ବଲାଙ୍ଗୀର ଆୟୁର୍ବେଦିକ ମହାବିଦ୍ୟାଳୟରେ ସ୍ୱର୍ଣ୍ଣପ୍ରାଶନ କାର୍ଯ୍ୟକ୍ରମ

ବଲାଙ୍ଗୀର, ୧୧।୮ (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସରକାରୀ ଆୟୁର୍ବେଦିକ ମହାବିଦ୍ୟାଳୟ ଓ ହସ୍ପିଟାଲରେ ମଙ୍ଗଳବାର କୌମାରଭୃତ୍ୟ–ଶିଶୁରୋଗ ବିଭାଗ ପକ୍ଷରୁ ଶିଶୁମାନଙ୍କ ସୁସ୍ଥତା ଓ ସାମଗ୍ରିକ ବିକାଶକୁ ଲକ୍ଷ୍ୟ କରି ସ୍ୱର୍ଣ୍ଣପ୍ରାଶନ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି।

ଏହି କାର୍ଯ୍ୟକ୍ରମରେ ୦ରୁ ୧୬ ବର୍ଷ ବୟସର ପ୍ରାୟ ୬୦୦ ଜଣ ଶିଶୁଙ୍କୁ ସ୍ୱର୍ଣ୍ଣପ୍ରାଶନ ଡ୍ରପ୍ ପ୍ରଦାନ କରାଯାଇଥିଲା। କୌମାରଭୃତ୍ୟ–ଶିଶୁରୋଗ ବିଭାଗର ଶିଶୁରୋଗ ବିଶେଷଜ୍ଞ ତଥା ସହକାରୀ ପ୍ରାଧ୍ୟାପକ ଡା. ଅମ୍ବୁଜ କୁମାର ବିଶ୍ୱାଳଙ୍କ ତତ୍ତ୍ୱାବଧାନରେ କାର୍ଯ୍ୟକ୍ରମଟି ସଫଳତାର ସହ ସମ୍ପନ୍ନ ହୋଇଥିଲା।

ଆୟୁର୍ବେଦୀୟ ପରମ୍ପରାରେ ସ୍ୱର୍ଣ୍ଣପ୍ରାଶନକୁ ଶିଶୁମାନଙ୍କ ଶାରୀରିକ ଓ ମାନସିକ ବିକାଶ ତଥା ରୋଗପ୍ରତିରୋଧକ କ୍ଷମତାର ଉନ୍ନତି ପାଇଁ ଏକ ପାରମ୍ପରିକ ପ୍ରୟୋଗ ଭାବେ ଗୁରୁତ୍ୱ ଦିଆଯାଏ। ଶିଶୁମାନଙ୍କ ସ୍ୱାସ୍ଥ୍ୟ ସୁରକ୍ଷା ଓ ଆୟୁର୍ବେଦୀୟ ଜନସ୍ୱାସ୍ଥ୍ୟ ସଚେତନତା ବୃଦ୍ଧି ଉଦ୍ଦେଶ୍ୟରେ ଏଭଳି କାର୍ଯ୍ୟକ୍ରମ ବଲାଙ୍ଗୀର ସରକାରୀ ଆୟୁର୍ବେଦିକ ମହାବିଦ୍ୟାଳୟ ଓ ହସ୍ପିଟାଲରେ ନିୟମିତ ଭାବେ ଆୟୋଜନ କରାଯାଉଛି।

ପରବର୍ତ୍ତୀ ସ୍ୱର୍ଣ୍ଣପ୍ରାଶନ କାର୍ଯ୍ୟକ୍ରମ ଆସନ୍ତା ସେପ୍ଟେମ୍ବର ୮ ତାରିଖ, ମଙ୍ଗଳବାର ଦିନ ଆୟୋଜିତ ହେବ ବୋଲି ମହାବିଦ୍ୟାଳୟର ଅଧ୍ୟକ୍ଷ ଡା. ମନୋଜ କୁମାର ସାହୁ ସୂଚନା ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ତାଳବଣିଆ ଛକ ନିକଟରେ ଓଲଟିଲା ଶ୍ରମିକ ବୋଝେଇ ପିକ୍‌ଅପ୍‌: ଜଣେ ମୃତ, ୨୦ରୁ ଊର୍ଦ୍ଧ୍ୱ ଆହତ

ଜଳେଶ୍ୱର, ୧୧।୮ (ନବୀନ ସାହୁ): ଜଳେଶ୍ୱର ଥାନା ଅନ୍ତର୍ଗତ ନାମ୍ପ ପଞ୍ଚାୟତର ତାଳବଣିଆ ଛକ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଶ୍ରମିକ ବୋଝେଇ…

ଟାଇଟଲ ପ୍ରତ୍ୟାହାର, ୩ ବର୍ଷ ବାସନ୍ଦ ହେଲେ ଏହି ଆଥଲେଟ୍‌, ଜାଣନ୍ତୁ…

କୋଲୋରାଡୋ ସ୍ପ୍ରିଙ୍ଗ୍ସ,୧୧।୮: ବ୍ଲଡ ଡୋପିଙ୍ଗ୍‌ ମାମଲାରେ ଦୋଷୀ ସାବ୍ୟସ୍ତ ହେବା ପରେ ଯୁକ୍ତରାଷ୍ଟ୍ର ଆମେରିକାର ୧,୫୦୦ମିଟର ଚାମ୍ପିୟନ ଜୋନା କୋଚ୍‌ଙ୍କଠାରୁ ଟାଇଟଲ ପ୍ରତ୍ୟାହାର କରି ନିଆଯିବା ସହ…

ମୃତ୍ୟୁକୁ ଜୟ କରିପାରିଲେନି ମୃତ୍ୟୁଞ୍ଜୟ: ଶେଷରେ…

ଗୁଡାରି, ୧୧।୮ (ପ୍ରମୋଦ କୁମାର ପତି): ଗୁଡାରି ସହରର ଗୌଡ଼ ସାହି ବାସିନ୍ଦା ନରସିଂହ ପାଢ଼ୀଙ୍କ କଲେଜ ପଢୁଆ ପୁଅ ମୃତ୍ୟୁଞ୍ଜୟ ପାଢ଼ୀ କ୍ୟାନ୍‌ସର ସହ ଦୀର୍ଘଦିନ…

ଝାଡଖଣ୍ଡକୁ କାହିଁକି ଗଲେନି ରାହୁଲ ଗାନ୍ଧୀ? ସିଧା ସିଧା ଉତ୍ତର ଦେଲେ ପ୍ରିୟଙ୍କା

ନୂଆଦିଲ୍ଲୀ, ୧୧।୮: ମୌସୁମୀ ଅଧିବେଶନ ଚାଲିଥିବା ସମୟରେ ମଙ୍ଗଳବାର ଦିନ ସଂସଦ ପରିସର ବାହାରେ NDA ଏବଂ ବିରୋଧୀ ଦଳର ସାଂସଦମାନେ ମୁହାଁମୁହିଁ ହୋଇଛନ୍ତି। ଗୋଟିଏ ପଟେ…

ଦଶମ ପାସ କରିଥିଲେ ଆୟକର ବିଭାଗରେ ସରକାରୀ ଚାକିରି; ଦରମା ୫୫ହଜାରୁ ଅଧିକ, ଜାଣନ୍ତୁ କେମିତି କରିବେ ଆପ୍ଲାଏ…

ଆୟକର ବିଭାଗ ୧୦ମ ପାସ୍ ଯୁବକମାନଙ୍କ ପାଇଁ ସରକାରୀ ଚାକିରିର ସୁଯୋଗ ଆଣିଦେଇଛି। ବିଭାଗର ମଧ୍ୟପ୍ରଦେଶ ଏବଂ ଛତିଶଗଡ଼ କ୍ଷେତ୍ରରେ କ୍ୟାଣ୍ଟିନ୍ ଆଟେଣ୍ଡାଣ୍ଟ (କ୍ୟାଣ୍ଟିନ୍ ପରିଚାରକ)ର ୭ଟି…

୭୫ ବର୍ଷ ହେଲା ହୋଇପାରିନି ସେଟଲମେଣ୍ଟ: ମିଳିନି ପଟ୍ଟା, ମଣ୍ଡିରେ ଖରିଫ ଧାନ ବିକ୍ରି ନେଇ ଉପୁଜିଛି ସମସ୍ୟା

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ତହସିଲ ଆଙ୍କୋରଡା ମୌଜାରେ ଗତ ୭୫ ବର୍ଷ ହେଲା ସେଟଲମେଣ୍ଟ ହୋଇପାରିନାହିଁ। ଗତ କିଛି ଦିନ ପୂର୍ବେ ରାଜସ୍ବ…

ପରିବାର ଲୋକଙ୍କ ନାଁରେ ଲକ୍ଷ ଲକ୍ଷ ଟଙ୍କା ଋଣ ନେଇଗଲେ ସମ୍ପାଦକ: ଚାଷୀଙ୍କ ଆନ୍ଦୋଳନ ଚେତାବନୀ

ପୁରୁଷୋତ୍ତମପୁର,୧୧।୮(ସବିତା ମିଶ୍ର):ସରକାର କୃଷକଙ୍କୁ ସଶକ୍ତିକରଣ କରି କୃଷି ଓ କୃଷକଙ୍କ ବିକାଶ ଲାଗି ଯୋଜନା ପରେ ଯୋଜନା କରିବା ସହ ବିଭିନ୍ନ ଫସଲ ଚାଷ କରି ଲାଭବାନ…

‘ଘରେ ଘରେ ତ୍ରିରଙ୍ଗା’: ଉପମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସମେତ ଜିଲାସ୍ତରୀୟ ଅଧିକାରୀ, ସ୍କୁଲ-କଲେଜ ଛାତ୍ରଛାତ୍ରୀଙ୍କ ଯୋଗଦାନ

ବଲାଙ୍ଗୀର, ୧୧।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ମଙ୍ଗଳବାର ‘ଘରେ ଘରେ ତ୍ରିରଙ୍ଗା’ ପଦଯାତ୍ରା ଆୟୋଜିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri