୍ଷୟିତ୍ରୀ ପତ୍ନୀ ସୁବାସିନୀଙ୍କୁ ରାଜନୀତିକୁ ଆଣି ବଡସାହି ନିର୍ବାଚନ ମଣ୍ଡଳୀର ୨୩ନଂ ଜିଲାପରିଷଦ ଜୋନରୁ ବିଜୟୀ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ ପ୍ରଣାଳୀରେ ବଡ଼ ଗେମ୍‌ ଖେଳିବ ଭାରତ, ବାଧା ସୃଷ୍ଟି କରିପାରିବେନି ଆମେରିକା-ଇରାନ, ଧଡ଼ାଧଡ଼ ଆସିବ…

ନୂଆଦିଲ୍ଲୀ,୯।୪: ଇରାନ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଭାରତ ଉପସାଗରୀୟ ଅଞ୍ଚଳରେ ଫସି ରହିଥିବା ଏହାର ଜାହାଜ ଏବଂ ନାବିକମାନଙ୍କୁ ସୁରକ୍ଷିତ ଭାବରେ…

ତେଲଙ୍ଗାନାରେ ବର୍ବରତାର ସୀମାପାର୍, ଅଙ୍ଗନୱାଡି ଶିକ୍ଷୟିତ୍ରୀଙ୍କୁ ଗଛରେ ବାନ୍ଧି….

ହାଇଦ୍ରାବାଦ,୯।୪: ତେଲଙ୍ଗାନା ସଙ୍ଗାରେଡ୍ଡି ଜିଲାର କାଙ୍ଗଟି ମଣ୍ଡଳରେ ଅବସ୍ଥିତ ରାସୋଲ ଗାଁରୁ ଅମାନବୀୟ ଘଟଣା ସାମ୍ନାକୁ ଆସିଛି, ଯାହା ସ୍ଥାନୀୟ ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି ।…

ସତ ହେଲା ଭାରତର କଥା: ଇରାନ ଯୁଦ୍ଧରେ ଦଲାଲ ବାହାରିଲା ପାକିସ୍ତାନ!

ଓ୍ବାଶିଂଟନ୍‌,୯।୪: ପାକିସ୍ତାନ ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ସମ୍ପର୍କରେ ନିଜକୁ ଏକ ଶାନ୍ତି ଦୂତ ଭାବରେ ଉପସ୍ଥାପନ କରୁଛି। ଏହା ଶାନ୍ତି ଆଲୋଚନା ଆୟୋଜନ କରିବା…

ବିବାହ ଭୋଜିରୁ ଫେରୁଥିବାବେଳେ ଅଘଟଣ: ଜଣେ ମୃତ,୨ ଗୁରୁତର

ମୁନିଗୁଡ଼ା,୯।୪ (ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡା ଥାନା ଅନ୍ତର୍ଗତ ଲିଟିଗୁଡା ଛକ ନିକଟରେ ଗୁରୁବାର ଦୁଇ ବାଇକ ମୁହାମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ଜଣକର ମୃତ…

ବିଳମ୍ବିତ ରାତିରେ ପୂଜା ପାଆନ୍ତି ମା’ ରକ୍ଷାକାଳୀ, ୬୮ ବର୍ଷ ପୂର୍ବେ ଲୋକେ…

ମହାକାଳପଡ଼ା,୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ୧୯୪୯, ୫୦, ୫୧ ଓ ୫୨ ମସିହାଠାରୁ ଅନେକ ବଙ୍ଗୀୟ ଶରଣାର୍ଥୀ ପରିବାରଙ୍କୁ ଉଭୟ କେନ୍ଦ୍ର…

ପାକିସ୍ତାନର ଗୁମର ଖୋଲିଦେଲେ ଇସ୍ରାଏଲ ରାଷ୍ଟ୍ରଦୂତ: ଉଠାଇଲେ ପ୍ରଶ୍ନ

ନୂଆଦିଲ୍ଲୀ,୯।୪: ଦୁଇ ସପ୍ତାହର ଅସ୍ତ୍ରବିରତି ନେଇ ଆମେରିକା ଏବଂ ଇରାନ ମଧ୍ୟରେ ଏକ ଚୁକ୍ତି ହୋଇଛି। ପାକିସ୍ତାନ ସଂଘର୍ଷ ବନ୍ଦ କରିବାର ଶ୍ରେୟ ଦାବି କରୁଛି। ଏହି…

ଟଳିନି ବିପଦ: ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ଜାହାଜଗୁଡିକୁ ବଡ଼ ଚେତାବନୀ ଦେଲା ଇରାନ

ତେହରାନ୍‌,୯।୪: ଇରାନ ହର୍ମୁଜ ପ୍ରଣାଳୀ ଦେଇ ପରିବହନ କରୁଥିବା ଜାହାଜଗୁଡ଼ିକ ପାଇଁ ନୂତନ ନାଭିଗେଶନ ପରାମର୍ଶ ଜାରି କରିଛି, ଖଣି ବିପଦକୁ ଦୃଷ୍ଟିରେ ରଖି, ଜାହାଜଗୁଡ଼ିକୁ ବିକଳ୍ପ…

ବ୍ୟାଙ୍କରେ ଆକାଉଣ୍ଟ ନ ଥିଲେ ମଧ୍ୟ ନେଇପାରିବେ ଲୋନ୍‌, ଜାଣନ୍ତୁ ପୂରା ବିବରଣୀ

ପ୍ରତ୍ୟେକ ବ୍ୟକ୍ତି ନିଜର ଦୈନନ୍ଦିନ ଆବଶ୍ୟକତା ପୂରଣ କରିବା ପାଇଁ ଲୋନ୍‌ ବା ଋଣ ନିଅନ୍ତି। କେତେବେଳେ ଗାଡ଼ି ପାଇଁ ତ କେତେବେଳେ ଘର ପାଇଁ। ଆଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri