ଝିଅ ବାହାଘର ପାଇଁ ରଖିଥିଲେ ସୁନା ଗହଣା, ସବୁ ଲୁଟିନେଲେ ଦୁର୍ବୃତ୍ତ

ହାଟଡିହୀ,୭ା୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ଥାନା ଗୋପ ଗ୍ରାମରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ପୋଲିସ କେସ୍‌ ନଂ ୨୧୭/୨୦୨୪ରେ ଏକ ମାମଲା ରୁଜୁ କରିଥିବା ବେଳେ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ ଅଭିଯୋଗରୁ ଜଣାଯାଇଛି ଯେ, ଅବସରପ୍ରାପ୍ତ ତହସିଲ କର୍ମଚାରୀ ହାଟଡିହୀ ପଞ୍ଚାୟତ ଗୋପ ଗ୍ରାମର ଯତୀନ୍ଦ୍ର ବୈଠାଙ୍କ ପରିବାର ଲୋକ ଶନିବାର ରାତିରେ ଖାଇପିଇ ଶୋଇଥିଲେ। କିନ୍ତୁ ଅନ୍ୟ ଏକ କୋଠରିରେ ଥିବା ଆଲମାରିରେ ସୁନା, ଗହଣା ଏବଂ ଟଙ୍କା ରଖିଥିଲେ। କିନ୍ତୁ ସେହି ଘରେ କେହି ଶୋଇ ନ ଥିଲେ। ଫଳରେ ଚୋରମାନେ ଏହାର ସୁଯୋଗ ନେଇ ଘରର ପଛପଟ ଝରକା ଗ୍ରୀଲ୍‌ ଭାଙ୍ଗି ଦେଇ ଘର ଭିତରେ ପଶିଥିଲେ।  ଏଥିସହ ଘର ଭିତର ପଟୁ କବାଟ ଦେଇ ଲୁଟ୍‌ପାଟ କରି ଫେରାର ହୋଇଯାଇଥିଲେ। ପରିବାର ଲୋକ ଉକ୍ତ କୋଠରିକୁ ଯିବାକୁ ଚାହିଁଲା ବେଳକୁ କବାଟ ଖୋଲି ନ ଥିଲା। ଘର ପଛପଟକୁ ଯାଇ ଦେଖିଲା ବେଳକୁ ଝରକା ଗ୍ରୀଲ୍‌ ଭାଙ୍ଗିଛି। ଝିଅ ବାହାଘର ପାଇଁ ଆଗୁଆ କିଣିକି ଘରେ ରଖିଥିବା ପ୍ରାୟ ୧୦ ଲକ୍ଷ ଟଙ୍କା ମୂଲ୍ୟର ସୁନା, ଗହଣା, ଅଳଙ୍କାର ସବୁ ଚୋରି ହୋଇଥିବା ବେଳେ ୧୦ ହଜାର ଟଙ୍କା ମଧ୍ୟ ଚୋରି ହୋଇଯାଇଛି। ରାଣୀହାର ୧ଟା, ହାର ୨ଟା, ସୁନା ବଳା ୧ହଳ, ସୁନା କାନଫୁଲ ୩ହଳ, ଚେନ୍‌ ୧ଟା, ସୁନା ମୁଦି ୩ଟା ଚୋରି ହୋଇଛି। ଫଳରେ ପରିବାର ଲୋକ ଦୁଃଖରେ ଭାଙ୍ଗି ପଡ଼ିଛନ୍ତି। ଥାନା ଅଧିକାରୀ ରବୀନ୍ଦ୍ର ପାତ୍ର କହିଛନ୍ତି, ଅଭିଯୋଗକାରୀଙ୍କୁ ବିଭିନ୍ନ ବିଷୟରେ ପଚାରି ବୁଝି ତଦନ୍ତ ଚଳାଇଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଜାଣନ୍ତି କି ପାଇପ୍‌ଲାଇନ୍‌ ଗ୍ୟାସ୍‌ କେଉଁଠାରୁ ଆସେ? କେମିତି ଆସି ସିଧାସଳଖ ପହଞ୍ଚୁଛି ରୋଷେଇ ଘରେ…

ନୂଆଦିଲ୍ଲୀ,୨୯ା୩: ଦେଶର ଲୋକମାନେ ବର୍ଦ୍ଧିତ ଗ୍ୟାସ୍‌ ଦର ଏବଂ ସିଲିଣ୍ଡର ପାଇଁ ହଇରାଣ ହରକତ ହେଉଥିବାରୁ ଏବେ PNG (ପାଇପ୍‌ ନାଚୁରାଲ୍‌ ଗ୍ୟାସ୍‌) ଆଡ଼କୁ ମୁହାଁଇଛନ୍ତି। ଆଜି…

ରେମଣ୍ଡର ପୂର୍ବତନ ଅଧ୍ୟକ୍ଷ ବିଜୟପତ ସିଂଘାନିଆଙ୍କ ପରଲୋକ, ପଛରେ ଛାଡି ଗଲେ ଏତେ କୋଟି ଟଙ୍କାର ସମ୍ପତ୍ତି

ମୁମ୍ବାଇ,୨୯।୩: ରେମଣ୍ଡ ଗ୍ରୁପର ପୂର୍ବତନ ଅଧ୍ୟକ୍ଷ ଏବଂ ଜଣେ ପ୍ରବୀଣ ଶିଳ୍ପପତି ବିଜୟପତ ସିଂଘାନିଆଙ୍କର ଶନିବାର ସାରେ ମୁମ୍ବାଇରେ ୮୭ ବର୍ଷ ବୟସରେ ଦେହାନ୍ତ ହୋଇଛି। ତାଙ୍କ…

ଓକିଲ ସଂଘ ନିର୍ବାଚନ: ସଭାପତି ହେଲେ ନିର୍ବାଚନ କେଶରୀ ଭୋଇ…

ଜି.ଉଦୟଗିରି,୨୯।୩(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠି): ସ୍ଥାନୀୟ ଜେଏମଏଫସି କୋର୍ଟ ପରିସରରେ ଶନିବାର ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇଛି। ଆଇନଜୀବୀ ରାମାରାଓ ନାୟକ…

ଘରେ ପେଟ୍ରୋଲ ରଖୁଛନ୍ତି କି? ହୋଇପାରେ ଜେଲ, ଜାଣନ୍ତୁ କଡ଼ା ନିୟମ…

ନୂଆଦିଲ୍‌ଲୀ,୨୯।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଦେଶର କିଛି ସ୍ଥାନରେ ପେଟ୍ରୋଲ ଉପଲବ୍ଧତାକୁ ନେଇ ଚିନ୍ତାର ବାତାବରଣ ପରିଲକ୍ଷିତ ହେଉଛି। ଅନେକ ସ୍ଥାନରେ, ଲୋକମାନେ ଲମ୍ୱା…

ମିଳୁନି ଗ୍ୟାସ: ଚୁଲି ମୁହାଁ ଲୋକେ 

ଭଞ୍ଜନଗର,୨୯।୩(ବାବୁଲା ପ୍ରଧାନ): ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ରୋଷେଇ ଘର ଉପରେ ମଧ୍ୟ ପଡିଛି। ଗଞ୍ଜାମ  ଜିଲା ଭଞ୍ଜନଗର ଅଞ୍ଚଳରେ ରନ୍ଧନ…

ଇରାନକୁ ଧ୍ୱଂସ କରିବାକୁ ଆମେରିକାର ‘ମାଷ୍ଟର ପ୍ଲାନ’, ସପ୍ତାହେ ହେବ ଚାଲିଛି ଯୋଜନା, ଜାଣନ୍ତୁ କ’ଣ କରିବେ ଟ୍ରମ୍ପ

ଓ୍ବାଶିଂଟନ,୨୯।୩: ଇରାନ ସହିତ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, ଆମେରିକା ଏବେ ସ୍ଥଳ ସାମରିକ ଅଭିଯାନ ପାଇଁ ପ୍ରସ୍ତୁତ ହେଉଛି। ଦି ୱାଶିଂଟନ ପୋଷ୍ଟର ଏକ ରିପୋର୍ଟ ଅନୁଯାୟୀ,…

ମାଛ ପାଇଁ ଖୋଳିଥିବା ଗାତରେ ପଡ଼ିଲେ ନିଜେ, ମାଛ ମାରିବା ପୂର୍ବରୁ  ନିଜେ ହେଲେ ଗୁରୁତର 

ଦାରିଙ୍ଗବାଡି,୨୯।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଅଞ୍ଚଳରେ ଜଣେ ଯୁବକ ମାଛ ମାରିବାକୁ ବିସ୍ପୋରକ ବ୍ୟବହାର କରୁଥିବା ବେଳେ ମାଛ ମାରିବା ପୁର୍ବରୁ…

ଓକିଲ ସଙ୍ଘର ନିର୍ବାଚନ ସଭାପତି ଉମେଶ, ସମ୍ପାଦକ ରାମଚନ୍ଦ୍ର

ଦାରିଙ୍ଗବାଡ଼ି,୨୯।୩ (ଅରୁଣ ସାହୁ): ଦାରିଙ୍ଗବାଡ଼ି ଓକିଲ ସଙ୍ଘର ନିର୍ବାଚନ ଶନିବାର ବିଧିବଧ ଭାବେ ଅନୁଷ୍ଠିତ ହୋଇଛି। ଚଳିତ ଥର ନିର୍ବାଚନ ଫଳାଫଳ ଅତି ରୋମାଞ୍ଚକର ରହିଥିଲା। କେବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri