Posted inଖେଳ

ଘୋଡ଼ାଚଢ଼ାରେ ଭାରତକୁ ସ୍ବର୍ଣ୍ଣ ପଦକ, ୪୧ ବର୍ଷର ପ୍ରତୀକ୍ଷା ଶେଷ…

ହାଙ୍ଗଝୋ,୨୬।୯ : ଭାରତୀୟ ଖେଳାଳିଙ୍କ ଶକ୍ତିଶାଳୀ ପ୍ରଦର୍ଶନ ଏସିଆନ ଗେମ୍ସ ୨୦୨୩ ରେ ତୃତୀୟ ଦିନ ପାଇଁ ଜାରି ରହିଛି। ଘୋଡା ଚଢ଼ା ମିଶ୍ରିତ ଦଳ ଇଭେଣ୍ଟରେ ଭାରତୀୟ ଖେଳାଳିମାନେ ଇତିହାସ ସୃଷ୍ଟି କରିଛନ୍ତି। ୪୧ ବର୍ଷ ପରେ ଘୋଡା ଚଢ଼ା ଡ୍ରେସେଜ ଇଭେଣ୍ଟରେ ହୃଦୟ ଛେଦା, ଦିବ୍ୟାକ୍ରିତୀ, ସୁଦୀପ୍ତି ହାଜେଲା ଏବଂ ଅନୁଷ ଅଗ୍ରୱାଲଙ୍କ ଯୋଡି ସ୍ବର୍ଣ୍ଣ ପଦକ ଜିତିଛନ୍ତି। ଚାଇନାର ହାଙ୍ଗଝୋରେ ଖେଳାଯାଉଥିବା ଏସୀୟ ଗେମ୍ସରେ ଏହା ହେଉଛି ଭାରତର ତୃତୀୟ ସ୍ବର୍ଣ୍ଣ ପଦକ।

ଘୋଡା ଚଢ଼ାର ମିଶ୍ରିତ ଦଳ ଇଭେଣ୍ଟରେ ଭାରତୀୟ ଦଳ ଐତିହାସିକ ସ୍ବର୍ଣ୍ଣ ପଦକ ଜିତିଛି। ହୃଦୟ ଛେଦା, ଦିବ୍ୟାକ୍ରିଟି, ସୁଦୀପ୍ତି ହାଜେଲା ଏବଂ ଅନୁଷ ଅଗରୱାଲ ଚମତ୍କାର ପ୍ରଦର୍ଶନ କରଛନ୍ତି।

ଭାରତୀୟ ଦଳ ୨୦୯.୨୦୫ ପଏଣ୍ଟ ହାସଲ କରି ଚାଇନାକୁ ପରାସ୍ତ କରିଛି। ଚାଇନା ୨୦୪.୮୮୨ ପଏଣ୍ଟ ସହ ଦ୍ୱିତୀୟ ଏବଂ ହଂକଂ ୨୦୪.୮୫୨ ପଏଣ୍ଟ ସହ ତୃତୀୟ ସ୍ଥାନରେ ରହିଛି। ୧୯୮୨ ମସିହାରେ ଏହି ଇଭେଣ୍ଟରେ ଭାରତ ଏକ ପଦକ ଜିତିଥିଲା ।

ଭାରତୀୟ ଅଶ୍ୱାରୋହୀ ଦଳ ଏସିଆନ ଗେମ୍ସ ୨୦୨୩ ରେ ଦେଶ ପାଇଁ ତୃତୀୟ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ଏହାପୂର୍ବରୁ ଭାରତୀୟ ସୁଟରମାନେ ଏହି ଟୁର୍ନାମେଣ୍ଟରେ ଭାରତ ପାଇଁ ପ୍ରଥମ ସ୍ବର୍ଣ୍ଣ ପଦକ ଜିତିଥିଲେ। ଦ୍ୱିତୀୟ ସ୍ବର୍ଣ୍ଣ ପଦକ ଭାରତୀୟ ମହିଳା କ୍ରିକେଟ ଦଳ ନାମରେ ଥିଲା। ଭାରତ ଏପର୍ଯ୍ୟନ୍ତ ଟୁର୍ନାମେଣ୍ଟରେ ମୋଟ ୧୫ ଟି ପଦକ ଜିତିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri