ଘର ବାହାରେ ତାଲା ଦେଇ ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷାଙ୍କ ଘରୁ ଲୁଟିନେଲେ ସୁନା ଗହଣା, ସକାଳୁ ଉଠି ଦେଖିଲେ…

କେସିଙ୍ଗା, ୧୬।୧୦: (ତୁମେଶ୍ବର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ସହରର ୱାର୍ଡ ନଂ ୧୦ରେ ବସବାସ କରୁଥିବା ପୂର୍ବତନ ଜିଲା ପରିଷଦ ଅଧ୍ୟକ୍ଷା ନମିତା ରାଣୀ ସାହୁଙ୍କ ଘରୁ ବୁଧବାର ରାତିରେ ଚୋରି ହୋଇଛି। ଦୁର୍ବୃତ୍ତମାନେ ଘର ବାହାରେ ତାଲା ଦେଇ ଝରକା ଭାଙ୍ଗି ଚୋରି କରିଥିବା ଜଣାପଡିଛି। ଏ ନେଇ ନମିତାରାଣୀ ସାହୁଙ୍କ ସ୍ବାମୀ ନିତ୍ୟାନନ୍ଦ ସାହୁ ଗୁରୁବାର କେସିଙ୍ଗା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗକୁ ଭିତ୍ତି କରି କେସିଙ୍ଗା ପୋଲିସ ତଦନ୍ତ ଜାରି ରଖିଛି। ସିସିଟିଭି ଫୁଟେଜ କ୍ୟାମେରାରେ ମୁହଁ ରେ ମୁଖା ପିନ୍ଧି ଘର ପାଖରେ ଥିବା ଦେଖିବାକୁ ମିଳିଛି । ପ୍ରତିଦିନ ଭଳି ଅଧ୍ୟକ୍ଷାଙ୍କ ପରିବାର ରାତି ୧୧ଟାରେ ଶୋଇ ପଡ଼ିଥିଲେ। ସକାଳେ ଉଠି ଦେଖିଲା ବେଳକୁ ଦୁଇଟି ଆଲମିରା ଭାଙ୍ଗି ସୁନା ଓ ରୂପାର ଅଳଙ୍କାର ଚୋରି ହୋଇଯାଇଛି। ଘର ମାଲିକ ପୋଲିସକୁ ଫୋନକରିଥିଲେ।ଘଟଣାସ୍ଥଳରେ ପୋଲିସ ପହଞ୍ଚି ଦିନସାରା ତଦନ୍ତ ଜାରି ରଖିଛି।ତେବେ ଏହା ଏବେ ପୋଲିସ ପାଇଁ ଏକ ଚ୍ୟାଲେଞ୍ଜ ସୃଷ୍ଟି କରିଛି । ତେବେ ଏହା ଏବେ ପୋଲିସ ପାଇଁ ଏକ ଚ୍ୟାଲେଞ୍ଜ ସୃଷ୍ଟି କରିଛି । ଦୁର୍ବୃତ୍ତମାନେ ଝରକା ଗ୍ରୀଲ ଭାଙ୍ଗି ସୁନାର ମୁଦି, ମଙ୍ଗଳସୁତ୍ର, ଲକେଟ,ଚେନ୍‌ ଓ ରୁପାର ଅଳଙ୍କାର ,ବ୍ରେସଲେଟ, ଇତ୍ୟାଦି ଅଳଙ୍କାର ଚୋରି ହୋଇଥିବା ଘର ମାଲିକ ନିତ୍ୟାନନ୍ଦ ସାହୁ କେସିଙ୍ଗା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଖବର ପାଇ ପିସିଆର ପହଞ୍ଚି ସହରର ଚାରି ପଟେ ଛାନଭିନ ଚଳାଇଛି। କେସିଙ୍ଗା ଥାନା ଅଧିକାରୀ ଏକ ମାମଲା ରୁଜୁ କରି କେସ ନଂ ୪୯୧/୧୬.୧୦.୧୫ ଅନୁସାରେ ତଦନ୍ତ ଜାରି ରଖିଥିବା ଜଣାପଡିଛି। ଏ ସଂକ୍ରାନ୍ତରେ ଆଇଆଇସି ଜିତେନ୍ଦ୍ର ବିଶ୍ୱାଳଙ୍କୁ ପଚାରିବାରୁ ତଦନ୍ତ ଜାରି ରହିଛି ବୋଲି ପ୍ରକାଶ କରିଥିଲେ।

 

Dharitri – The Largest & Most Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

କମାଲ୍‌ କଲେ ସାରା ଅର୍ଜୁନ: ଧୂରନ୍ଧର: ଦି ରିଭେଞ୍ଜରେ…

‘ଧୂରନ୍ଧର: ଦି ରିଭେଞ୍ଜ’ର ଟ୍ରେଲର ରିଲିଜ ହୋଇଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଛନ୍ତି। ଏହି ଟ୍ରେଲର ଏବେ ସୋସିଆଲ ମିଡିଆରେ ଟ୍ରେଣ୍ଡ କରୁଛି। ଦର୍ଶକ ପୁଣି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri