ଜୁଏଲେରିରୁ ସୁନା ଅଳଙ୍କାର ଚୋରି ଘଟଣା: ଆସିଷ୍ଟାଣ୍ଟ ମ୍ୟାନେଜର ଗିରଫ, ୫୨୩ ଗ୍ରାମ୍‌ ସୁନା ଜବତ

ବ୍ରହ୍ମପୁର ଅଫିସ,୬ା୨: ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ସାନବଜାର ସ୍ଥିତ ଅରୁନ୍ଧତୀ ଜୁଏଲେରିରୁ ୩୩ ଲକ୍ଷ ୩୮ ହଜାର ଟଙ୍କାର ସୁନାଗହଣା ଚୋରି ଘଟଣାର ଆସିଷ୍ଟାଣ୍ଟ ମ୍ୟାନେଜର ସୀମାଞ୍ଚଳ ପାତ୍ର ଓରଫ ଲିପୁଙ୍କୁ ସୋମବାର ପୋଲିସ ଗିରଫ କରିଛି। ସୀମାଞ୍ଚଳ ଜୁଏଲେରିରୁ ସୁନାଗହଣା ନେଇ ମାନାପୁରମ୍‌ ଓ ମୁଥୁଟ୍‌ ଫାଇନାନ୍ସରେ ବନ୍ଧକ ରଖି ୧୯ ଲକ୍ଷ ଟଙ୍କା ଆଣିଥିବା ଜେରା ବେଳେ ପୋଲିସ ଜାଣିବକୁ ପାଇଛି। ସେହିପରି ଉକ୍ତ ଟଙ୍କାରେ ସେ ଅନ୍‌ଲାଇନ ଗେମ୍‌ ଖେଳିଥିବା ମଧ୍ୟ ଜେରା ବେଳେ ଜଣାପଡ଼ିଛି। ଅଭିଯୁକ୍ତଙ୍କ ବୟାନକୁ ଆଧାରକରି ପୋଲିସ ମାନାପୁରମ୍‌ ଫାଇନାନ୍ସ ବ୍ୟାଙ୍କ ଲିମିଟେଡ୍‌ ଓ ମୁଥୁଟ ଫାଇନାନ୍ସରେ ବନ୍ଧକ ଥିବା ୩ ଟିି ବ୍ରାସ୍‌ଲେଟ, ଗୋଟିଏ ହାର ଓ ଗୋଟିଏ ମଙ୍ଗଳସୂତ୍ର ପ୍ରାୟ ୫୨୩.୨୩ ଗ୍ରାମର ସୁନା ଅଳଙ୍କାର ଜବତ କରିଛି। ଏହାର ମୂଲ୍ୟ ୩୩ଲକ୍ଷ ୩୮ହଜାର ଟଙ୍କା। ଏନେଇ ଏକ ପ୍ରେସ୍‌ନୋଟ୍‌ରେ ବ୍ରହ୍ମପୁର ଏସ୍‌ପି ଡ. ଶ୍ରବଣା ବିବେକ ଏମ୍‌. ସୂଚନା ଦେଇଛନ୍ତି। ଅଭିଯୁକ୍ତଙ୍କୁ ମାମଲା ନମ୍ବର ୩୨/୨୩ ରେ ସୋମବାର କୋର୍ଟ ଚାଲାଣ କରାଯାଇଛି। ସେହିପରି ଉକ୍ତ ଶୋ’ରୁମ୍‌ରୁ ଚୋରି ହୋଇଥିବା ସମସ୍ତ ସୁନା ଅଳଙ୍କାର ଜବତ କରାଯାଇଛି ବୋଲି ଥାନାଧିକାରୀ ପ୍ରଶାନ୍ତ ଭୂପତି ସୂଚନା ଦେଇଛନ୍ତି।
ପ୍ରକାଶ ଯେ, ସାନବଜାର ଛକଠାରେ ଥିବା ଅରୁନ୍ଧତୀ ଜୁଏଲେରିରୁ ବ୍ରଜନଗରର ୩ୟ ଲାଇନ୍‌ର ସୀମାଞ୍ଚଳ ବହୁ ବର୍ଷ ହେବ ଆସିଷ୍ଟାଣ୍ଟ ମ୍ୟାନେଜର ଭାବେ କାର୍ଯ୍ୟ କରୁଛନ୍ତି। ଗତ କିଛିଦିନ ତଳେ ସେ କେତେଜଣ ଗ୍ରାହକଙ୍କ ଘରକୁ ସୁନା ଅଳଙ୍କାର ବିକ୍ରି କରିବାକୁ ନେଉଛି ବୋଲି କହି ନେଇଥିଲେ। ହେଲେ ସେ ଏହି ସବୁ ଅଳଙ୍କାର ଧରି ଶୋ’ରୁମରୁ ଗ୍ରାହକଙ୍କୁ ବିକ୍ରି ନ କରି ନିଜେ ନେବାକୁ ଯୋଜନା କରିିଥିଲେ। କିଛିଦିନ ପରେ ଷ୍ଟକ ଯାଞ୍ଚ ବେଳେ ଉପରୋକ୍ତ ପରିମାଣର ସୁନା ଅଳଙ୍କାର ନିଅଣ୍ଟ ହୋଇଥିଲା। ଆସିଷ୍ଟାଣ୍ଟ ମ୍ୟାନେଜର ସୀମାଞ୍ଚଳ ଗ୍ରାହକଙ୍କୁ ବିକିବାକୁ ନେଇଥିବା ସୁନା ବାବଦ ଟଙ୍କା ଶୋ’ରୁମ୍‌ରେ ଦାଖଲ କରି ନ ଥିବା ଜଣାପଡ଼ିଥିଲା। ଏ ନେଇ ତାଙ୍କୁ ପଚରାଉଚରା ପରେ ସେ ଠିକ୍‌ ଉତ୍ତର ଦେଇ ନ ଥିଲେ। ଅଧିକ ପଚରାଉଚରା ପରେ ସେ ସୁନା ନେଇ ଋଣ ଉଠାଇଥିବା କହିଥିଲେ। ପରେ ଜୁଏଲେରି ବ୍ରାଞ୍ଚ ହେଡ୍‌ ମନମୋହନ ବାରିକ ବଡ଼ବଜାର ଥାନାରେ ଏତଲା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଝିଅ ବାହାଘର ପାଇଁ ଗୁଆ ନିମନ୍ତ୍ରଣ ଦେବାକୁ ଯାଉଥିଲେ, ସାମ୍ନାରୁ ପିଟିଲା ବାଇକ୍‌; ଚାଲିଗଲା…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ସମବାୟ କାର୍ଯ୍ୟାଳୟ ନିକଟରେ ମଙ୍ଗଳବାର ସନ୍ଧ୍ୟା ପ୍ରାୟ ସାଢ଼େ ୭ ଟାରେ ରେ ୨…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri