ନକଲି ପୋଲିସ ପରିଚୟରେ ସୁନାଗହଣା ଲୁଟ୍‌ ଘଟଣା: ୪୫ ଦିନ ପରେ ବି ଅଭିଯୁକ୍ତଙ୍କୁ ଧରିପାରୁନି ପୋଲିସ

ବ୍ରହ୍ମପୁର ଅଫିସ,୧୬।୫: ପୁଣିଥରେ ବ୍ରହ୍ମପୁର ସହରରେ ନକଲି ପୋଲିସର ପ୍ରାଦୁର୍ଭାବ ଦେଖିବାକୁ ମିଳିଛି। ଏଭଳି ଏକ ଘଟଣା ସେଲ୍ସ ଟ୍ୟାକ୍ସ ଛକରେ ଗତ ଏପ୍ରିଲ ୩ ତାରିଖ ସ୍ପଷ୍ଟ ଦିବାଲୋକରେ ଘଟିଥିଲା। ରାସ୍ତାରେ ଚାଲି ଚାଲି ଯାଉଥିବା ସୁଭଦ୍ରା ମିଶ୍ରଙ୍କୁ ପୋଲିସ ପରିଚୟ ଦେଇ ତାଙ୍କର ସୁନାଗହଣା ଠକି ନେଇଥିଲେ। ଘଟଣାକୁ ୪୫ ଦିନ ବିତିଯାଇଥିଲେ ମଧ୍ୟ ଅସଲି ପୋଲିସ ଏଯାବତ୍‌ ନକଲି ପୋଲିସକୁ କାବୁ କରିବାରେ ବିଫଳ ରହିଛି, ଯାହା ପୋଲିସ ପାଇଁ ଚିନ୍ତାର କାରଣ ପାଲଟିଛି।
ଅଯୋଧ୍ୟାନଗରରେ ରହୁଥିବା ଅବସରପ୍ରାପ୍ତ ଶିକ୍ଷୟିତ୍ରୀ ସୁଭଦ୍ରା ମିଶ୍ର ସେଲ୍ସ ଟ୍ୟାକ୍ସ ଛକକୁ ଜେରକ୍ସ କରିବାକୁ ଆସିଥିବା ବେଳେ ୨ ଜଣ ଯୁବକ ନିଜକୁ ପୋଲିସ ପରିଚୟ ଦେଇ ତାଙ୍କୁ ଅଟକାଇଥିଲେ। ଆଗରେ ଜଣେ ବ୍ୟକ୍ତିଙ୍କୁ ହତ୍ୟା କରାଯାଇଛି। ତେଣୁ ତୁମେ ପିନ୍ଧିଥିବା ସୁନା ଅଳଙ୍କାର ଖୋଲି ବ୍ୟାଗ୍‌ ଭିତରେ ରଖିଦିଅ ବୋଲି ଏହି ନକଲି ପୋଲିସ କହିଥିଲେ। ଆଉ କୌଶଳକ୍ରମେ ସେହି ସୁନା ଅଳଙ୍କାରକୁ ଠକି ସେମାନେ ଆଖିପିଛୁଳାକେ ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ। ସୁଭଦ୍ରାଙ୍କ ଅଭିଯୋଗକ୍ରମେ ବୈଦ୍ୟନାଥପୁର ଥାନା ପୋଲିସ ନଂ.୧୦୧/୨୨ ରେ ଏକ ମାମଲା ରୁଜୁ କରିଥିଲା। ପରେ ସେହି ଅଞ୍ଚଳରେ ଲାଗିଥିବା ସିସିଟିଭି ଫୁଟେଜ୍‌କୁ ଆଧାର କରି ତଦନ୍ତ କରିଥିଲା। ହେଲେ ଏଯାବତ୍‌ ସେହି ନକଲି ପୋଲିସର ଟେର୍‌ ପାଇପାରିନି ଅସଲି ପୋଲିସ, ଯାହା ପୋଲିସ ପାଇଁ ଏକ ବଡ଼ ଚ୍ୟାଲେଞ୍ଜ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ଭାଗ ସ୍ତରୀୟ ସଂସ୍କୃତି ମହୋତ୍ସବ, ଭଞ୍ଜନଗର ବିଧାୟକ….

ଭଞ୍ଜନଗର,୨୩।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ଡିହପଢାଳ ଠାରେ ସମ୍ଭାଗ ସ୍ତରୀୟ ସଂସ୍କୃତି ମହୋତ୍ସବ ଶନିବାର ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ…

ଅଗଷ୍ଟ ୩୦ରେ ମନ କି ବାତ୍ କାର୍ଯ୍ୟକ୍ରମ, ବୁଥ୍‌ସ୍ତରରେ କାର୍ଯ୍ୟକ୍ରମକୁ ସୁଦୃଢ଼ କରିବାକୁ ଗୁରୁତ୍ୱ

ଭଞ୍ଜନଗର,୨୩।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକପ୍ରିୟ ‘ମନ କି ବାତ’ କାର୍ଯ୍ୟକ୍ରମକୁ ନେଇ ଏକ କର୍ମଶାଳା…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri