ଓଡ଼ିଶାରେ ସୁନାଖଣିର ସନ୍ଧାନ, ମନ୍ତ୍ରୀ କହିଲେ ଏସବୁ ଜିଲାରେ ନିଲାମ ପାଇଁ ଚାଲିଛି…

ଭୁବନେଶ୍ୱର,୨୨ା୮: ବିଧାନସଭା ଅଧିବେଶନରେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ପ୍ରଶ୍ନର ଉତ୍ତର ରଖିଛନ୍ତି ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା। ମନ୍ତ୍ରୀ କହିଛନ୍ତି, ଓଡ଼ିଶାରେ ସୁନା ଖଣିର ସନ୍ଧାନ ମିଳିଛି। ଦେବଗଡ଼ ଜିଳା ଆଡାସ-ରାମପାଲ୍ଲୀ ଅଞ୍ଚଳରେ ସୁନାପଥରର ସନ୍ଧାନ ମିଳିଛି। ଜିଏସ୍‌ଆଇ ଦ୍ବାରା ତମ୍ବାପଥର ଉତ୍ତୋଳନ ବେଳେ ସୁନାର ସନ୍ଧାନ ମିଳିଛି। ଏହି ଅଞ୍ଚଳରେ ସୁନା ଗଚ୍ଛିତ ଥିବା ଭୂତାତ୍ତ୍ବିକ ଆକଳନରୁ ବି ଜଣାପଡ଼ିଛି। ଏବେ ଏହି ଖଣିଜ ବ୍ଲକକୁ ନିଲାମ ପାଇଁ ପ୍ରସ୍ତୁତ କରାଯାଉଥିବା ମନ୍ତ୍ରୀ କହିଛନ୍ତି।

ଅନ୍ୟ ଜିଲାଗୁଡ଼ିକ ମଧ୍ୟରେ କେନ୍ଦୁଝର ଜିଲାର ଗୋପୁର-ଗାଜିପୁର, ମାଙ୍କଡ଼ଚୁଆଁ, ସଲେଇକଣା ଓ ଡିମିରିମୁଣ୍ଡା ଅଞ୍ଚଳରେ ସୁନା ଖଣି ପାଇଁ ଚି଼ହ୍ନଟ ପ୍ରକ୍ରିୟା ଜାରି ରହିଛି। ସେହିପରି ମୟୂରଭଞ୍ଜ ଜିଲାର ଯଶୀପୁର,ସୁଲେଇପାଟ, ସୁରିଆଗୁଡା, ରୁଆଁସୀ, ଇଡେଲକୁଚା, ମାରେଡିହି ଏବଂ ବାଦାମପାହାଡ଼ ଅଞ୍ଚଳରେ ସୁନାଖଣିର ଅନ୍ବେଷଣ ଚାଲିଛି। ଅନ୍ୟ ଜିଲାଗୁଡ଼ିକ ମଧ୍ୟରେ କୋରାପୁଟ, ସୁନ୍ଦରଗଡ଼, ନବରଙ୍ଗପୁର, ଅନୁଗୋଳ, ମାଲକାନଗିରି, ସମ୍ବଲପୁର, ବୌଦ୍ଧ ଜିଲାର କେତେକ ସ୍ଥାନରେ ସୁନା ଖଣି ଥିବା ସନ୍ଧାନ ମିଳିଛି।

୧୯୮୧-୮୩ ଏବଂ ୧୯୮୯-୯୬ରେ ଚିହ୍ନିତ କରାଯାଇଥିବା କେନ୍ଦୁଝର ଜିଲାର ଗୋପୁର-ଗାଜିପୁର ଅଞ୍ଚଳରେ ପ୍ରାଥମିକ ସର୍ବେକ୍ଷଣରୁ ମିଳିଥିବା ସୂଚନା ଆଧାରରେ ସୁନା ଖଣିର ପୁନଃ ଅନୁସନ୍ଧାନ କାର୍ଯ୍ୟକ୍ରମ ଭାରତୀୟ ଭୂ-ବ‌ୈଜ୍ଞାନିକ ସର୍ବେକ୍ଷଣ ସଂସ୍ଥା ଏବଂ ଖଣି ଭୂତତ୍ତ୍ବ ନିର୍ଦ୍ଦେଶାଳୟର ମିଳିତ ସହେଯୋଗରେ ଜି-୨ସ୍ତରରେ ୨୦୨୧-୨୦୨୨ରୁ ଚାଲୁ ରହିଛି। ଏହି ଖଣିର ମାନ ଓ ପରିମାଣ ନିର୍ଦ୍ଧାରଣ କରାଯାଇ ନ ଥିବାରୁ ଏହାର ଉତ୍ତୋଳନ ନିମନ୍ତେ ସରକାରୀସ୍ତରରେ ବର୍ତ୍ତମାନ କୌଣସି ଯୋଜନା ନାହିଁ। ମାଙ୍କଡ଼ଚୁଆଁ, ସଇେଲକଣା, ଡିମିରିମୁଣ୍ଡା ଅଞ୍ଚଳରେ ଓଡ଼ିଶା ଖଣି ନିଗମ ଦ୍ବାରା ଜି-୪ ଏବଂ ଜି-୩ସ୍ତରରେ ସୁନାଖଣି ଚିହ୍ନଟ ପାଇଁ ଅନୁସନ୍ଧାନ କାର୍ଯ୍ୟ ଚାଲୁ ରହିଛି ‌ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?