ଘରୁ ୫୦ ଭରି ସୁନା ଗହଣା ଚୋରି: ମିଳୁନି ସୁରାକ, ଚିନ୍ତାରେ ପୋଲିସ

ବ୍ରହ୍ମପୁର,୨୫।୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ବୌଦ୍ୟନାଥପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋରି ସଂଖ୍ୟା ବଢିବାରେ ଲାଗିଛି। ପୋଲିସ ପାଟ୍ରୋଲିଂକୁ ଜୋରାଦାର କରୁଥିବା କହୁଥିବା ବେଳେ ଚୋରମାନେ ପୋଲିସକୁ ଚ୍ୟାଲେଞ୍ଜ ଦେଇ ଚୋରି କରୁଛନ୍ତି। ପୂର୍ବରୁ ୪ଟି ଚୋରି ଘଟଣା ଘଟିଥିବା ବେଳେ ଏନେଇ ଥାନାରେ ଅଭିଯୋଗ ହୋଇଛି। ହେଲେ ପୋଲିସ ଲୁଟେରା ଗ୍ୟାଙ୍ଗକୁ ଠାବ କରିବାରେ ବିଫଳ ହୋଇଛି। ପୁଣି ଉକ୍ତ ଥାନା ଅଞ୍ଚଳରେ ଏକ ବଡ଼ ଧରଣର ଚୋରି ହୋଇଥିବା ଅଭିଯୋଗ ହୋଇଛି। ଏହା ପୋଲିସ ପାଇଁ ମୁଣ୍ଡ ବ୍ୟଥାର କାରଣ ହୋଇଛି।

ଘଟଣାରୁ ପ୍ରକାଶ ଯେ, ଲାଞ୍ଜିପାଲି ଶ୍ରୀକୃଷ୍ଣନଗର ପ୍ରଥମ ଲାଇନରେ ଜ୍ୟୋତି ରାଣୀ ବେହେରା ପରିବାର ସହ ରହୁଛନ୍ତି। ଗତ ୨୩ ତାରିଖ ରାତିରେ ସେ ଘରେ ପରିବାର ଲେକାଙ୍କ ସହ ଶୋଇଥିଲେ। ୨୪ ତାରିଖ ଭୋରରୁ ସେ ଉଠି ଦେଖିଲା ବେଳେକୁ ଘର ଅଲମୀରା ଖୋଲାଥିବା ଦେଖିବାକୁ ପାଇଥିଲେ। ଆଲମିରାରୁ ୫୦ ଭରି ସୁନା ଅଳଙ୍କାର ସହ ନଗଦ ୨୦ ହଜାର ଟଙ୍କା ଲୁଟ ହୋଇଥିବା ଜାଣିବାକୁ ପାଇଥିଲେ। ଏନେଇ ଜ୍ୟୋତି ଥାନାରେ ଏକ ଅଭିଯୋଗ କରିଥିଲେ। ପୋଲିସ ଘଟଣା ସ୍ଥଳରେ ପହଞ୍ଚି ସାଇଣ୍ଟିଫିକ ଟିମ୍‌ ସହାୟତାରେ ତଦନ୍ତ କରିଥିଲା। ପୋଲିସ ଅଭିଯୋଗକୁ ଭିତ୍ତି କରି ଏକ ମାମଲା(ନଂ.୪୭୭/୨୩) ରୁଜୁ କରିଛି। ଆଗକୁ ପାର୍ବଣ ଆରମ୍ଭ ହେଉଥିବା ବେଳେ ଲୁଟେରା ଗ୍ୟାଙ୍ଗ ଏବେ ଗୋଟିଏ ପରେ ଗୋଟିଏ ଘରୁକୁ ଟାର୍ଗେଟ୍‌ କରୁଛନ୍ତି। ପୋଲିସ ଏହି ଦିଗରେ ଅଧିକ ଯତ୍ନବାନ ହୋଇ ରାତିକାଳୀନ ପାଟ୍ରୋଲିଂ ବ୍ୟବସ୍ଥାକୁ ଅଧିକ ତ୍ୱରାନ୍ବିତ କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କିଛି ଘଣ୍ଟା ମଧ୍ୟରେ ଇସ୍ତଫା ଫେରାଇ ନେଲେ ଏହି କଂଗ୍ରେସ ନେତା, ହେଲେ କାହିଁକି ନେଲେ ଏଭଳି ନିଷ୍ପତ୍ତି? ଜାଣନ୍ତୁ…

ଗୁଆହାଟି,୧୬।୨: ଆସାମ କଂଗ୍ରେସ ଦଳର ପୂର୍ବତନ ସଭାପତି ଭୂପେନ କୁମାର ବୋରା ସୋମବାର (୧୬ ଫେବୃଆରୀ, ୨୦୨୬) ଦିନ ଦଳର ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ଇସ୍ତଫାପତ୍ର ପ୍ରଦାନ…

ପରିବା ଖାଇବାକୁ ଆସି କୂଅରେ ପଡ଼ିଗଲେ ବାରହା, ତାପରେ….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଉଖୁଣ୍ଡା ସେକ୍ସନ ଅଧିନସ୍ଥ ଜ୍ୟୋତିପୁର ବାଉଟିଆପଦା ଗ୍ରାମରେ ଆଜି ଅଭାବନୀୟ ଘଟଣା ଘଟିଛି । ଉକ୍ତ ଗ୍ରାମରେ ଜଣେ…

ହାସ୍ୟ ଅଭିନେତା ରାଜପାଳ ଯାଦବଙ୍କୁ ଦିଲ୍ଲୀ ହାଇକୋର୍ଟରୁ ମିଳିଲା ଆଶ୍ୱସ୍ତି, ଜାମିନ ପାଇଁ ଦେବାକୁ ପଡ଼ିଲା ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୧୬।୨: ଚେକ-ବାଉନ୍ସ ମାମଲାରେ ତିହାର ଜେଲରେ ଥିବା ଅଭିନେତା ରାଜପାଲ ଯାଦବଙ୍କୁ ସୋମବାର ଦିଲ୍ଲୀ ହାଇକୋର୍ଟରୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ତାଙ୍କ ଜାମିନ ଆବେଦନର ଶୁଣାଣି…

ଲକ୍ଷାଧିକ ଟଙ୍କା ନେଇ ବାଇକରେ ଯାଉଥିଲେ ଧାନ ବ୍ୟବସାୟୀ, ଅଧାବାଟରେ ବନ୍ଧୁକ ଦେଖାଇ ଲୁଟେରା….

କେନ୍ଦୁଝର,୧୬ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା କେନ୍ଦୁଝର – ପାଟଣା ରାସ୍ତାର ମଇଦାନକେଲ ନିକଟରେ ବଡ଼ ଧରଣର ଲୁଟ୍ । ସୋମବାର ସକାଳେ ପ୍ରାୟ…

ପରୀକ୍ଷା ଦେବେନାହିଁ ବୈଭବ ସୂର୍ଯ୍ୟବଂଶୀ, କାରଣ କହିଲେ ପିତା

ନୂଆଦିଲ୍ଲୀ,୧୬।୨: ଆଇସିସି ୧୯ ବର୍ଷରୁ କମ ବିଶ୍ୱକପ ୨୦୨୬ରେ ଟିମ ଇଣ୍ଡିଆର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିବା ୧୪ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏକ…

ଟିମ ଇଣ୍ଡିଆ ହାତରୁ ଖସିପାରେ ବିଶ୍ୱକପ୍‌ ଟ୍ରଫି: ପାକିସ୍ତାନ ବିପକ୍ଷ ବିଜୟ ଭଲ ସଙ୍କେତ ନୁହେଁ, ଡରାଉଛି ସଂଯୋଗ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ୨୦୨୬ ଟି୨୦ ବିଶ୍ୱକପ୍‌ର ଗ୍ରୁପ ପର୍ଯ୍ୟାୟରେ ପାକିସ୍ତାନକୁ ପରାସ୍ତ କରି ସୁପର ୮ରେ ପ୍ରବେଶ କରିଥିଲା। ଫଳାଫଳ କାହାକୁ ଆଶ୍ଚର୍ଯ୍ୟ କରି ନ…

ଲୋ ବ୍ଲଡପ୍ରେସର ସମସ୍ୟା ଅଛି କି ? ଏଥିରୁ ମୁକୁଳିବା ପାଇଁ ପିଅନ୍ତୁ…

ମିଶ୍ରିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଏବଂ ଆମିନୋ ଏସିଡ ରହିଛି। ଯଦି ଆପଣଙ୍କର ଲଗାତର କାଶ ହେଉଛି…

Video: ହ୍ୟାଣ୍ଡସେକ୍‌ ବିବାଦ ମଧ୍ୟରେ, ୱାସିମ ଆକ୍ରମଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୬।୨: ରବିବାର T20 World Cup 2026 ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ ହାଇ-ଭୋଲଟେଜ ମ୍ୟାଚ ଖେଳାଯାଇଥିଲା। ଟିମ ଇଣ୍ଡିଆ ଏକତରଫା ଭାବରେ ୬୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri