ମୁଣ୍ଡରେ ଲଗାଇଲେ ବନ୍ଧୁକ, ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର

ଉଦଳା,୨୪ା୪(ସନ୍ତୋଷ କୁମାର ବାଛିନି): ଆସିଲେ ବିଚ୍‌ ରାସ୍ତାରେ ବାଇକ୍‌ ଅଟକାଇ ମୁଣ୍ଡରେ ଲଗାଇଲେ ବନ୍ଧୁକ। ଆଉ ଲୁଟିନେଲେ ୩୦ ଲକ୍ଷରୁ ଅଧିକ ଟଙ୍କାର ସୁନା ଅଳଙ୍କାର। ଏଭଳି ଘଟଣା ଘଟିଛି ଉଦଳା-ବାରିପଦା ରାଜ୍ୟ ରାଜପଥର ଖୁଣ୍ଟା ଥାନା ବାଲିମୁଣ୍ଡଳୀ ଛକ ନିକଟରେ। ବାସିପିଠା ଅଞ୍ଚଳରେ ମହାଲକ୍ଷ୍ମୀ ଅଳଙ୍କାର ନାମକ ଗହଣା ଦୋକାନ କରିଥିବା ସୁନ୍ଦର ନାରାୟଣ ସାହୁ ବୁଧବାର ରାତିରେ ଦୋକାନ ବନ୍ଦ କରି ନିଜ ଘର ଖୁଣ୍ଟାକୁ ବାଇକ୍‌ ଯୋଗେ ଫେରୁଥିଲେ। ଦୋକାନର ସୁନା ଅଳଙ୍କାର ବ୍ୟାଗ୍‌ରେ ନେଇ ଆସୁଥିବା ବେଳେ ୨ଟି ବାଇକ୍‌ରେ ୪ ଜଣ ଲୁଟେରା ତାଙ୍କୁ ଫଲୋ କରି ଆସିବା ସହିତ ବାଲିମୁଣ୍ଡଳୀ ଛକ ନିକଟରେ ଗାଡ଼ିକୁ ଗୋଇଠା ମାରି ସୁନା ଦୋକାନୀଙ୍କୁ ତଳେ ପକାଇ ଦେଇଥିଲେ। ମୁଣ୍ଡରେ ବନ୍ଧୁକ ଲଗାଇ ସୁନା ବ୍ୟାଗ୍‌ ମାଗିଥିଲେ। ଗହଣା ଦୋକାନୀ ସୁନ୍ଦର ସେଠାରୁ ଖସି ବ୍ୟାଗ ଗହଣା ଭର୍ତ୍ତି ବ୍ୟାଗ୍‌ ଧରି ଦୌଡ଼ି ପଳାଉଥିବା ସମୟରେ ୨ ଜଣ ମୁଖା ପିନ୍ଧା ଲୁଟେରା ତାଙ୍କୁ ଧକ୍କା ମାରି ତାଙ୍କ ନିକଟରୁ ବ୍ୟାଗ୍‌ ଛଡ଼ାଇ ନେଇ ଚମ୍ପଟ ମାରିଥିଲେ। ଉକ୍ତ ଗହଣା ବ୍ୟାଗ୍‌ରେ ୩୦ ଲକ୍ଷରୁ ଅଧିକ ଟଙ୍କାର ସୁନା ଅଳଙ୍କାର ରହିଥିବାବେଳେ ଲୁଟେରାଙ୍କ ଆକ୍ରମଣରେ ଗହଣା ଦୋକାନୀଙ୍କ ଶରୀରରେ କ୍ଷତ ମଧ୍ୟ ଲାଗିଛି। ଏ ନେଇ ଖୁଣ୍ଟା ଥାନାରେ ଅଭିଯୋଗ କରିବା ପରେ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ତେବେ ନିଛାଟିଆ ସ୍ଥାନ ଦେଖି ଦୁର୍ବୃତ୍ତମାନେ ଆକ୍ରମଣ କରିଥିବା ବେଳେ ପୂର୍ବରୁ ମଧ୍ୟ ଗହଣା ବ୍ୟବସାୟୀଙ୍କ ଉପରେ ନଜର ରଖିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକଙ୍କ ବୃତ୍ତିଗତ ଦକ୍ଷତା ବୃଦ୍ଧି ଉପରେ ମନ୍ଥନ

ଦିଗପହଣ୍ଡି,୩ା୧୦(ଅଶେଷ ନାଥ ମିଶ୍ର): ଶିକ୍ଷୟିତ୍ରୀ ଓ ଶିକ୍ଷକମାନଙ୍କର ନିରନ୍ତର ବୃତ୍ତିଗତ ଦକ୍ଷତା ବିକାଶ ଲକ୍ଷ୍ୟରେ ଦିଗପହଣ୍ଡି ନୂଆସାହି ପ୍ରାଥମିକ ବିଦ୍ୟାଳୟ ପରିସରରେ ମାସିକ କ୍ଲଷ୍ଟର ସ୍ତରୀୟ ସହଭାଗିତା…

କରଞ୍ଜିଆରୁ ଫେରୁଥିଲେ ଏସ୍‌ପି, ଡ୍ୟୁଟିରୁ ଗାଏବ୍ ଥିଲେ ସାହାରପଡ଼ା ଫାଣ୍ଡି ଅଧିକାରୀ: ତୁରନ୍ତ ସସପେଣ୍ଡ୍…

ପାଟଣା,୩ା୧୦(ବୀର କିଶୋର ଦାଶ): କାର୍ଯ୍ୟରେ ଅବହେଳା, ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି)ଙ୍କ ନିର୍ଦ୍ଦେଶ ଅବମାନନା ଏବଂ ଶୃଙ୍ଖଳାହୀନ ଆଚରଣ ଅଭିଯୋଗରେ କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ…

ଓଡ଼ିଶାରେ ପ୍ରତିଷ୍ଠା ହେବ ପାଲି ଭାଷା ଅଧ୍ୟୟନ କେନ୍ଦ୍ର

କୋରାପୁଟ,୩।୧୦(ଅମିତାଭ ବେହେରା): ଶାସ୍ତ୍ରୀୟ ଭାଷା ପାଲିର ଅଧ୍ୟୟନ, ଗବେଷଣା ଓ ସଂରକ୍ଷଣକୁ ଗୁରୁତ୍ୱ ଦେଇ କୋରାପୁଟର ସୁନାବେଡ଼ାସ୍ଥିତ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ‘ସେଣ୍ଟର ଅଫ ଏକ୍ସିଲେନ୍ସ’ ପ୍ରତିଷ୍ଠା ହେବ।…

ନାଟକ ମାଧ୍ୟମରେ ଛାତ୍ରଛାତ୍ରୀଙ୍କ ମଣିଷ-ବନ୍ୟପ୍ରାଣୀ ସହାବସ୍ଥାନର ବାର୍ତ୍ତା

ଭଞ୍ଜନଗର,୩ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ୍‌ ଅନ୍ତର୍ଗତ ମୁଜାଗଡ଼ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଶନିବାର ୭୨ତମ ବନ୍ୟପ୍ରାଣୀ ସଂରକ୍ଷଣ ସପ୍ତାହ ପାଳିତ ହୋଇଯାଇଛି। ଏହି…

ତାରାତାରିଣୀ-ଦକ୍ଷିଣକାଳୀଙ୍କ ପୀଠରେ ଷୋଡ଼ଶ ଉପଚାର ପର୍ବ: ୧୦୮ ମାଠିଆ ଜଳରେ ମା’ଙ୍କ ସ୍ନାନ, ଘଣ୍ଟଘଣ୍ଟାରେ କମ୍ପୁଛି ରତ୍ନଗିରି

ପୁରୁଷୋତ୍ତମପୁର,୩ା୧୦ (ସବିତା ମିଶ୍ର): ପବିତ୍ର ପାର୍ବଣ ଋତୁ ଅବସରରେ ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ତାରାତାରିଣୀ ଓ ଦକ୍ଷିଣକାଳୀଙ୍କ ପୀଠରେ ଶନିବାର ରାତିରୁ ଆରମ୍ଭ ହୋଇଛି…

ବନ୍ୟଜନ୍ତୁଙ୍କ ସୁରକ୍ଷା ସମସ୍ତଙ୍କ ଦାୟିତ୍ଵ

ଦିଗପହଣ୍ଡି,୩|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବନାଞ୍ଚଳ କାର୍ଯ୍ୟାଳୟ ଅଧିନ ଖମାରିଗାଁ ପଞ୍ଚାୟତ ଅନ୍ତର୍ଗତ ବୁରୁବନ୍ଧ ଗ୍ରାମ ବନସୁରକ୍ଷା ସମିତି ପକ୍ଷରୁ ରାଜ୍ୟ ଜଙ୍ଗଲ ପରିବେଶ…

ଦୁର୍ଗାପୂଜା ପାଇଁ କଡ଼ା ସୁରକ୍ଷା ବ୍ୟାଙ୍କ ଓ ସୁନା ଋଣ ପ୍ରତିଷ୍ଠାନ: ପରିଦର୍ଶନ କଲା ପୋଲିସ

ବଞ୍ଚୋ, ୩।୧୦ (ପ୍ରଦୋଷ ବିଶ୍ୱାଳ): ଆଗାମୀ ଦୁର୍ଗାପୂଜାକୁ ଦୃଷ୍ଟିରେ ରଖି ଘଷିପୁରା ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରାଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଘଷିପୁରା…

ପାରାଲିସିସ୍‌ ପୀଡ଼ିତାଙ୍କ ପରିବାର ପାଖରେ ବିଧାୟକ: ବଢ଼ାଇଲେ ଆର୍ଥିକ ସହାୟତାର ହାତ

ଗଞ୍ଜାମ, ୩।୧୦ (ଅନାଥ ତରାଇ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ବଡ଼ସାହିର ଲକ୍ଷ୍ମୀନାରାୟଣ ବେହେରାଙ୍କ ପତ୍ନୀ ପାର୍ବତୀ ବେହେରା ପାରାଲିସିସ୍‌ ରୋଗରେ ପୀଡ଼ିତ ଥିବା ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?