ଝିଅ ବାହାଘର ପାଇଁ ରଖିଥିଲେ ସୁନା ଗହଣା, ସବୁ ଲୁଟିନେଲେ ଦୁର୍ବୃତ୍ତ

ହାଟଡିହୀ,୭ା୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଗୋପ ଗ୍ରାମରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ପୋଲିସ କେସ୍‌ ନଂ ୨୧୭/୨୦୨୪ରେ ଏକ ମାମଲା ରୁଜୁ କରିଥିବା ବେଳେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ ଅଭିଯୋଗରୁ ଜଣାଯାଇଛି ଯେ, ଅବସରପ୍ରାପ୍ତ ତହସିଲ କର୍ମଚାରୀ ହାଟଡିହୀ ପଞ୍ଚାୟତ ଗୋପ ଗ୍ରାମର ଯତୀନ୍ଦ୍ର ବୈଠାଙ୍କ ପରିବାର ଲୋକ ଶନିବାର ରାତିରେ ଖାଇପିଇ ଶୋଇଥିଲେ। କିନ୍ତୁ ଅନ୍ୟ ଏକ କୋଠରିରେ ଥିବା ଆଲମାରିରେ ସୁନା, ଗହଣା ଏବଂ ଟଙ୍କା ରଖିଥିଲେ। କିନ୍ତୁ ସେହି ଘରେ କେହି ଶୋଇ ନ ଥିଲେ। ଫଳରେ ଚୋରମାନେ ଏହାର ସୁଯୋଗ ନେଇ ଘରର ପଛପଟ ଝରକା ଗ୍ରୀଲ୍‌ ଭାଙ୍ଗି ଦେଇ ଘର ଭିତରେ ପଶିଥିଲେ।  ଏଥିସହ ଘର ଭିତର ପଟୁ କବାଟ ଦେଇ ଲୁଟ୍‌ପାଟ କରି ଫେରାର ହୋଇଯାଇଥିଲେ। ପରିବାର ଲୋକ ଉକ୍ତ କୋଠରିକୁ ଯିବାକୁ ଚାହିଁଲା ବେଳକୁ କବାଟ ଖୋଲି ନ ଥିଲା। ଘର ପଛପଟକୁ ଯାଇ ଦେଖିଲା ବେଳକୁ ଝରକା ଗ୍ରୀଲ୍‌ ଭାଙ୍ଗିଛି। ଝିଅ ବାହାଘର ପାଇଁ ଆଗୁଆ କିଣିକି ଘରେ ରଖିଥିବା ପ୍ରାୟ ୧୦ ଲକ୍ଷ ଟଙ୍କା ମୂଲ୍ୟର ସୁନା, ଗହଣା, ଅଳଙ୍କାର ସବୁ ଚୋରି ହୋଇଥିବା ବେଳେ ୧୦ ହଜାର ଟଙ୍କା ମଧ୍ୟ ଚୋରି ହୋଇଯାଇଛି। ରାଣୀହାର ୧ଟା, ହାର ୨ଟା, ସୁନା ବଳା ୧ହଳ, ସୁନା କାନଫୁଲ ୩ହଳ, ଚେନ୍‌ ୧ଟା, ସୁନା ମୁଦି ୩ଟା ଚୋରି ହୋଇଛି। ଫଳରେ ପରିବାର ଲୋକ ଦୁଃଖରେ ଭାଙ୍ଗି ପଡ଼ିଛନ୍ତି। ଥାନା ଅଧିକାରୀ ରବୀନ୍ଦ୍ର ପାତ୍ର କହିଛନ୍ତି, ଅଭିଯୋଗକାରୀଙ୍କୁ ବିଭିନ୍ନ ବିଷୟରେ ପଚାରି ବୁଝି ତଦନ୍ତ ଚଳାଇଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଶୀତ ମହୋତ୍ସବରେ ଯୋଗଦେବେ ନବରଙ୍ଗପୁର ବିଧାୟକ ଗୌରୀ ଶଙ୍କର: ଭାଜପା କର୍ମକର୍ତ୍ତଙ୍କୁ ଭେଟି …

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ ): ଦାରିଙ୍ଗବାଡିରେ ଆସନ୍ତା ଜାନୁଆରୀ ୮ରୁ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ଅନୁଷ୍ଠିତ ହେବାକୁ ଯାଉଛି। ଗତ ୨୦୧୫ରୁ ପ୍ରଥମଥର ପାଇଁ ତାଜ୍ୟ ସ୍ତରୀୟ...

ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍‌

ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍‌ଯାପିତ ହୋଇଯାଇଛି...

ମ୍ଭାରୀଗୁଡା ରାସ୍ତାପଟେ ବୃଦ୍ଧା ଯାଉଥିବା ବେଳେ ହଠାତ୍‌ ଆସିଲା ଭାଲୁ : ପରେ…

ନୂଆପଡ଼ା/ସିନାପାଲି,୨୮ା୧୨ (ମକାରୁ ବେମାଲ/ମନଫୁଲ ମେହେର): ନୂଆପଡ଼ା ଜିଲା ସିନାପାଲି ଥାନା ଗଣ୍ଡାବାହାଲି ଗାଁରେ ଶୁକ୍ରବାର ଭାଲୁ ଆକ୍ରମଣରେ ଜଣେ ବୃଦ୍ଧାଙ୍କ ମୁତ୍ୟୁ ଘଟିଛି। ସେ ହେଲେ...

ସର୍ୱୋତ୍ତମ ପ୍ରତିନିଧିତ୍ୱ ବ୍ୟବସ୍ଥା

କ୍ଷତା, ଯୋଗ୍ୟତା ଓ ଲୋକପ୍ରିୟତା ନିର୍ୱିଶେଷରେ ହାତୀ ସୁନାକଳସ ଢାଳିଲା ପରି ଆମ ଲୋକପ୍ରତିନିଧିମାନେ ସଦନକୁ ନିର୍ୱାଚିତ ହୋଇଯାଉଛନ୍ତି। ନିର୍ୱାଚନର ନୀତି ନିୟମ ଅନୁଯାୟୀ ଜଣେ...

ସଙ୍କଟରେ ପକ୍ଷୀକୁଳ

ବତ୍ତର୍ର୍ନର ସ୍ତରକୁ ଲକ୍ଷ୍ୟ କଲେ ଜଣାଯାଏ ମଣିଷ ଆଗମନର ଢେର ଆଗରୁ ସୃଷ୍ଟି ହୋଇଥିଲେ ଉଦ୍ଭିଦମାନେ ଆଉ କ୍ରମେ ଉଦ୍ଭବ ହୋଇଥିଲେ ବିବିଧ ପ୍ରାଣୀ। ମଣିଷ...

ଉଦ୍ଦେଶ୍ୟ ଓ ଉଦାସୀନତା

ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ବିଚାରଧାରାକୁ କାର୍ଯ୍ୟକାରୀ କରିବା ପାଇଁ ଦୃଢ଼ ସଂକଳ୍ପ ନେଇଛି ଏବଂ ଏହା ତାହାର ମୂଳ ଉଦ୍ଦେଶ୍ୟ। ଦଳ କ୍ଷମତାରେ...

କାଠଗଡ଼ାକୁ ଯିବେ ରହମାନ୍‌ ଡକୈତ

ମୁମ୍ୱାଇ,୨୮ା୧୨: ‘ଧୁରନ୍ଧର’ ଫିଲ୍ମର ସୁପରହିଟ୍‌ ସଫଳତା ପରେ ଅଭିନେତା ଅକ୍ଷୟ ଖାନ୍ନାଙ୍କ ଡିମାଣ୍ଡ ରାତାରାତି ବଢ଼ିଯାଇଛି। ସେ ନିଜ ସାଲାରି ୩ ଗୁଣା ବଢ଼ାଇଦେଇଛନ୍ତି। ଏପରି...

ପୁରୀ, ଭୁବନେଶ୍ୱରରେ ରେଳ ଚଳାଚଳ ଦୁଇଗୁଣା ବଢ଼ିବ

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ଆସନ୍ତା ୫ ବର୍ଷରେ ଅର୍ଥାତ୍‌ ୨୦୩୦ ସୁଦ୍ଧା ଭୁବନେଶ୍ୱର, ପୁରୀ ଏବଂ ବିଶାଖାପାଟଣାରେ ରେଳ ଚଳାଚଳ କ୍ଷମତା ଦ୍ୱିଗୁଣା କରାଯିବ। ଏଥିପାଇଁ ପ୍ରମୁଖ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri