ମନ୍ଦିର ମରାମତି ସମୟରେ ମିଳିଲା ୫ଶହ ଗ୍ରାମ ସୁନା, ଆଉ ତା’ ପରେ…

କର୍ନାଟକର କାଞ୍ଚତ୍ପୁରମ୍‌ ଅଞ୍ଚଳରେ ଥିବା ଏକ ପ୍ରାଚୀନ ମନ୍ଦିରର ମରାମତି ସମୟରେ ୫ଶହ ଗ୍ରାମ ସୁନା ମିଳିଥିଲା। ଏହାକୁ ଜବତ କରିବା ପାଇଁ ଆସିଥିବା ଜିଲା ପ୍ରଶାସନ ଏବଂ ଗ୍ରାମବାସୀଙ୍କ ମଧ୍ୟରେ ବିବାଦ ଦେଖାଦେଇଥିଲା। ଚେନ୍ନାଇଠାରୁ ୯୦ କିଲୋମିଟର ଦୂରରେ ଥିବା କାଞ୍ଚତ୍ପୁରମର ୩୦୦ ବର୍ଷ ପୁରୁଣା କୁଲମ୍ବଶ୍ୱର ମନ୍ଦିରର ମରାମତି କାମ ଚାଲିଥିଲା ବେଳେ ଆବର୍ଜନା ତଳେ ଏକ ଅଖା ଆବୃତ ତମ୍ବା ବାକ୍ସ ଦେଖିବାକୁ ମିଳିଥିଲା। ଯେତେବେଳେ ବାକ୍ସ ଖୋଲାଗଲା, ସେଥିରୁ ବଡ଼ ଆକାରର ସୁନା ମୁଦ୍ରା, ଛୋଟ ପିତଳ ଥାଳି, ସୁନା ପ୍ରତିମା ଏବଂ ଅଳଙ୍କାର ମିଳିଲା। ଏହାକୁ ମନ୍ଦିର କର୍ମଚାରୀ ଏବଂ ସ୍ଥାନୀୟ ଲୋକେ ଓଜନ କରିଥିଲେ। ଏହି ଖବର ସମଗ୍ର ଗାଁରେ ଚହଳ ପକାଇ ଦେଇଥିଲା।

ସୂଚନା ପାଇବା ପରେ ଜିଲାର ରାଜସ୍ବ ଅଧିକାରୀମାନେ ତାହାକୁ ଜବତ କରିବାକୁ ଘଟଣାସ୍ଥଳରେ ପହଞ୍ଚିଥିଲେ। କିନ୍ତୁ ଗ୍ରାମବାସୀ ଏହାକୁ ବିରୋଧ କରିବା ଥିଲେ।
ଗ୍ରାମବାସୀ ଯୁକ୍ତି କଲେ ଯେ, ମନ୍ଦିର ସେମାନଙ୍କ ଗାଁରେ ଅଛି ଏବଂ ଏହି ଧନ ଭଗବାନଙ୍କ ପ୍ରାପ୍ତ ଏକ ଉପହାର। ପରେ ଏହାକୁ ନ ଦେବା ପାଇଁ ଅଧିକାରୀଙ୍କ ଗାଡ଼ିକୁ ଅଟକାଇଥିଲେ। ତେବେ କାଞ୍ଚତ୍ପୁରମ ରାଜସ୍ବ ବିଭାଗ ମୂଲ୍ୟବାନ ସାମଗ୍ରୀ ଜବତ କରି ରବିବାର ଟ୍ରେଜେରିରେ ଜମା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ତୁମେ ମୋତେ ଭୋଟ୍‌ ଦିଅ, ମୁଁ ତୁମକୁ…

ନୂଆଦିଲ୍ଲୀ,୨୦ା୪: ଲୋକ ସଭା ନିର୍ବାଚନ ପ୍ରଚାର ସମୟରେ ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ କରି ଫସିଛନ୍ତି କର୍ନାଟକ ଉପମୁଖ୍ୟମନ୍ତ୍ରୀ ଡି.କେ ଶିବକୁମାର। ତାଙ୍କ ବିରୋଧରେ ପୋଲିସ...

‘କେଜ୍‌ରିଓ୍ବାଲଙ୍କୁ ଧୀର ମୃତ୍ୟୁ ଦିଆଯାଉଛି’

ନୂଆଦିଲ୍ଲୀ,୨୦।୪: ମଦ ଦୁର୍ନୀତି ମାମଲାରେ ତିହାର ଜେଲରେ ଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଦେହରେ ମଧୁମେହ ସ୍ତର ବୃଦ୍ଧି ନେଇ ରାଜନୀତି ସରଗରମ ରହିଛି। ଗୋଟିଏ...

କଂଗ୍ରେସକୁ ବଡ଼ ଝଟ୍‌କା, ହାତ ଛାଡି ପଦ୍ମ ଧରିଲେ ପ୍ରିୟଙ୍କା ଗାନ୍ଧୀଙ୍କ ଘନିଷ୍ଠ

ନୂଆଦିଲ୍ଲୀ, ନିର୍ବାଚନ ପୂର୍ବରୁ କଂଗ୍ରେସକୁ ପୁଣି ଲାଗିଲା ବଡ ଝଟକା। ହାତ ଛାଡିଲେ ପ୍ରିୟଙ୍କା ଗାନ୍ଧୀଙ୍କ ଘନିଷ୍ଠ ସହଯୋଗୀ। ହାତ ଛାଡିଛନ୍ତି ହିମାଚଳ ପ୍ରଦେଶ କଂଗ୍ରେସ...

Featured Video Play Icon

ମାର୍କେଟକୁ ଆସିଲା ଏସି ହେଲମେଟ୍‌, ଦାମ୍‌ ମାତ୍ର ଏତିକି…

ନୂଆଦିଲ୍ଲୀ,୨୦।୪: କେବଳ ରାଜ୍ୟରେ ନୁହେଁ ସାରା ଦେଶରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଅସହ୍ୟ ତାତିକୁ ନିଆଁବର୍ଷା ଲୋକଙ୍କୁ ଅସ୍ତବ୍ୟସ୍ତ କରିଦେଉଛି। ବାହାରେ ହେଉ କି...

‘ଯେମିତି କଂଗ୍ରେସ ରାଜକୁମାର ଆମେଠି ଛାଡ଼ିଛନ୍ତି, ଓ୍ବାୟନାଡ ବି ଛାଡ଼ିବେ’

ନୂଆଦିଲ୍ଲୀ,୨୦।୪: ମହାରାଷ୍ଟ୍ରର ନନ୍ଦେଡ଼ରେ ନିର୍ବାଚନ ରାଲିକୁ ସମ୍ବୋଧିତ କରିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି। କଂଗ୍ରେସର ରାଜକୁମାରଙ୍କୁ ଓ୍ବାୟନାଡ଼ରେ ବିପଦ...

କଂଗ୍ରେସକୁ ବଡ଼ ଝଟ୍‌କା: ଭାଜପାରେ ସାମିଲ ହେବେ ପ୍ରିୟଙ୍କା ଗାନ୍ଧୀଙ୍କ ପାଖଲୋକ କୁହାଯାଉଥିବା ନେତା ତାଜିନ୍ଦର ସିଂ

ସିମ୍‌ଲା,୨୦।୪: ହିମାଚଳ ପ୍ରଦେଶରେ କଂଗ୍ରେସକୁ ଲାଗିଛି ବଡ଼ ଝଟ୍‌କା। ରାଜ୍ୟ ପ୍ରଭାରୀ ସଚିବ ତଥା ପ୍ରିୟଙ୍କା ଗାନ୍ଧୀଙ୍କ ପାଖଲୋକ କୁହାଯାଉଥିବା ତାଜିନ୍ଦର ସିଂ ବିଟ୍ଟୁ ଦଳରୁ...

ମସ୍କଙ୍କ ଭାରତ ଗସ୍ତ ସ୍ଥଗିତ

ନୁୟର୍କ/ନୂଆଦିଲ୍ଲୀ,୨୦।୪: ଟେସଲା ସିଇଓ ଏଲନ ମସ୍କଙ୍କ ଭାରତ ଗସ୍ତକୁ ସ୍ଥଗିତ ରଖାଯାଇଛି। ୨୧-୨୨ ଏପ୍ରିଲରେ ଦୁଇ ଦିନ ପାଇଁ ମସ୍କ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ...

ଅମିତ ଶାହାଙ୍କ ବଡ଼ ବୟାନ: ବିରୋଧୀଙ୍କୁ ବି ମିଳିଛି ଇଲେକ୍ଟୋରାଲ ବଣ୍ଡ…

ନୂଆଦିଲ୍ଲୀ,୨୦।୪: ଇଲେକ୍ଟୋରାଲ ବଣ୍ଡକୁ ନେଇ ଦେଶରେ ଉତ୍ତେଜନା ଦେଖାଦେଇଛି। ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କ ଉପରେ କ୍ରମାଗତ ପ୍ରଶ୍ନ ଉଠାଉଛନ୍ତି। ବର୍ତ୍ତମାନ ବିରୋଧୀଙ୍କ ଅଭିଯୋଗକୁ ବିରୋଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri