ଛତିଶଗଡ଼ ବ୍ୟବସାୟୀଙ୍କ ସୁନାଗହଣା ଲୁଟ୍‌ ମାମଲା: ୬ ଅଭିଯୁକ୍ତ ଗିରଫ

ବରଗଡ଼ ଅଫିସ,୧୨ା୧୧: ବରଗଡ଼ ଜିଲା ସୋହେଲା ଥାନା ଅଞ୍ଚଳରେ ଛତିଶଗଡ଼ ବ୍ୟବସାୟୀଙ୍କ ସୁନା ଗହଣା ଓ ନଗଦ ଟଙ୍କା ଲୁଟ୍‌ ମାମଲାର ପର୍ଦ୍ଦାଫାଶ ହୋଇଛି। ସୋହେଲା ପୋଲିସ ଏହି ମାମଲାରେ ୬ ଅଭିଯୁକ୍ତକୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ସୋହେଲାର ରବି ବରିହା, ବଣ୍ଟି ଦାସ, ରମେଶ ଗଡ଼ତିଆ, ନାରାୟଣ ବାଗ ଏବଂ ଖଇରଟ ଗ୍ରାମର ମହେନ୍ଦ୍ର ସାହୁ। ସେମାନଙ୍କୁ ଗୁରୁବାର କୋର୍ଟ ଚାଲାଣ କରାଯାଇଛି।
ସୂଚନାଯୋଗ୍ୟ, ଗତ ୬ ତାରିଖ ଛତିଶଗଡ଼ ରାଜ୍ୟ ରାୟପୁରରେ ରହଥିବା ସାଗର ଜୈନଙ୍କ ଏସ୍‌.ଏସ. ଜଏଲାରୀ ଦୋକାନର ୨ ଜଣ କର୍ମଚାରୀ ସୁନା ବ୍ୟବସାୟ ପାଇଁ ଏକ କାର୍‌ ଯୋଗେ ବରଗଡ଼ ଜିଲାକୁ ଆସିଥିଲେ। ତେବେ ସେମାନେ ବରମକେଲାକୁ ଫେରୁଥିବା ବାଟରେ ଘଟଣା ଦିନ ରାତି ପ୍ରାୟ ୧୯ଟାରେ ଉପରୋକ୍ତ ଅଭିଯୁକ୍ତମାନେ ଏକ କମାଣ୍ଡର ଜିପରେ ଆସି ସେମାନଙ୍କଠାରୁ ୮୦୦ ଗ୍ରାମର ସୁନା ଗହଣା ଏବଂ ନଗଦ ୧ ଲକ୍ଷ ୫୭ ହଜାର ଟଙ୍କା ଲୁଟି ନେଇଥିବା ପୋଲିସରେ ଅଭିଯୋଗ ହୋଇଥିଲା। ଅନୁସନ୍ଧାନ କରି ପୋଲିସ ଉପରୋକ୍ତ ଅଭିଯୁକ୍ତଙ୍କୁ ଗିରଫ କରିଥିବା ବେଳେ ବ୍ୟବହୃତ କମାଣ୍ଡର ଜିପ୍‌(ନଂ-ଓଆର ୧୫ଏ ୬୧୮୫)କୁ ଜବତ କରିଛି। ସେହିପରି ଲୁଟ୍‌ ହୋଇଥିବା ସୁନା ଗହଣା, ନଗଦ ଟଙ୍କା ମଧ୍ୟରୁ ପୋଲିସ ୪୬୦ ଗ୍ରାମ ସୁନା ଗହଣା ଏବଂ ନଗଦ ୫୦ ହଜାର ଟଙ୍କା ଉଦ୍ଧାର କରିବାରେ ସକ୍ଷମ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Christmas 2025: ଖ୍ରୀଷ୍ଟମାସରେ ସାଣ୍ଟା ସବୁବେଳେ କାହିଁକି ମୋଜାରେ ଦିଅନ୍ତି ଉପହାର? ଜାଣନ୍ତୁ ଏହା ପଛରେ ଥିବା ରୋଚକ କାହାଣୀ

ନୂଆଦିଲ୍ଲୀ: ଡିସେମ୍ବର ୨୫ରେ ପାଳିତ ଖ୍ରୀଷ୍ଟମାସ କେବଳ ଏକ ପର୍ବ ନୁହେଁ, ବରଂ ଆନନ୍ଦ ଏବଂ ଆଶାର ଦିନ। ଏହି ଦିନ ପିଲାମାନେ ସବୁଠାରୁ ଅଧିକ...

ବର୍ଷର ଶେଷ ଗୁରୁବାରରେ ଅଦ୍ଭୁତ ସଂଯୋଗ, ମିଥୁନ ସମେତ ୫ ରାଶିଙ୍କୁ ଖ୍ରୀଷ୍ଟମାସରେ ହେବ ଧନବର୍ଷା!

ଆଜି ୨୦୨୫ ମସିହା ଡିସେମ୍ୱର ମାସ ୨୫ ତାରିଖ ଗୁରୁବାର। ଗୁରୁବାର ବ୍ରହ୍ମାଣ୍ଡର ଶାସକ ଏବଂ ଦେବତାମାନଙ୍କ ଗୁରୁ ବୃହସ୍ପତିଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗୀକୃତ। ଏହା ବ୍ୟତୀତ,...

ଅଧ୍ୟାପକ ନିଯୁକ୍ତିରେ ଲାଗୁହେବ ସଂରକ୍ଷଣ ନୀତି

ଭୁବନେଶ୍ୱର,୨୫ା୧୨ (ରବିନାରାୟଣ ଜେନା): ରାଜ୍ୟର ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟରେ ଯେପରି ଅଧ୍ୟାପକ ଅଭାବ ରହିବ ନାହିଁ ଏବଂ ସବୁ ବର୍ଗଙ୍କୁ ଉପଯୁକ୍ତ ନିଯୁକ୍ତି ସୁଯୋଗ ମିଳିବ,...

ବଡ଼ ଦିନରେ ବଡ଼ ଅଘଟଣ, ବସ-ଟ୍ରକ ଧକ୍କାରେ ଜୀବନ୍ତ ଜଳିଗରେ ୧୭ ଯାତ୍ରୀ

ବେଙ୍ଗାଲୁରୁ,୨୫।୧୨: ଗୁରୁବାର ସକାଳେ କର୍ନାଟକର ଚିତ୍ରଦୁର୍ଗ ଜିଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୨ ରୁ ଅଧିକ ଲୋକ ପୋଡ଼ି ମୃତ୍ୟୁବରଣ କରିଛନ୍ତି। ହିରିୟୁର ତାଲୁକର...

ଏଇ ଭାରତରେ

ପଲିଥିନ ବ୍ୟବହାର ଉପରେ କଟକଣା ଲାଗୁ ହୋଇଥିଲେ ମଧ୍ୟ ଏହାର ବ୍ୟବହାର ପୂର୍ୱଭଳି ଜାରି ରହିଛି। ଅଧିକାଂଶ ଲୋକ ବ୍ୟାଗ୍‌ ନ ନେଇ ପଲିଥିନରେ ପରିବା...

ଯିଶୁଖ୍ରୀଷ୍ଟଙ୍କ ଜନ୍ମ ମହତ୍ତ୍ୱ

ଶ୍ୱର ଜଗତକୁ ଏତେ ପ୍ରେମ କଲେ ଯେ, ତାଙ୍କ ନିଜର ଅଦ୍ୱିତୀୟ ପୁତ୍ର ପ୍ରଭୁ ଯିଶୁଙ୍କୁ ପୃଥିବୀକୁ ପଠାଇଲେ। ଏଣୁ ଯେ କେହି ଯିଶୁଙ୍କଠାରେ ବିଶ୍ୱାସ...

ଗାନ୍ଧୀ ନୂଅଁାଖାଇ

ନୂଆ ଫସଲ ଅମଳ ପରେ ଆମ ଓଡ଼ିଶାରେ ବିଭିନ୍ନ ତିଥି ନେଇ ନୂଅଁାଖାଇ ପାଳନ କରାଯାଏ। ବିଶେଷକରି ଓଡ଼ିଶାର ପଶ୍ଚିମାଞ୍ଚଳରେ ନୂଆଖାଇ ବା ନୂଅଁାଖାଇ ଏକ...

ଜୈନ ଗ୍ରନ୍ଥ ଓ କର୍ମ ସିଦ୍ଧାନ୍ତ

ଜୈନ ଗ୍ରନ୍ଥ ଅନୁଯାୟୀ, ପରମସତ୍ତାଙ୍କ ହିସାବ ଖାତାରେ ପ୍ରତ୍ୟେକ କର୍ମର ଭଲ ମନ୍ଦ ଫଳ ରହିଛି। ନିଜର ଲୋଭ ଓ ମୋହ (ଖାଇବାଠାରୁ ଆରମ୍ଭକରି ବିଭିନ୍ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri