ରାଜଧାନୀ ପୋଲିସକୁ ଲୁଟେରାଙ୍କ ଖୋଲା ଚ୍ୟାଲେଞ୍ଜ: ମହିଳା ଡିଏସ୍‌ପିଙ୍କୁ ବନ୍ଧୁକ ଦେଖାଇ ସୁନାଚେନ ଲୁଟ୍‌

ଭୁବନେଶ୍ୱର,୨୬।୭(ବ୍ୟୁରୋ): ରାଜଧାନୀରେ ପୁଣି ସକ୍ରିୟ ହୋଇପଡ଼ିଲେଣି ସୁନାଚେନ ଲୁଟ୍‌ କରୁଥିବା ଗ୍ୟାଙ୍ଗ। ସେମାନେ ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ପୋଲିସଠାରୁ ମଧ୍ୟ ଲୁଟ୍‌ପାଟ କରିବାକୁ ପଛାଉ ନାହାନ୍ତି। ଏପରି ଏକ ଘଟଣାକ୍ରମରେ ରବିବାର ସକାଳେ ଖାରବେଳ ନଗର ଥାନା ୟୁନିଟ-୩ ଅଞ୍ଚଳରେ ରହୁଥିବା ଜଣେ ଭିଜିଲାନ୍ସ ମହିଳା ଡିଏସ୍‌ପିଙ୍କୁ ବନ୍ଧୁକ ଦେଖାଇ ସୁନାଚେନ୍‌ ଲୁଟି ନେଇଛନ୍ତି ଲୁଟେରା। ଲୁଟର ଶିକାର ହୋଇଥିବା ଡିଏସ୍‌ପି ହେଲେ ତନୁଜା ମହାନ୍ତି। ସେ ଏନେଇ ଖାରବେଳନଗର ଥାନାରେ ଅଭିଯୋଗ କରିବା ପରେ ପୋଲିସ ଲୁଟେରାଙ୍କୁ ଧରିବା ପାଇଁ ତନାଘନା ଆରମ୍ଭ କରିଛି। ଡିଏସ୍‌ପିଙ୍କ ଘର ନିକଟରେ ଲାଗିଥିବା ସିସିଟିଭିକୁ ଦେଖି ପୋଲିସୁ ଲୁଟେରାଙ୍କୁ ଚିହ୍ନଟ କରୁଛି।

ସୂଚନାନୁଯାୟୀ, ସବୁଦିନ ପରି ତନୁଜା ସକାଳ ୭ଟା ସମୟରେ ଘର ଆଗରେ ଝାଡ଼ୁ ମାରୁଥିଲେ। ଏହି ସମୟରେ ଦୁଇଜଣ ଲୁଟେରା ମୁହଁରେ ମାସ୍କ ଲଗାଇ ପଲ୍‌ସର ବାଇକ୍‌ରେ ଆସିଥିଲେ। ସେମାନେ ହଠାତ ବାଇକ୍‌ରୁ ଓହ୍ଲାଇ ତନୁଜାଙ୍କ ମୁଣ୍ଡରେ ବନ୍ଧୁକ ଲଗାଇ ସୁନାଚେନ ଲୁଟି ନେଇଥିଲେ। ତନୁଜା ପରେ ପାଟି କରିବାରୁ ସ୍ବାମୀ ବାହାରକୁ ଆସିଥିଲେ। ହେଲେ ସେତେବେଳକୁ ଲୁଟେରାମାନେ ଫେରାର ହୋଇଯାଇଥିଲେ।

ପ୍ରକାଶ ଥାଉ କି, ଚାରିଦିନ ତଳେ ଉକ୍ତ ଖାରବେଳ ଥାନା ଅଞ୍ଚଳରୁ ଅନ୍ୟଜଣଙ୍କୁ ସମାନ ଉପାୟରେ ବନ୍ଧୁକ ଦେଖାଇ ସୁନାଚେନ ଲୁଟି ନେଇଥିଲେ। ଏଭଳି ବାରମ୍ବାର ଲୁଟ୍‌ ବଢ଼ୁଥିବାରୁ ପୋଲିସ ପାଇଁ ଏହା ମୁଣ୍ଡବିନ୍ଧା ପାଲଟିଛି। ନିକଟରେ ନୂଆ ଡିସିପି ଉମାଶଙ୍କର ଦାସ ଯୋଗଦେଇଥିବା ବେଳେ ଲୁଟେରାମାନେ ତାଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଉଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୨୫ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ଗୁରୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଏଣ୍ଟ୍ରି, ୫ ରାଶିଙ୍କ ଲାଗିଲା ଲଟେରୀ! ବଢିବ ଧନ-ସମ୍ପତ୍ତି…

ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ମଙ୍ଗଳ ଗ୍ରହ ବୃହସ୍ପତି (ଦେବଗୁରୁ ବୃହସ୍ପତି)ଙ୍କ ଦ୍ୱାରା ଶାସିତ ପୁନର୍ୱାସୁ ନକ୍ଷତ୍ରରେ ୨ ସେପ୍ଟେମ୍ୱର, ୨୦୨୬ ରେ ପ୍ରବେଶ କରିବାକୁ ଯାଉଛି। ମଙ୍ଗଳ…

ସାଂଘାତିକ! ଶେଷରେ ପାରାଦୀପ ସମୁଦ୍ରରୁ ମିଳିଲା ନିଖୋଜ ଜାହାଜର…

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

କଣ୍ଟାମାଳ ପୋଲିସ-ଜନତା ଖଣ୍ଡଯୁଦ୍ଧ: ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଏସ୍‌ପିଙ୍କ ତଦନ୍ତ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କାଶୀପୁର ବ୍ଲକ କଣ୍ଟାମାଳ ଗ୍ରାମରେ ଘଟିଥିବା ବହୁଚର୍ଚ୍ଚିତ ପୋଲିସ-ଜନତା ସଂଘର୍ଷ ଘଟଣାରେ ତଦନ୍ତ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇଛି। ମାନ୍ୟବର ହାଇକୋର୍ଟଙ୍କ…

ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣା: ଆଉ ୬ ଗିରଫ, ମୋଟ ଗିରଫ ସଂଖ୍ୟା ୮କୁ ବୃଦ୍ଧି

ଦାରିଙ୍ଗବାଡ଼ି,୨୫।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗ୍ରାମରେ ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣାରେ ପୋଲିସକୁ ବଡ଼…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri