ନଳକୂପରୁ ବାହାରୁଛି ସୁନା ଭଳି ପଦାର୍ଥ

ଖପ୍ରାଖୋଲ,୨୪ା୩(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଞ୍ଚଳରେ ସୁନା ଖଣି ଥିବା ନେଇ ସବୁଠି ଚର୍ଚ୍ଚା। ବ୍ଲକର ନାନ୍ଦୁପଲା ଗାଁର ଜଣେ ବ୍ୟକ୍ତିଙ୍କ ଗଭୀର ନଳକୂପରୁ ସୁନା ଭଳି ଚକ୍‌ ଚକ୍‌ କରୁଥିବା ପଦାର୍ଥ ବାହାରୁଥିବା ଜଣାପଡିବା ପରେ ଘଟଣାସ୍ଥଳରେ ପ୍ରଶାସନ ପହଞ୍ଚତ୍ଛି ା

ପ୍ରକାଶ ଯେ, ନାନ୍ଦୁପଲା ଗାଁର ଜାବେଦ ମହମ୍ମଦ ନାମକ ଜଣେ ଚାଷୀ ଛଞ୍ଚାଣବାହାଲି ଗାଁ ନିକଟରେ ଗତ କିଛିଦିନ ତଳେ ଏକ ଗଭୀର ନଳକୂପ ଖୋଳିଥିବା ବେଳେ ଗୁରୁବାର ପମ୍ପ ଲଗାଇ ପାଣି ବାହାର କରିଥିଲେ। କିନ୍ତୁ ନଳକୂପରୁ ପ୍ରଥମ କରି ବାହାରିଥିବା ବାଲି ମିଶା ପାଣିରେ ସୁନାଭଳି ଚକ୍‌ ଚକ୍‌ କରୁଥିବା ପଦାର୍ଥ ମିଶିଥିବାର ଚାଷୀ ଜଣକ ଦେଖିଥିଲେ। ଏହାପରେ ଏହା ସୁନା ହୋଇଥାଇପାରେ ବୋଲି ସନ୍ଦେହ କରି ଅନ୍ୟମାନଙ୍କୁ କହିଥିଲେ। ଖବର ପାଇ ଖପ୍ରାଖୋଲ ତହସିଲଦାର ଆଦିତ୍ୟ ପ୍ରସାଦ ମିଶ୍ର, ଥାନା ଅଧିକାରୀ ରମାକାନ୍ତ ସାହୁ, ବିଡ଼ିଓ ରଶ୍ମି ରଞ୍ଜନ ରାଉତ ପ୍ରମୁଖ ଘଟଣାସ୍ଥଳରେ ଶୁକ୍ରବାର ପହଞ୍ଚି ସମ୍ପୃକ୍ତ ଚାଷୀଙ୍କୁ ଭେଟି ପଚରାଉଚରା କରିଥିଲେ। ଏଥିସହ ସୁନା ଭଳି ପଦାର୍ଥ ମିଶା ଚକ ଚକ କରୁଥିବା ବାଲି ସଂଗ୍ରହ କରିଥିଲେ। ଏହି ଖବର ପ୍ରଚାରିତ ହେବା ପରେ ଗଭୀର ନଳକୂପ ପାଖରେ ଲୋକଙ୍କ ଭିଡ ଦେଖିବାକୁ ମିଳିଥିଲା। ଏନେଇ ଖପ୍ରାଖୋଲ ତହସିଲଦାର ଆଦିତ୍ୟ ପ୍ରସାଦ ମିଶ୍ରଙ୍କୁ ପଚାରିବାରେ ଗଭୀର ନଳକୂପ ଖନନ ବେଳେ ବାହାରିଥିବା ଚକ୍‌ ଚକ୍‌ କରୁଥିବା ମାଟି ସଂଗ୍ରହ କରିଛୁ। ଜିଲା ଖଣି ବିଭାଗ ସହ ଆଲୋଚନା ହୋଇଛି। ସଂଗୃହୀତ ବାଲି ପରୀକ୍ଷା ପରେ ପ୍ରକୃତରେ ସୁନା କି ନୁହେଁ ଜଣାପଡ଼ିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଦୁର୍ଘଟଣା ଘଟାଇଲା ଆମବସ୍‌: ଯାତ୍ରୀଙ୍କ ଉପରେ ଭାଙ୍ଗି ପଡ଼ିଲା କାଚ

ଭୁବନେଶ୍ୱର,୭।୪: ପୁଣି ଦୁର୍ଘଟଣା ଘଟାଇଲା ଆମ ବସ୍‌। ହାଇଓ୍ବାକୁ ପିଟିଲା ପଛରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ। ଏଭଳି ଘଟଣା ଘଟିଛି ବାରଙ୍ଗ ଥାନା ପଦ୍ମନାଭ ନଗର ଛକ…

ହର୍ମୁଜରେ ଘନେଇଲା ପୁଣି ବଡ଼ ବିପଦ, ଭାରତୀୟ ଜାହାଜକୁ…

ନୂଆଦିଳ୍ଲୀ,୭।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନାର ପ୍ରଭାବ ଏବେ ସାମୁଦ୍ରିକ ବାଣିଜ୍ୟରେ ମଧ୍ୟ ଦୃଶ୍ୟମାନ ହେଉଛି। ଅନେକ ଅଞ୍ଚଳରେ, ଜାହାଜ ପାଇଁ ବୀମା ପାଇବା ମହଙ୍ଗା ହୋଇଯାଇଛି। ସମ୍ୱନ୍ଧିତ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

ଭାଜପାର ମହାଅଭିଯାନ: ମନୂତନ ଭାରତ ଗଠନ କରିବାକୁ ପ୍ରୟାସ

ବନ୍ତ,୭।୪(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ସରସ୍ବତୀ ବିଦ୍ୟାମନ୍ଦିରଠାରେ ପଣ୍ଡିତ ଦିନଦୟାଲ ଉପାଧ୍ୟାୟଙ୍କ ନୀତି ଆଦର୍ଶକୁ ପାଥେୟ କରି ଭାଜପା ତରଫରୁ ଏକ ପ୍ରଶିକ୍ଷଣ ଶିବିର…

କୁଆପଥର ବର୍ଷାରେ ଭାଙ୍ଗିଲା ହଜାର ହାଜାର ଘର: ତହସିଲ ଅଫିସରେ ଧସେଇ ପଶିବା ସହ ରାସ୍ତାରୋକୋ

ପାଟଣା,୭।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଘର୍ଣ୍ଣିଝଡ଼ ସହ ପ୍ରବଳ କୁଆପଥର ମାଡ ହୋଇଛି। ଫଳରେ ହଜାର ହଜାର ଟାଇଲ,…

ମୋହନା ପୋଲିସ ପକ୍ଷରୁ ନୂତନ ଜଳଛତ୍ର ଉଦଘାଟନ: ସଚେତନ ବାର୍ତ୍ତା ଦେଲେ ଥାନା ଅଧିକାରୀ

ମୋହନା,୭।୪: ଦିନକୁ ଦିନ ଗ୍ରୀଷ୍ମ ପ୍ରବାହ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଗଜପତି ଜିଲା ମୋହନା ଥାନା ପକ୍ଷରୁ ଆଜି ନୂତନ ଜଳଛତ୍ର ଖୋଲାଯାଇଛି। ଏହି…

ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀଙ୍କୁ ମିଳିଲା ବଡ଼ ଦାୟିତ୍ୱ : ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇ କହିଲେ…

ଛତ୍ରପୁର, ୭।୪(,ଦିଲ୍ଲୀପ ସାମଲ): ଆଜି ଖଲିକୋଟ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠି ଗଞ୍ଜାମ ଜିଲା ଯୋଜନା କମିଟିର ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଦଳୀୟ ନେତା…

କେଉଁ ବୋତଲରେ ପାଣି ପିଇବା ଉଚିତ୍‌: ଜାଣନ୍ତୁ କ’ଣ ରହିଛି…

ଜଳ ହିଁ ଜୀବନ । ପାଣି ପିଇବା ପାଇଁ କିଏ ପ୍ଲାଷ୍ଟିକ୍‌ ବଟଲ ବ୍ୟବହାର କରନ୍ତି ତ ଆଉ କିଏ ତମ୍ବା ନ ହେଲେ ଷ୍ଟିଲ୍‌। ଘରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri