କୁମ୍ଭମେଳା ଯାଇ ଆସିଲା ବେଳକୁ ଘରେ ଯାହା ଦେଖିଲେ…

ବ୍ରହ୍ମପୁର,୧୫ା୨(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ନିମଖଣ୍ଡି ଥାନା ଅନ୍ତର୍ଗତ ଗୋବିନ୍ଦ ବିହାର ୭ମ ଲାଇନ୍‌ରେ ଜଣେ ଘର ମାଲିକ ଓ ଭଡାଟିଆଙ୍କ ଘରୁ ୯ଲକ୍ଷ ଟଙ୍କାର ଗହଣା ଏବଂ ଟଙ୍କା ଏକ ଲୁଟେରା ଗ୍ୟାଙ୍ଗ ଲୁଟି ନେଇଛନ୍ତି। ଏ ନେଇ ଥାନାରେ ଅଭିଯୋଗ ପରେ ପୋଲିସ ଏକ ମାମଲା(ନଂ.୫୦/୨୫) ରୁଜୁ କରି ତଦନ୍ତ ଆରମ୍ଭ କରିଛି।

ପ୍ରକାଶ ଯେ, ଗୋବିନ୍ଦ ବିହାରରେ ଶଙ୍କର୍ଷଣ ପାଣିଗ୍ରାହୀଙ୍କ ଦୁଇ ମହଲା ଘର ଅଛି। ତଳ ମହଲାରେ ମାଲିକ ରହୁଥିବା ବେଳେ ଉପର ମହଲାରେ ଡି. ଭାସ୍କର ରାଓ ଭଡ଼ାରେ ରୁହନ୍ତି। ଦୁଇ ପରିବାର ଘରେ ତାଲା ପକାଇ କିଛିଦିନ ତଳେ କୁମ୍ଭମେଳା ଯାଇଥିଲେ।

୧୪ ତାରିଖ ସକାଳେ ଘର ତାଲା ଭଙ୍ଗାଯାଇଥିବା ସାହିର କିଛି ଲୋକ ଦେଖି ଶଙ୍କର୍ଷଣଙ୍କୁ ଫୋନ କରି ଜଣାଇଥିଲେ। ଶଙ୍କର୍ଷଣ ଭାବନ୍ଧରେ ରହୁଥିବା ତାଙ୍କ ଭଣଜା ସନ୍ତୋଷ ପଣିଗ୍ରାହୀଙ୍କୁ ଘରକୁ ଯାଇ ଦେଖିବାକୁ କହିଥିଲେ। ସ୍ଥିତି ଦେଖି ସେ ପୋଲିସକୁ ଜଣାଇଥିଲେ।

ପୋଲିସ ଉପସ୍ଥିତିରେ ଘର ଭିତରକୁ ଯାଇ ଦେଖିବାରେ କେହି ଦୁର୍ବୃତ୍ତ ଆଲମିରା ଭାଙ୍ଗି ୨ଟି ସୁନା ଚେନ, ୨ଟି ରାଣୀହାର, ୧୦ ହଜାର ଟଙ୍କା ସହ ଅନ୍ୟ କେତେକ ମୂଲ୍ୟବାନ ସାମଗ୍ରୀ ଚୋରି ହୋଇଥିବା ଜଣାପଡିଥିଲା। ସେହିପରି ଉପର ମହଲାରେ ରହୁଥିବା ଭାସ୍କରଙ୍କ ଘରୁ ମଧ୍ୟ ୨ଟି ସୁନା ମୁଦି, ୭ହଜାର ଟଙ୍କା ନେଇ ଯାଇଥିବା ଜଣାପଡିଥିଲା। ଏ ନେଇ ସନ୍ତୋଷଙ୍କ ଅଭିଯୋଗ ପରେ ପୋଲିସ ସାଇଣ୍ଟିଫିକ ଟିମ ଓ ସନ୍ଧାନୀ କୁକୁର ସହାୟତାରେ ତଦନ୍ତ କରୁଛି। ଅଞ୍ଚଳରେ ଲାଗିଥିବା ସିସିଟିଭି ଫୁଟେଜ ଆଧାରରେ ଲୁଟେରା ଗ୍ୟାଙ୍ଗକୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢାଉ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri