ଗୋଳନ୍ଥରା ହାଜତ ମୃତ୍ୟୁ ମାମଲା: ଗୃହ ସଚିବ, ଏସ୍‌ପି, ଆଇଆଇସିଙ୍କୁ ନୋଟିସ

କଟକ ଅଫିସ,୨୨ା୧୧: ଗଞ୍ଜାମ ଜିଲା ଗୋଳନ୍ଥରା ହାଜତ ମୃତ୍ୟୁ ମାମଲାରେ ହାଇକୋର୍ଟ ରାଜ୍ୟ ଗୃହ ବିଭାଗ ପ୍ରମୁଖ ସଚିବ, ଗଞ୍ଜାମ ଏସ୍‌ପି ଓ ଗୋଳନ୍ଥରା ଥାନା ଆଇଆଇସିଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି। ଆଜିପର୍ଯ୍ୟନ୍ତ କାହିଁକି ପୋଲିସ ହତ୍ୟା ମାମଲା ରୁଜୁ କରିନାହିଁ, ସେନେଇ ଲିଖିତ ଆକାରରେ ଆସନ୍ତା ୩୦ ତାରିଖ ସୁଦ୍ଧା ଜଣାଇବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଗୁରୁବାର ଜଷ୍ଟିସ୍‌ ବିଶ୍ୱଜିତ୍‌ ମହାନ୍ତିଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରି ଉପରୋକ୍ତ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ୩୦ ତାରିଖରେ ପରବର୍ତ୍ତୀ ଶୁଣାଣି ହେବ।
ମାମଲାର ବିବରଣୀରୁ ପ୍ରକାଶ, ଗୋଳନ୍ଥରା ଥାନା ଅଧୀନ ରଙ୍ଗିପୁରର ଗଣେଶ ଡାକୁଆଙ୍କୁ ଗତ ମେ’ ୩ ତାରିଖରେ କେତେଜଣ ବ୍ୟକ୍ତି କୌଣସି କାରଣକୁ ନେଇ ଆକ୍ରମଣ କରିଥିଲେ। ଏ ନେଇ ସେ ଥାନାରେ ଅଭିଯୋଗ କରିବାକୁ ଯାଇଥିଲେ ମଧ୍ୟ ପୋଲିସ ଏତଲା ରଖି ନ ଥିଲା। ପରେ ସେ ଘରକୁ ଫେରି ଆସିଥିଲେ। ସେହିଦିନ ଗଣେଶଙ୍କୁ ପୋଲିସ ମେଡିକାଲ ଚିକିତ୍ସା କରିବା ବାହାନାରେ ଘରୁ ଥାନାକୁ ଡାକିଆଣି ମାଡ ମାରିଥିଲା। ରାତି ପ୍ରାୟ ୮ଟାରେ ଥାନା ଝରକାରେ ବେଲ୍ଟଦ୍ୱାରା ଗଣେଶ ଆତ୍ମହତ୍ୟା କରିଥିବା ନେଇ ପୋଲିସ ତାଙ୍କ ପରିବାର ଲୋକଙ୍କୁ ଜଣାଇଥିଲା। ପରେ ଶବ ବ୍ୟବଚ୍ଛେଦ ପାଇଁ ଡାକ୍ତରଖାନା ନିଆଯାଇଥିଲା। ଶବ ବ୍ୟବଚ୍ଛେଦ ରୁମ୍‌ ନିକଟରେ ଗଣେଶଙ୍କ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ଥିବାବେଳେ ବେକରେ କୌଣସି ଦାଗ ନଥିବା ତାଙ୍କ ମା’ ଶୋଭା ଡାକୁଆ ଦେଖିଥିଲେ। ଅନ୍ୟପକ୍ଷରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରିବା ବଦଳରେ ବେଆଇନ ଭାବେ ପୋଲିସ ରାତାରାତି ବ୍ୟବଚ୍ଛେଦ କରାଇ ସ୍ଥାନୀୟ ନୀଳକଣ୍ଠନଗର ଶ୍ମଶାନରେ ସତ୍କାର କରିଥିଲା। ଏନେଇ ଶୋଭା ମେ’ ୫ ତାରିଖରେ ଗୋଳନ୍ଥରା ଥାନା ଓ ଗଞ୍ଜାମ ଏସ୍‌ପିଙ୍କ ନିକଟରେ ଲିଖିତ ଅଭିଯୋଗ କରିଥିଲେ। ହେଲେ କିଛି ସୁଫଳ ମିଳି ନ ଥିଲା। ପରେ ଶୋଭା ଅଗଷ୍ଟ ୧୭ ତାରିଖରେ ଅନ୍‌ଲାଇନ ମାଧ୍ୟମରେ ଅଭିଯୋଗ କରିଥିଲେ ମଧ୍ୟ ଥାନାରେ ଏଫ୍‌ଆଇଆର ରୁଜୁ ହୋଇପାରିଲାନାହିଁ। ଶେଷରେ ଗତ ୧୨ ତାରିଖରେ ଶୋଭା ହାଇକୋର୍ଟରେ କ୍ରିମିନାଲ ମିସ୍‌ ପିଟିଶନ ଦାଏର କରି ହତ୍ୟା ମାମଲା ରୁଜୁ ପାଇଁ ନିବେଦନ କରିଥିଲେ। ଆଇନଜୀବୀ ଗୋପାଳ ପ୍ରସାଦ ଜେନା ମାମଲା ପରିଚାଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନେପାଳ ଫେରିଲେ ତିବ୍ବତରେ ଫସି ରହିଥିବା ଭାରତୀୟ ତୀର୍ଥଯାତ୍ରୀ

ବେଜିଂ,୨୯ା୮: ବନ୍ୟାରେ ଗିରୋଙ୍ଗ୍‌ ସୀମାନ୍ତ ପୋଷ୍ଟ ଧ୍ୱଂସ ହୋଇଯାଇଥିବା ବେଳେ ତିବ୍ବତରେ ଅଟକି ରହିଥିବା ବହୁସଂଖ୍ୟାରେ ଭାରତୀୟ ତୀର୍ଥଯାତ୍ରୀ ଶନିବାର ବିକଳ୍ପ ସୀମାନ୍ତ ରାସ୍ତା ଦେଇ ନେପାଳ…

ଉଜ୍‌ବେକିସ୍ତାନରେ ପ୍ରଧାନମନ୍ତ୍ରୀ ମୋଦି

ତାଶକେଣ୍ଟ,୨୯ା୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଜ୍‌ବେକିସ୍ତାନ ଏବଂ କିର୍‌ଗିଜସ୍ତାନକୁ ୪ ଦିନିଆ ଗସ୍ତରେ ଯାଇ ଶନିବାର ଉଜ୍‌ବେକିସ୍ତାନରେ ପହଞ୍ଚିଛନ୍ତି। ୨ ଦେଶ ମଧ୍ୟରେ ରଣନୈତିକ ସହଭାଗିତାକୁ ଆହୁରି…

ସୃଷ୍ଟି ହେଲା ଲଘୁଚାପ, ୫ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲାକୁ ରେଡ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୨୯ା୮ (ବନ୍ଦନା ସେଠୀ) – ଉତ୍ତରପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତରଓଡ଼ିଶା ଉପକୂଳରେ ଶନିବାର ସକାଳ ୫ଟା ୩୦ରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା…

ଖଡ଼ିଆଳରେ ନୂଆଖାଇ ପାଇଁ ଲଗ୍ନ ଧାର୍ଯ୍ୟ

ଖଡ଼ିଆଳ,୨୯ା୮(ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ରାଜଦରବାର ହଲଠାରେ ପଣ୍ଡିତ ମଣ୍ଡଳୀ ନବାନ୍ନ ଲଗ୍ନ ଧାର୍ଯ୍ୟ କରିଛନ୍ତି। ପରମ୍ପରାନୁସାରେ ଆସନ୍ତା ୧୫ ତାରିଖ ମଙ୍ଗଳବାର ଘ.୯.୦୫ମି.ରୁ ଘ.୧୦. ୦୦…

ଖଟ ତଳକୁ ଓହ୍ଲାଇବା ବେଳେ ଚୋଟ ମାରିଲା ସାପ, ରାତିସାରା ଗୁଣିଆ ଡାକି ଝଡ଼ାଫୁଙ୍କା କଲେ, ମେଡିକାଲ ନେବାରେ ବିଳମ୍ବ ଯୋଗୁ…

ଡୁଙ୍ଗୁରିପାଲି,୨୯।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ଅନ୍ତର୍ଗତ ବଡ଼ଭାଲୁପାଲି ଗ୍ରାମରେ ଅନ୍ଧବିଶ୍ୱାସ ଯୋଗୁ ଜଣେ ବୃଦ୍ଧଙ୍କର ଅକାଳ ମୃତ୍ୟୁ ଘଟିଛି। ବିଷାକ୍ତ ସାପ…

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri