Posted inଫୁରସତ

ସୁନାଚେନ୍‌ର କେଶ

ଆଜିକାଲି ନାନା ପ୍ରକାରର ହେୟାର ଷ୍ଟାଇଲ ଲୋକେ କରୁଛନ୍ତି। ଖାସ୍‌କରି ସେଲିବ୍ରିଟି ଯେଉଁଭଳି ହେୟାରଷ୍ଟାଇଲ କରନ୍ତି ସାଧାରଣ ଲୋକେ ତାକୁ ଅନୁକରଣ କରନ୍ତି। ମେକ୍ସିକୋର ର଼୍ୟାପର୍‌ ଦାନ୍‌ ସୁର୍‌ଙ୍କ ହେୟାରଷ୍ଟାଇଲ୍‌ ଏବେ ବେଶ୍‌ ଚର୍ଚ୍ଚାରେ। କାରଣ ତାଙ୍କ ହେୟାରଷ୍ଟାଇଲ ସମ୍ପୂର୍ଣ୍ଣ ଅଲଗା। ବୋଧହୁଏ ଏଭଳି ହେୟାରଷ୍ଟାଇଲ ଆଉ କେହି କରି ନ ଥିବେ। କଥା କ’ଣ କି ସେ ନିଜର ପ୍ରାକୃତିକ କେଶ ସ୍ଥାନରେ ସୁନାର ଚେନ୍‌୍‌ ଟ୍ରାନ୍ସପ୍ଲାଣ୍ଟ କରାଇଛନ୍ତି। ସାଧାରଣତଃ ର଼୍ୟାପର୍‌ମାନଙ୍କର ଭିନ୍ନ ଷ୍ଟାଇଲ୍‌ ସମସ୍ତଙ୍କୁ ଆକର୍ଷିତ କରିଥାଏ। ହେଲେ ଦାନ୍‌ ସୁର୍‌ ଅନ୍ୟମାନଙ୍କଠୁ ଭିନ୍ନ ହେବା ଲାଗି ଏଭଳି ଏକ ପନ୍ଥା ଆପଣେଇଲେ। ଆଉ ନିଜର ସୁନ୍ଦର କେଶ ସ୍ଥାନରେ ସୁନା ଚେନ୍‌ର କେଶ ପ୍ରତିରୋପଣ କରି ସାରା ପୃଥିବୀରେ ଚର୍ଚ୍ଚିତ ହେଲେ। ଖପୁରି ଉପର ଚର୍ମରେ ହୁକ୍‌ ଓ ଚର୍ମ ଭିତରେ ହୁକ୍‌ ଲଗାଇ ଏହି ଚେନ୍‌ ସବୁ ପ୍ରତିରୋପଣ କରାଯାଇଛି। ଏଭଳି ପ୍ରତିରୋପଣରେ ସଂକ୍ରମଣ, ଖପୁରିରେ ଜ୍ୱଳନର ଆଶଙ୍କା ରହିଛି। ଏହା ଆଦୌ ନିରାପଦ ନୁହେଁ ବୋଲି ପ୍ଲାଷ୍ଟିକ୍‌ ସର୍ଜନ ମଧ୍ୟ କହୁଛନ୍ତି। ଏହାଦ୍ୱାରା ବାହାରର ବ୍ୟାକ୍ଟେରିଆ ସହଜରେ ଶରୀରକୁ ପ୍ରବେଶ କରିପାରିବେ। ତା’ସହ ଖପୁରି ଚର୍ମ ତଳେ ଥିବା ହୁକ୍‌ ଓଜନିଆ ଚେନ୍‌କୁ ଧରି ରଖିଥିବାରୁ ଖପୁରିରେ ଫ୍ରାକ୍ଚର ହୋଇପାରେ। ଅବା ପରମାନେଣ୍ଟ ହେୟାର୍‌ ଲସ୍‌ ବି ହୋଇପାରେ। ଏତେସବୁ ରିସ୍କ ଥାଇ ବି କେବଳ ଭିନ୍ନ ଲୁକ୍‌ ପାଇବା ପାଇଁ ସେ ଏଭଳି କରିବାକୁ ପଛେଇଲେ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦୀର୍ଘ ସାଢେ ୫ ଘଣ୍ଟା ପରେ ଜାତୀୟ ରାଜପଥରେ ସ୍ବାଭାବିକ ହେଲା ଗାଡ଼ି ଚଳାଚଳ

ପଟ୍ଟାଙ୍ଗି,୧୬।୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଆନ୍ଧ୍ର ଓଡ଼ିଶା ସୀମାନ୍ତ ରାଜପଥ ଦୀର୍ଘ ସମୟ ଧରି ଅବରୋଧ ରହିଥିଲା । ତେବେ ଉକ୍ତ…

ଭଡା ଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ, ହତ୍ୟା ସନ୍ଦେହ କଲେ ପରିବାର

ଭବାନୀପାଟଣା,୧୬।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ସ୍ଥିତ ଇରିଗେସନ କଲୋନୀ ୭ ନଂ ଲେନର ଏକ ଭଡା ଘରୁ ସୋମବାର ସନ୍ଧ୍ୟାରେ ଜଣେ ଯୁବତୀଙ୍କ…

ବିଜେଡି-କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ଏହି ୧୧ ବିଧାୟକ, କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନରେ ବିଜେଡି ଓ କଂଗ୍ରେସର ଅଙ୍କ ଗୋଳମାଳ କରିଦେଲେ ୧୧ ବିଧାୟକ। କ୍ରସ୍‌ ଭୋଟିଂ କରି ବିଗାଡ଼ିଦେଲେ ଖେଳ। ଗୋଟେ ଚୁଟ୍‌କିରେ ବଦଳିଗଲା…

ହାଇସ୍କୁଲ ପରିଚାଳନା କମିଟି ଗଠନ ପାଇଁ ବସିଥିଲା ସଭା: ଆସିଲେନି ବିଧାୟକ, ସ୍ଥଗିତ ରହିଲା…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବି. ତୁରୁବୁଡ଼ି ପଞ୍ଚାୟତ ହାଇସ୍କୁଲ ପରିଚାଳନା କମିଟି ଗଠନ ନିମନ୍ତେ ସୋମବାର ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି।…

ପଲିଥିନ ତଳେ ୫ ପ୍ରାଣୀଙ୍କ ବିତୁଛି ଜୀବନ: ବ୍ଲକ ଅଧ୍ୟକ୍ଷ, ଜିଲା ପରିଷଦଙ୍କ ନିଜ ପଞ୍ଚାୟତରେ ଏଭଳି ଚିତ୍ର

ଥୁଆମୂଳ ରାମପୁର,୧୬।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡ ଜିଲା ଥୁଆମୂଳ ରାମପୁର ବ୍ଲକ ଅଧୀନସ୍ଥ ଗୁଣୁପୁର ଗ୍ରାମପଞ୍ଚାୟତରୁ ଆସିଛି ଏକ ଲଜ୍ଜାଜନକ ତଥ୍ୟ। ଯେଉଁ ପଞ୍ଚାୟତ ବ୍ଲକ ଅଧ୍ୟକ୍ଷ…

‘ଏହି ୩ ବିଧାୟକ ଏଭଳି କାମ କରିବେ ବୋଲି କେବେ ଭାବିନଥିଲି, ଛେଳି,ମେଣ୍ଢା ଭଳି ବିକ୍ରି ହୋଇଗଲେ’…

ଭୁବନେଶ୍ୱର,୧୬।୩: ଅପେକ୍ଷାର ଅନ୍ତ ଘଟିଛି । ରାଜ୍ୟ ସଭା ନିର୍ବାଚନର ଫଳାଫଳ ସାମ୍ନାକୁ ଆସିଛି । ତେବେ କ୍ରସ୍‌ ଭୋଟିଂକୁ ନେଇ ପିସିସି ସଭାପତି ଭକ୍ତ ଚରଣ…

ଛିଡା ହୋଇଛି ପାଣି ଟ୍ୟାଙ୍କର, ତଳୁ ଚକା ଖୋଲି ନେଇଗଲେ…

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଫାସିଗୁଡା ପଞ୍ଚାୟତ ଧେରେଣ୍ଡି ଗ୍ରାମ ନିକଟରେ ଜଳସେଚନ ବିଭାଗ ପକ୍ଷରୁ କେନାଲ ଉନ୍ନତିକରଣ କାମ ପାଇଁ ବ୍ୟବହାର…

ରାଜ୍ୟ ସଭା ନିର୍ବାଚନରେ ବିଜେଡି ଖାଇଲା ଚକ୍‌ମା, ଏମାନେ କରିଛନ୍ତି କ୍ରସ୍‌ ଭୋଟିଂ, ସାମ୍ନାକୁ ଆସିଲା ନାଁ

ଭୁବନେଶ୍ୱର,୧୬।୩: ରାଜ୍ୟ ସଭା ନିର୍ବାଚନର ଫଳାଫଳ ପ୍ରକାଶ ପାଇଛି। ଭାଜପାର ୨ ପ୍ରାର୍ଥୀ ମନମୋହନ ସାମଲ ଓ ସୁଜିତ୍‌ କୁମାର ଏବଂ ବିଜେଡିର ସଂତୃପ୍ତ ମିଶ୍ର ବିଜୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri