ମାର୍କଣ୍ଡି ବେଳାଭୂମିରେ ମାରି ଫିଙ୍ଗି ଦେଲେ! ବେକରେ କଟା ଚିହ୍ନ, ଗୋଳନ୍ଥରା ପୋଲିସର ଛାନଭିନ ଆରମ୍ଭ

ଗୋପାଳପୁର, ୧୬।୫(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ମାର୍କଣ୍ଡି ସମୁଦ୍ର ବେଳାଭୂମିରୁ ଜଣେ ଯୁବକଙ୍କ ମୃତଦେହକୁ ଗୋଳନ୍ଥରା ପୋଲିସ ଶୁକ୍ରବାର ସାରେ ଠାବ କରିଛି । ମୃତ ଯୁବକ ଜଣଙ୍କ ଆନ୍ଧ୍ର ପ୍ରଦେଶ କାବିଟି ଥାନା ଅଧୀନ କପାସ କୁଦି ଗ୍ରାମର ଭି. ଚିନ୍ନା (୩୬) ବୋଲି ସୂଚନା ମିଳିଛି । ଖବର ଲେଖା ହେବା ସୁଦ୍ଧା ଥାନାରେ ମାମଲା ରୁଜୁ ହୋଇ ନ ଥିବା ଜଣାପଡ଼ିଛି।

ସୂଚନା ଅନୁଯାୟୀ, ଏହି ଥାନା ଅଧୀନସ୍ଥ ମାର୍କଣ୍ଡି ସମୁଦ୍ର ବେଳାଭୂମି ଅଜଣା ଯୁବକଙ୍କ ମୃତଦେହ ପଡ଼ିଥିବା ସ୍ଥାନୀୟ ଲୋକ ଦେଖିବା ଖବର ବ୍ୟପି ଯାଇଥିଲା। ସନ୍ଧ୍ୟା ପ୍ରାୟ ୭ଟା ସମୟରେ ଗୋଳନ୍ଥରା ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା । ତଦନ୍ତ ପରେ ଯୁବକ ଜଣଙ୍କ ଆନ୍ଧ୍ରପ୍ରଦେଶ କାବିଟି ଥାନା ଅଧୀନ କପାସକୁଦି ଗ୍ରାମର ଭି. ଚିନ୍ନା ବୋଲି ଜାଣିବାକୁ ପାଇଥିଲାl ମୃତ ଯୁବକଙ୍କ ବେକରେ ଗଭୀର କଟା ଚି଼ହ୍ନ ରହିଥିବା ବେଳେ ଶରୀରର ବିଭିନ୍ନ ସ୍ଥାନରେ ଖଣ୍ଡିଆ ଖାବରା ଚିହ୍ନ ରହିଥିବା ଦେଖିବାକୁ ମିଳିଛି। ମୃତ ଚିନ୍ନା ଗତ ୧୪ ତାରିଖରୁ ଗ୍ରାମରେ ନ ଥିବା ଏବଂ କାବିଟି ଥାନାରେ ଏ ନେଇ କୌଣସି ଅଭିଯୋଗ ହୋଇ ନ ଥିବା ଜଣାପଡିଛି l କେହି ଦୁର୍ବୃତ୍ତ ହତ୍ୟା କରି ସମୁଦ୍ରରେ ଫୋପାଡ଼ି ଦେଇଥିବା ସ୍ଥାନୀୟ ଲୋକେ ସନ୍ଦେହ କରୁଛନ୍ତି l ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼ ମେଡିକାଲକୁ ପଠାଇଛିl ଶନିବାର ପରିବାରବର୍ଗ ଗୋଳନ୍ଥରା ଆସିବେ ବୋଲି ଜଣାପଡିଛିl ମୃତ ଚିନ୍ନାଙ୍କ ମୃତଦେହ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ ପ୍ରକୃତ କାରଣ ସ୍ପଷ୍ଟ ହେବ ବୋଲି ପୋଲିସ ସୂଚନା ଦେଇଛି । କି ଭଳି କେଉଁ ପରିସ୍ଥିତି ଚିନ୍ନାଙ୍କ ମୃତ୍ୟୁ ହେଲା ତାହା ପୋଲିସ ସଠିକ ତଦନ୍ତ କରି ଜଣା ପଡ଼ିବ ବୋଲି ସ୍ଥାନୀୟ ଲୋକ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ଯାଇ ନିଖୋଜ ଥିଲେ ଦଶମ ଶ୍ରେଣୀ ଛାତ୍ରୀ: ଜଙ୍ଗଲରୁ ମିଳିଲା…

ରାଉରକେଲା,୬।୨(ଦୀନେଶ କୁମାର ମିଶ୍ର): ସୁନ୍ଦରଗଡ଼ ଜିଲା ବିସ୍ରା ଥାନା ଅନ୍ତର୍ଗତ ଜାମ୍ବେର୍ନା ଗ୍ରାମରେ ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କ ମୃତଦେହ ଜଙ୍ଗଲରୁ ଉଦ୍ଧାର କରାଯାଇଛି। ଏ ଘଟଣା…

ଆପଣଙ୍କ ଇମେଲ୍ ଏବଂ ତଥ୍ୟ ସୁରକ୍ଷିତ ତ? ଏମିତି କରନ୍ତୁ ଯାଞ୍ଚ

ଭୁବନେଶ୍ୱର,୬।୨: ବର୍ତ୍ତମାନର ଡିଜିଟାଲ ଯୁଗରେ ତଥ୍ୟ ଚୋରି ବା ‘ଡାଟା ବ୍ରିଚ୍’ ଏକ ବଡ଼ ସମସ୍ୟା ଭାବେ ଉଭା ହୋଇଛି। ଆପଣଙ୍କ ବ୍ୟକ୍ତିଗତ ଇମେଲ୍ ଆଇଡି (Email…

ଆଉ ରହିବ ନାହିଁ ଘର ଭଡ଼ା ଟେନସନ: ଭଡ଼ାରେ ଘର ଦେବେ ସରକାର

ଭୁବନେଶ୍ୱର,୬।୨: ଗରିବ ଲୋକଙ୍କ ପାଇଁ ନୂଆ ନୂଆ ଯୋଜନା ଆଣୁଛନ୍ତି ମୋହନ ସରକାର। ଏଣିକି ସହରାଞ୍ଚଳରେ ଆଉ ରହିବ ନାହିଁ ଘର ଭଡ଼ା ଟେନସନ। ଏଣିକି ସହରୀ…

ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କ ପାଇଁ ଖୁସି ଖବର: ବଢିଲା ଟଙ୍କା ଫେରସ୍ତ ପ୍ରକ୍ରିୟା ଅବଧି

ଭୁବନେଶ୍ୱର,୬।୨: ଚିଟ୍‌ଫଣ୍ଡ କ୍ଷତିଗ୍ରସ୍ତଙ୍କ ପାଇଁ ଖୁସି ଖବର। ପୁଣି ଟଙ୍କା ଫେରସ୍ତ ପାଇଁ ସମୟ ଦେଲେ ରାଜ୍ୟ ସରକାର। ଫଳରେ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ଟଙ୍କା…

ବରଗଡରେ ଚାଞ୍ଚଲ୍ୟ: ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି, ଚାଲିଗଲା ୨ ଯୁବକଙ୍କ ଜୀବନ

ବରଗଡ,୬।୨(ପ୍ରେମାନନ୍ଦ ଖମାରୀ):ବରଗଡ ହାଟପଦା ସାଇ ମନ୍ଦିର ପାଖରେ ହୋଇଥିବା ଗୋଷ୍ଠୀ ସଂଘର୍ଷ ଘଟଣାରେ ୨ଜଣଙ୍କ ଜୀବନ ଯାଇଛି। ମୃତକମାନେ ହେଲେ, ସ୍ଥାନୀୟ କଲେଜ ରୋଡ ବାସିନ୍ଦା ପ୍ରଦୀପ…

ଶିକ୍ଷା ବ୍ୟବସ୍ଥା ପ୍ରଶ୍ନକୁ ଏଡାଇ ଚାଲିଗଲେ ଜିଲାପାଳ: ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ

ଥୁଆମୂଳ ରାମପୁର, ୬ା୨ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପ୍ରଶାସନ ପକ୍ଷରୁ ନୀତି ଆୟୋଗଙ୍କ ‘ଆକାଂକ୍ଷା ବ୍ଲକ କାର୍ଯ୍ୟକ୍ରମ’ (Aspirational Blocks Programme) ଅଧୀନରେ…

ଦାରିଙ୍ଗବାଡି ଜଙ୍ଗଲରେ କୁଢ଼ କୁଢ଼ ଅଳିଆ: ନାକ ଟେକୁଛନ୍ତି ପର୍ଯ୍ୟଟକ

ଦାରିଙ୍ଗବାଡି, ୬।୨(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା କନ୍ଧମାଳ ଜିଲା ଦାରିଙ୍ଗବାଡିର ପରିବେଶ ଏବେ ଦିନକୁ ଦିନ ଏବେ ବାୟୁ ପ୍ରଦ୍ୟୁଷଣ ସହ ଦୂଷିତ ପରିବେଶ ଦିଗକୁ ଗତି…

ତେଲର ମୂଲ୍ୟ ନିର୍ଣ୍ଣୟ କରିବ ଆମେରିକା! ଟ୍ରମ୍ପ ଏକ ଆଶ୍ଚର୍ଯ୍ୟଜନକ ଦାବି-“ଆମେ ବିଶ୍ୱର 68%…

ନୂଆଦିଲ୍ଲୀ,୬ା୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ବିଶ୍ୱ ତୈଳ ବଜାରକୁ ନେଇ ଏକ ଚକିତ କଲା ଭଳି ଦାବି କରିଛନ୍ତି। ୱାଶିଂଟନରେ ଆୟୋଜିତ ୭୪ତମ ‘ନ୍ୟାସନାଲ ପ୍ରେୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri