ଓଡ଼ିଶାର ଦୁଇ ଜିଲାରେ ଅଛି ସୁନା ଖଣି, ମନ୍ତ୍ରୀ ଦେଲେ ବଡ ଖବର

ଭୁବନେଶ୍ୱର, ୫ା୧୨: ଓଡିଶା ମାଟି ଖଣିଜ ସମ୍ପଦ ଭରା ହୋଇଥିବା ବେଳେ ରାଜ୍ୟର ଦୁଇଟି ଜିଲାରେ ସୁନାର ସନ୍ଧାନ ମିଳିଛି। ଏନେଇ ଇସ୍ପାତ ଏବଂ ଖଣିଜ ସମ୍ପଦ ମନ୍ତ୍ରୀ ବିଭୁତି ଭୂଷଣ ଜେନା ବିଧାନସଭାରେ ସୂଚନା ଦେଇଛନ୍ତି।

ଜଳେଶ୍ୱର ବିଧାୟକ ଅଶ୍ବିନୀ କୁମାର ପାତ୍ର ଏବଂ ବ୍ରହ୍ମଗିରି ବିଧାୟକ ଉପାସନା ମହାପାତ୍ରଙ୍କ ପ୍ରଶ୍ନର ଉତ୍ତର ଦେଇ ମନ୍ତ୍ରୀ ଗୃହରେ ଏହି ଖୁଲାସା କରିଛନ୍ତି। ମନ୍ତ୍ରୀଙ୍କ ସୂଚନା ଅନୁଯାୟୀ ଦେଓଗଡ଼ ଜିଲାର ଆଡସା-ରାମପାଲି ଅଞ୍ଚଳରେ ଏବଂ କେନ୍ଦୁଝର ଜିଲାର ଗପୁର-ଗାଜିପୁର ଅଞ୍ଚଳରେ ଏହି ସୁନା ଖଣିର ସନ୍ଧାନ ମିଳିଛି।

ଭାରତୀୟ ଜିଓଲୋଜିକାଲ ସର୍ଭେ (ଜିଏସଆଇ) ଦେଓଗଡ ଜିଲାର ଆଡସା-ରାମପାଲୀ ଅଞ୍ଚଳରେ ଜି-୨ ସ୍ତରୀୟ ସର୍ଭେ ଶେଷ କରିଛି ବୋଲି ମନ୍ତ୍ରୀ ପ୍ରକାଶ କରିଛନ୍ତି। ଓଡିଶାର ଖଣି ନିର୍ଦ୍ଦେଶାଳୟର ସହଯୋଗରେ ଜିଏସଆଇ ବର୍ତ୍ତମାନ ଜି- 2 ସ୍ତରୀୟ ସର୍ଭେ ସଫଳ ହେବା ପରେ କେନ୍ଦୁଝର ଜିଲାର ଗୋପୁର-ଗାଜିପୁର ଅଞ୍ଚଳରେ ଜି-୨ ସ୍ତରୀୟ ସର୍ଭେ କରୁଛି ବୋଲି ମନ୍ତ୍ରୀ କହିଛନ୍ତି।

ସର୍ଭେ କରୁଥିବା ଏଜେନ୍ସିଗୁଡିକର ଚୂଡ଼ାନ୍ତ ରିପୋର୍ଟ ପାଇବା ପରେ ବୈଷୟିକ କମିଟିର ସୁପାରିଶ ଅନୁଯାୟୀ ରାଜ୍ୟ ସରକାର ଏ ଦିଗରେ ଉପଯୁକ୍ତ ପଦକ୍ଷେପ ଗ୍ରହଣ କରିବେ ବୋଲ ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

ଚାଷୀ ଆନ୍ଦୋଳନରେ ୪ଦିନର ସାମୟିକ ବିରତି

କୋକସରା,୨୧ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରାଠାରେ ଦୀର୍ଘ ୧୫ଦିନ ଧରି ଚାଲିଥିବା ଇନ୍ଦ୍ରାବତୀ ମେଗା ଉଠା ଜଳସେଚନ ଚାଷୀ ସଂଘର ଆନ୍ଦୋଳନ ଗୁରୁବାର ନୂଆମୋଡ଼ ନେଇଛି।…

କେବେ ଶାସନ ଗାଦିରୁ ହଟିବ ଭାଜପା? ଆସିଲା ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ/ଇସଲାମାବାଦ,୨୧।୫: ବର୍ତ୍ତମାନ, ଭାରତୀୟ ଜନତା ପାର୍ଟି (ଭାଜପା) ଏବଂ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନଡିଏ) ମଧ୍ୟରେ ଏହାର ସହଯୋଗୀଙ୍କ ନେତୃତ୍ୱରେ ସରକାର ଭାରତର ୨୨ଟି ରାଜ୍ୟ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri