କଲେଜ ଅଧ୍ୟକ୍ଷଙ୍କ ଘରେ କଳାକନା ବୁଲାଇଲେ ଦୁର୍ବୃତ୍ତ

ପାଟଣା,୧୦ା୯(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ପଞ୍ଚାୟତ ଝାରବେଡ଼ା ଗ୍ରାମରେ ଗୁରୁବାର ବିଲମ୍ବିତ ରାତିରେ ଗଜେନ୍ଦ୍ର ନାରାୟଣ ସାହୁଙ୍କ ଘର ପଛପଟ ଝରକା ଗ୍ରୀଲ ତାଡ଼ି ଘରେ ପଶି ଆଲମିରା ଭାଙ୍ଗି ଲକ୍ଷାଧିକ ଟଙ୍କାର ସୁନା ଗହଣା ସହ ନଗଦ ଟଙ୍କା ଲୁଟି ନେଇଛନ୍ତି ଦୁର୍ବୁତ୍ତ। ଘଟଣାସ୍ଥଳରେ ତୁରୁମୁଙ୍ଗା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଷଡ଼ଙ୍ଗୀ ଠାରେ ଥିବା ଏମ୍‌କେ ଗାନ୍ଧୀ କଲେଜର ଅଧ୍ୟକ୍ଷ ରାଜେନ୍ଦ୍ର ନାରାୟଣ ସାହୁଙ୍କ ଘରୁ ଏହି ଚୋରି ହୋଇଛି। ୨ଟି ସୁନା ହାର, ଦୁଇ ହଳ କାନ ଫୁଲ, ମୁଦି ୩ ଟା, ଏଥିସହ ୨ ଟି ଲକେଟ୍‌ ଓ ୫ ହଜାର ନଗଦ ଟଙ୍କା ଲୁଟି ନେଇଥିବାର ଥାନାରେ ଅଭିଯୋଗ ହୋଇଛି। ତୁରୁମୁଙ୍ଗା ଥାନା ଅଞ୍ଚଳରେ ବାରମ୍ବାର ଚୋରି, ଲୁଟ୍‌ ଆଦି ବଢ଼ିଥିବାରୁ ସ୍ଥାନୀୟ ଅଞ୍ଚଳରେ ଜନଅସନ୍ତୋଷ ପ୍ରକାଶ ପାଇଛି। ରାତ୍ରକାଳୀନ ପାଟ୍ରୋଲିଂ କଡ଼ାକଡ଼ି କରିବା ସହ ବିଭିନ୍ନ ଛକ ସ୍ଥାନ ଓ ଜନଗହଳି ସ୍ଥାନରେ ସିସିଟିଭି ଲଗାଇବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଣମଣା ମୁଖ୍ୟ ରାସ୍ତାରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଘଟଣାସ୍ଥଳରେ ଚାଲିଗଲା ସୁରେଶଙ୍କ ଜୀବନ, ଅନ୍ୟ ଜଣେ…

ଛତ୍ରପୁର,୨୬।୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ଘଟଣାସ୍ଥଳରେ…

ପୁରୁଷୋତ୍ତମପୁରରେ ଭାଜପା ଦୁଇ ଫାଳ: MPଙ୍କ ନାଁ ନ ଥିବାରୁ ଫଳକ ଭାଙ୍ଗିଲେ ସମର୍ଥକ, ଫ୍ଲେକ୍ସି ଲଗାଇ ଶିଳାନ୍ୟାସ କଲେ…

ପୁରୁଷୋତ୍ତମପୁର, ୨୬।୫ (ସବିତା ମିଶ୍ର):  ରାଜ୍ୟରେ ପ୍ରଥମ ଥର ପାଇଁ ଭାଜପା ସରକାର ଗଠନ ହେବାର ଦୁଇ ବର୍ଷ ମଧ୍ୟରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦଳ…

କର୍ନାଟକ ରାଜନୀତିରେ ଭୂକମ୍ପ! ପଦ ଛାଡ଼ିବେ ସିଦ୍ଧାରାମୈୟା; ଡି.କେ ଶିବକୁମାରଙ୍କ ହାତକୁ ଯିବ କ୍ଷମତାର ଚାବିକାଠି?

ବେଙ୍ଗାଲୁରୁ,୨୬।୫: କର୍ନାଟକ ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସୁଛି। ମିଳିଥିବା ସୂଚନା ଅନୁଯାୟୀ, କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଧାରାମୈୟା ନିଜ ପଦରୁ ଇସ୍ତଫା ଦେଇପାରନ୍ତି। ତାଙ୍କ ସ୍ଥାନରେ…

ଲେବାନନ୍‌ରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌

ବେରୁଟ୍‌,୨୬ା୫: ଲେବାନନ୍‌ର ଏକ ଗ୍ରାମ ଉପରେ ଇସ୍ରାଏଲୀ ସେନା ଏୟାରଷ୍ଟ୍ରାଇକ୍‌ କରିବାରୁ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ସେଠାର ସରକାରୀ ଗଣମାଧ୍ୟମ ପ୍ରକାଶ କରିଛି। ଲେବାନନ୍‌କୁ ଇସ୍ରାଏଲ…

ଭାରତ ହାତରେ ଲାଗିଲା ‘କୁବେର ଭଣ୍ଡାର’, ମାଟିତଳୁ ମିଳିଲା କୋଟି କୋଟି ଟଙ୍କାର… ଚୀନର ଉଡ଼ିଗଲା ନିଦ!

ନୂଆଦିଲ୍‌ଲୀ,୨୬।୫: ପଶ୍ଚିମ ରାଜସ୍ଥାନର ବାଲୋତ୍ରା ଜିଲାରେ ପ୍ରାୟ ୭୫୦ ବର୍ଗ କିଲୋମିଟର ପତିତ ଜମି ତଳେ ବିପୁଳ ପରିମାଣର ‘ରେୟାର୍‌ ଆର୍ଥ ଏଲିମେଣ୍ଟସ’ (Rare Earth Elements…

ମିଥୁନ ରାଶିରେ ବୁଧଙ୍କ ଗୋଚର: ମେ’ ୨୯ରୁ ଜୁଲାଇ ୨୨ ଯାଏ ଏହି ୪ଟି ରାଶି ରୁହନ୍ତୁ ସାବଧାନ! ନଚେତ…

ଜ୍ୟୋତିଷ ଶାସ୍ତ୍ରରେ ବୁଧ ଗ୍ରହକୁ ବୁଦ୍ଧି, ବାଣୀ, ତର୍କ, ଯୋଗାଯୋଗ, ବ୍ୟାପାର ଏବଂ ନିଷ୍ପତ୍ତି ନେବାର କ୍ଷମତାର କାରକ ବୋଲି ମାନାଯାଏ। ସେଥିପାଇଁ ବୁଧ ଗ୍ରହଙ୍କର ଯେକୌଣସି…

ନାବାଳିକାକୁ ଅପହରଣ କରି ବଳାତ୍କାର

ବଲାଙ୍ଗୀର,୨୬।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଅଞ୍ଚଳରେ ଏକ ଲଜ୍ଜା ଜନକ ଘଟଣା ଘଟିଛି। ଜଣେ ନାବାଳିକାକୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯୋଗ…

ପ୍ରକାଶ ପାଇଲା OAS ପରୀକ୍ଷାଫଳ: ୨୦୦ ପରୀକ୍ଷାର୍ଥୀ କୃତକାର୍ଯ୍ୟ, ବୁବୁନ ସାହ ଟପ୍ପର, ଦେଖନ୍ତୁ ତାଲିକା…

ଭୁବନେଶ୍ୱର,୨୬।୫: ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି) ପରିଚାଳିତ OCS-୨୦୨୪ ପରୀକ୍ଷାର ଚୂଡ଼ାନ୍ତ ଫଳାଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏହି ପ୍ରତିଷ୍ଠିତ ପରୀକ୍ଷାରେ ମୋଟ ୨୦୦ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri