Posted inଫୁରସତ

ବଧୂଙ୍କ ପାଇଁ ଆସିଲା ସୁନାର ‘ମାସ୍କ କମ୍‌ ନେକ୍‌ଲେସ୍‌’: ବଜାରରେ ବଢ଼ୁଛି ଚାହିଦା..

କରୋନା ସଂକ୍ରମଣକୁ ରୋକିବାକୁ ହେଲେ ମାସ୍କ ପିନ୍ଧିବା ଜରୁରୀ। ଲୋକମାନଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି ବଜାରରେ ବିଭିନ୍ନ ପ୍ରକାରର ମାସ୍କ ଉପଲବ୍ଧ ହେଉଛି। ଏବେ ବିବାହ ସମୟ ଚାଲିଥିବାରୁ ବରକନ୍ୟାଙ୍କ ପାଇଁ ସ୍ବତନ୍ତ୍ର ମାସ୍କ କରାଯାଉଛି। ଏହାର ଡିମାଣ୍ଡ ମଧ୍ୟ ବଢ଼ୁଥିବା ଦେଖାଯାଉଛି।

ସେଭଳି ଏକ ଘଟଣାକ୍ରମରେ ପୁଣେର ଏକ ଗହଣା ଦୋକାନୀ ସ୍ବତନ୍ତ୍ର ସୁନାର ମାସ୍କ ତିଆରି କରିଛନ୍ତି। ଏଥିରେ ୧୨୪ ଗ୍ରାମର ସୁନା ବ୍ୟବହାର କରାଯାଇଛି। ମାସ୍କର ଦାମ ରହିଛି ୬.୫ ଲକ୍ଷ ଟଙ୍କା। ଏହାକୁ ଉଭୟ ମାସ୍କ ଏବଂ ହାର ଭାବେ ବ୍ୟବହାର କରିହେବ। ମାସ୍କଟିକୁ ଏନ୍‌-୯୫ ମାସ୍କ ଉପରେ ଷ୍ଟିଚ୍‌ କରାଯାଇଛି। ଫଳରେ ଏହା ଚୋକର୍‌ ଭଳି ଲାଗୁଛି। ଲଗାତାର ୨୫ ଦିନ ପିନ୍ଧିବା ପରେ ଏହାକୁ ଧୋଇ ଆଉ ଥରେ ବ୍ୟବହାର କରିହେବ।

ଗହଣାର ସ୍ବତନ୍ତ୍ରତା ହେଉଛି ଏହାକୁ ବ୍ୟବହାର କରିବା ପରେ ସହଜରେ ଏହାକୁ ବଦଳାଯାଇପାରିବ। ଅଥବା ମାସ୍କ ଖରାପ ହେବା ପରେ ଅନ୍ୟ ମାସ୍କରେ ଏହାକୁ ଲଗାଯାଇପାରିବ। ଏହାକୁ ଡିଜାଇନ୍‌ କରିବା ପାଇଁ ଦୁଇରୁ ତିନି ସପ୍ତାହ ସମୟ ଲାଗିଛି। ଏବେ ଏହି ମାସ୍କର ଚାହିଦା ବହୁତ ବଢ଼ିଥିବା ଦୋକାନୀ ପ୍ରତିକ୍ରିୟା ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri