୧ ଲକ୍ଷ ୧୫ ହଜାରକୁ ଖସିଲା ସୁନା

ନୂଆଦିଲ୍ଲୀ,୨୧ା୧୧: ସୁନା ଓ ରୁପା ଦରରେ ଲଗାତର ହ୍ରାସ ଜାରି ରହିଛି। ଇଣ୍ଡିଆନ ବୁଲିୟନ ଜୁଏଲର୍ସ ଆସୋସିଏଶନ(ଆଇବିଜେଏ)ର ସୂଚନା ଅନୁଯାୟୀ ଶୁକ୍ରବାର ୧୦ ଗ୍ରାମ (୨୪ କ୍ୟାରେଟ) ସୁନା ମୂଲ୍ୟରେ ପ୍ରାୟ ୫୦୦୦ରୁ ଅଧିକ ହ୍ରାସ ଘଟି ଏହା ୧.୨୩ ଲକ୍ଷ ଟଙ୍କାରେ ପହଞ୍ଚିଛି।
ଏହି ହ୍ରାସ ପରେ ସୁନା ପ୍ରାୟ ୧ବର୍ଷ ପୁରୁଣା ସ୍ତରରେ ପହଞ୍ଚିଯାଇଛି। ୨୦୨୫ ନଭେମ୍ବର ୨୪ରେ ୧୦ ଗ୍ରାମ ୨୪ କ୍ୟାରେଟ ସୁନା ଦର ୧,୨୩,୩୦୮ ଟଙ୍କା ଥିଲା। ଏହା ପରେ ବର୍ଷ ସାରା ସୁନା ମୂଲ୍ୟ ବୃଦ୍ଧି ପାଇ ଚାଲିଥିଲା। ତେବେ ଶୁକ୍ରବାରର ହ୍ରାସ ପରେ ୨୨ କ୍ୟାରେଟ୍‌ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧.୧୫ ଲକ୍ଷ ଟଙ୍କା ରହିଥିବା ଜଣାପଡ଼ିଛି। କେବଳ ସୁନା ନୁହେଁ , ଶୁକ୍ରବାର ରୁପା ଦରରେ ମଧ୍ୟ ପ୍ରତି କିଲୋଗ୍ରାମ ପିଛା ୯,୭୮୯ ଟଙ୍କା ହ୍ରାସ ଘଟିଛି। ଏହା ପରେ ରୁପା ମୂଲ୍ୟ ପ୍ରତି କିଲୋଗ୍ରାମ ୧.୫୦ ଲକ୍ଷ ଟଙ୍କାରେ ପହଞ୍ଚିଛି। ଅନ୍ତର୍ଜାତୀୟ ବଜାରରେ ଆମେରିକୀୟ ଡଲାରର ମଜଭୁତ ସ୍ଥିତି ସମେତ ଉଚ୍ଚ ସ୍ତରରେ ଲାଭ ବୁକିଂ ଯୋଗୁ ସୁନା,ରୁପା ଦର ଉପରେ ଚାପ ବଜାୟ ରହିଛି। ଚଳିତ ବର୍ଷ ସୁନା ଓ ରୁପା ଦରରେ ଲଗାତର ଉତ୍ଥାନ ପତନ ଦେଖିବାକୁ ମିଳିଥିଲାବେଳେ ବର୍ତ୍ତମାନ ସୁଦ୍ଧା ସର୍ବାଧିକ ସ୍ତରରୁ ସୁନା ମୂଲ୍ୟରେ ୩୦% ଏବଂ ରୁପା ୬୦% ପର୍ଯ୍ୟନ୍ତ ହ୍ରାସ ପାଇଛି। ୩୧ ଡିସେମ୍ବର ୨୦୨୫ରେ ୧୦ ଗ୍ରାମ ୨୪ କ୍ୟାରେଟ ସୁନା ୧.୩୩ ଲକ୍ଷ ଟଙ୍କା ରହିଥିଲାବେଳେ ୨୯ ଜାନୁଆରୀ ୨୦୨୬ରେ ଏହା ସର୍ବୋଚ୍ଚ ଭାବେ ୧.୭୬ ଲକ୍ଷ ଟଙ୍କାରେ ପହଞ୍ଚିଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଭାରତର ପ୍ରଥମ ସ୍ବଦେଶୀ ଏଚ୍‌୫ଏନ୍‌୧ ଟିକା ଶୁଭାରମ୍ଭ

ନୂଆଦିଲ୍ଲୀ,୨୨ା୧୧:କୁକୁଡ଼ାମାନଙ୍କୁ ଅତ୍ୟଧିକ ସଂକ୍ରାମକ ଆଭିଆନ୍‌ ଇନ୍‌ଫ୍ଲୁଏଞ୍ଜା (ଏଚ୍‌ପିଏଆଇ) ବା ବାର୍ଡ ଫ୍ଲୁରୁ ରକ୍ଷା କରିବା ଲକ୍ଷ୍ୟରେ କେନ୍ଦ୍ର କୃଷି ମନ୍ତ୍ରୀ ଶିବରାଜ ସିଂ ଚୌହାନ ଶୁକ୍ରବାର ଦେଶର…

ଏସିଆ କପ ଫାଇନାଲରେ ଭାରତ-ପାକିସ୍ତାନ ମ୍ୟାଚ ରଦ୍ଦ: ପାକିସ୍ତାନକୁ ଚାମ୍ପିୟନ ଘୋଷଣା, ରାଗରେ ଭାରତ କଲା ଏମିତି…

ନୂଆଦିଲ୍ଲୀ,୨୧।୧୧: ମେନ୍ସ ବ୍ଲାଇଣ୍ଡ କ୍ରିକେଟ ଏସିଆ କପ ୨୦୨୬ର ଫାଇନାଲ ମ୍ୟାଚ ଶୁକ୍ରବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାର ଥିଲା। ହେଲେ ବାଂଲାଦେଶର ଢାକାରେ ଲଗାତାର…

ଏସ୍‌ଏସ୍‌ବି ଜୁନିୟର ଆସିଷ୍ଟାଣ୍ଟ, କ୍ଲର୍କ ପରୀକ୍ଷା ଘୁଞ୍ଚିଲା: ଏହି ଦିନ ହେବ ପରୀକ୍ଷା

ଭୁବନେଶ୍ୱର,୨୧ା୧୧(ସୁଚିସ୍ମିତା ସାହୁ):ବାତ୍ୟା ‘ଅକ୍ୱାନ’ର ପ୍ରଭାବକୁ ଦୃଷ୍ଟିରେ ରଖି ଷ୍ଟେଟ ସିଲେକ୍ସନ ବୋର୍ଡ (ଏସ୍‌ଏସ୍‌ବି) ପକ୍ଷରୁ ଜୁନିୟର ଆସିଷ୍ଟାଣ୍ଟ ଓ ଜୁନିୟର କ୍ଲର୍କ ପଦବୀ ପାଇଁ ହେବାକୁ ଥିବା…

ଛୋଟ ସାଥୀକୁ ଗିଳିଦେଲା ବିଶାଳକାୟ ତାରା: ମହାକାଶରେ ବିରଳ ଦୃଶ୍ୟ

ଓ୍ବାଶିଂଟନ,୨୧ା୧୧:ମହାକାଶ ବିଜ୍ଞାନ ଇତିହାସରେ ପ୍ରଥମ ଥର ପାଇଁ ଜ୍ୟୋତିର୍ବିଜ୍ଞାନୀମାନେ ଏକ ବିଶାଳକାୟ ତାରା ନିଜର ଛୋଟ ସାଥୀ ତାରାକୁ ଗିଳିିଦେଇ ନିଜ ଭିତରେ ମିଶାଇଦେବାର ବିରଳ ଘଟଣାକୁ…

ନୂଆ ଇତିହାସ ଲେଖିଲେ କେ.ଏଲ. ରାହୁଲ: ଯାହା କୌଣସି ଭାରତୀୟ ଓପନର୍‌ କରିପାରି ନ ଥିଲେ ତାହା କଲେ ହାସଲ

ଓ୍ବେଲିଂଟନ,୨୧।୧୧: ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୱେଲିଂଟନର ବେସିନ ରିଜର୍ଭ ଷ୍ଟାଡିୟମରେ ଖେଳାଯାଉଥିବା ଦୁଇ ଟେଷ୍ଟ ମ୍ୟାଚ ବିଶିଷ୍ଟ ସିରିଜ୍‌ର ପ୍ରଥମ ମୁକାବିଲାର ତୃତୀୟ ଦିନରେ ଚମକିଛନ୍ତି…

କୃତ୍ରିମ ଚନ୍ଦ୍ର ମାଟିରେ ଆଳୁ ଚାଷ କଲେ ବୈଜ୍ଞାନିକ

ୱାଶିଂଟନ, ୨୧ା୧୧: କୃତ୍ରିମ ଚନ୍ଦ୍ର ମାଟିରେ ପୁଷ୍ଟିକର ଏବଂ ଖାଇବା ଉପଯୋଗୀ ଆଳୁ ଚାଷ କରିବାରେ ବୈଜ୍ଞାନିକମାନେ ସଫଳତା ହାସଲ କରିଛନ୍ତି। ନାସା ସହାୟତାରେ ଓରେଗନ୍‌ ଷ୍ଟେଟ୍‌…

ବାତ୍ୟା ସୁହାଇଲା,୨୩ ଯାଏ ଗୃହ ମୁଲତବୀ

ଭୁବନେଶ୍ୱର,୨୧।୧୧ (ରବିନାରାୟଣ ଜେନା): ବିଧାନସଭାର ଶୀତକାଳୀନ ଅଧିବେଶନର ତୃତୀୟ ଦିନରେ ଶୁକ୍ରବାର ଗୃହକାର୍ଯ୍ୟ ଆରମ୍ଭ ହେବାମାତ୍ରେ ବାଚସ୍ପତି ସୁରମା ପାଢ଼ୀ ସଂସଦୀୟ ବ୍ୟାପାର ତଥା ବୈଦ୍ୟୁତିକ ଓ…

ମାତ୍ର ୬ ରନ୍‌ରେ ଏକାକୀ ଅଧା ଟିମ୍‌କୁ ଆଉଟ୍ କଲେ ପ୍ରିନ୍ସ ଯାଦବ; କ୍ୟାରିୟରରେ ପ୍ରଥମ ଥର କଲେ ବଡ଼ କମାଲ୍!

ନୂଆଦିଲ୍ଲୀ, ୨୦।୧୧: ଏସିଆ କପ୍ ରାଇଜିଂ ଷ୍ଟାର୍ସ ୨୦୨୬ର ନିଜ ପ୍ରଥମ ମୁକାବିଲାରେ ଇଣ୍ଡିଆ-ଏ ଜବରଦସ୍ତ ପ୍ରଦର୍ଶନ କରିଛି। ଇଣ୍ଡିଆ-ଏ ନେପାଳକୁ ୩୦୬ ରନ୍‌ର ବିଶାଳ ବ୍ୟବଧାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?