ସୁନା ଦର ୭୩ ହଜାର ପାର

ଭୁବନେଶ୍ୱର,୧୬।୪: କ୍ରମାଗତ ଭାବେ ଘରୋଇ ବଜାରରେ ସୁନା ଦର ବୃଦ୍ଧି ପାଇ ଚାଲିଛି। ଏପରିକି ଗତ ଦୁଇ ସପ୍ତାହ ମଧ୍ୟରେ ଭୁବନେଶ୍ୱରରେ ସୁନା ଦର ୨୨କ୍ୟାରେଟ ଉପରେ ପ୍ରାୟ ୩୦୦୦ ଟଙ୍କା ଏବଂ ୨୪ କ୍ୟାରେଟ ଉପରେ ପ୍ରାୟ ୪୦୦୦ ଟଙ୍କା ବଢ଼ିଛି। ଉଲ୍ଲେଖଯୋଗ୍ୟ, ସୋମବାର ଭୁବନେଶ୍ୱରରେ ସୁନା ଦର ପ୍ରତି ୧୦ ଗ୍ରାମ୍‌ ପିଛା (୨୨କ୍ୟାରେଟ ମୂଲ୍ୟ) ୬୭,୦୫୦ଟଙ୍କା ଥିଲାବେଳେ ୨୪କ୍ୟାରେଟ ସୁନା ମୂଲ୍ୟ ୭୩,୧୪୫ ଟଙ୍କାରେ କାରବାର ହେଉଛି ବୋଲି ଘରୋଇ ବଜାରର ଅଗ୍ରଣୀ ସୁନା ବ୍ୟବସାୟୀ ଓ ଅଳଙ୍କାର ପ୍ରତିଷ୍ଠାନଗୁଡ଼ିକ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି। ଅପରପକ୍ଷରେ ୨୦୨୪ ଏପ୍ରିଲ ପ୍ରଥମ ସପ୍ତାହରେ ସୁନା ଦର ପ୍ରତି ୧୦ ଗ୍ରାମ୍‌ ପିଛା (୨୨କ୍ୟାରେଟ ମୂଲ୍ୟ) ୬୪,୧୦୦ଟଙ୍କା ଥିଲାବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୬୯,୯୨୭ ଟଙ୍କା ଥିଲା। ସେହିଭଳି ନୂଆଦିଲ୍ଲୀରେ ସୁନା ଦର ପ୍ରତି ୧୦ଗ୍ରାମ୍‌ ପିଛା (୨୨କ୍ୟାରେଟ ମୂଲ୍ୟ) ୬୭,୨୦୦ଟଙ୍କା ଥିଲାବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ୭୩,୩୦୦ଟଙ୍କାରେ ପହଞ୍ଚତ୍ଛି। ଏପରିକି ଦେଶର ପ୍ରମୁଖ ମହାନଗର କୋଲକାତା, ମୁମ୍ବାଇ ଏବଂ ଚେନ୍ନାଇରେ ସୁନା ଦର ପ୍ରତି ୧୦ ଗ୍ରାମ୍‌ ପିଛା (୨୨କ୍ୟାରେଟ ମୂଲ୍ୟ) ୬୭,୦୫୦ଟଙ୍କା, ୬୭,୦୫୦ ଟଙ୍କା ଏବଂ ୬୭,୯୦୦ ଟଙ୍କା ଥିଲାବେଳେ ଉପରୋକ୍ତ ମହାନଗରଗୁଡ଼ିକରେ ୨୪କ୍ୟାରେଟ ସୁନା ମୂଲ୍ୟ ୭୩,୧୫୦ଟଙ୍କା, ୭୩,୧୫୦ ଟଙ୍କା ଏବଂ ୭୪,୦୭୦ ଟଙ୍କାରେ କାରବାର ହେଉଛି ବୋଲି ଜାତୀୟ ଗଣମାଧ୍ୟମରେ ଉଲ୍ଲେଖ କରାଯାଇଛି। ଅପରପକ୍ଷରେ ଆଗକୁ ବିଭାଘର ଓ ଅନ୍ୟାନ୍ୟ ଶୁଭକାର୍ଯ୍ୟ ଥିବାରୁ ଉଭୟ ଗ୍ରାହକ ଓ ବ୍ୟବସାୟୀମାନେ ଆଶା ଆଶଙ୍କା ମଧ୍ୟରେ ରହିଛନ୍ତି। ସେହିଭଳି ଅନ୍ତଃରାଷ୍ଟ୍ରୀୟ ବଜାରରେ ଦରବୃଦ୍ଧି ଓ ଭୂ-ରାଜନୈତିକ ପରିସ୍ଥିତି ସହ ଯୁଦ୍ଧ ଜାରି ରହିଥିବାରୁ ଆଗକୁ ମଧ୍ୟ ଦରଦାମ୍‌ ବୃଦ୍ଧି ଘଟିପାରେ ବୋଲି ବଜାର ବିଶେଷଜ୍ଞମାନେ ଆକଳନ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରୋଇ ବଜାରରେ ଷ୍ଟାର୍ଟଅପ୍‌ର ଉଲ୍ଲେଖନୀୟ ଅଭିବୃଦ୍ଧି

ଭୁବନେଶ୍ୱର,୨୯।୪ (ଅଭୟ ଦାଶ):କ୍ରମାଗତ ଭାବେ ଘରୋଇ ବଜାରରେ ଷ୍ଟାର୍ଟଅପ ସଂଖ୍ୟାର ଉଲ୍ଲେଖନୀୟ ଅଭିବୃଦ୍ଧି ସହିତ ସଫଳତା ମଧ୍ୟ ହାସଲ କରିଛି। ଏପରିକି ୨୦୧୪ରେ ପ୍ରାୟ ୩୫୦...

SBI ଶେୟାରର କମାଲ, ୪୫ ହଜାର କୋଟି ରୋଜଗାର କଲେ ନିବେଶକ

ମୁମ୍ବାଇ, ୨୭।୪: ଗତ ସପ୍ତାହରେ ସେୟାର ବଜାର ପାଇଁ ବହୁତ ଭଲ ବୋଲି ପ୍ରମାଣିତ ହୋଇଛି। ବମ୍ବେ ଷ୍ଟକ ଏକ୍ସଚେଞ୍ଜର ଶ୍ରେଷ୍ଠ ୧୦ ଟି କମ୍ପାନୀର...

ପିପିଏଲ୍‌କୁ ‘ବେଷ୍ଟ ଆନୁଆଲ ରିପୋର୍ଟ ଆଓ୍ବାର୍ଡ’

ଭୁବନେଶ୍ୱର ,୨୮।୪ (ଅଭୟ ଦାଶ): ପାରାଦୀପ ଫସ୍‌ଫେଟ ଲିମିଟେଡ୍‌ (ପିପିଏଲ୍‌)କୁ ନିକଟରେ ସମ୍ମାନଜନକ ‘ବେଷ୍ଟ ଆନୁଆଲ ରିପୋର୍ଟ ଆଓ୍ବାର୍ଡ’ ପ୍ରଦାନ କରାଯାଇଛି। ବିଶେଷକରି କର୍ପୋରେଟ ଗଭର୍ନାନ୍ସ...

ସଫେଇ ଦେଲା ଏମଡିଏଚ

ନୂଆଦିଲ୍ଲୀ,୨୮।୪: ମସଲାରେ କ୍ୟାନସର ଭଳି ମାରାତ୍ମକ ରୋଗ ସୃଷ୍ଟି କାରୀ କୀଟନାଶକ ଔଷଧ ମିଳିବା ଖବର ଜଣାପଡିବା ପରେ ବିବାଦ ଦେଖାଦେଇଛି। ଚାଲିଥିବା ବିବାଦ ମଧ୍ୟରେ...

ଅଙ୍କୁରା ହସ୍ପିଟାଲରେ ବିରଳ ଅସ୍ତ୍ରୋପଚାର, ନୂଆ ଜୀବନ ପାଇଲେ ବାଲୁଗାଁର ଯାଆଁଳା ଶିଶୁ

ଭୁବନେଶ୍ୱର ,୨୮।୪: ରାଜ୍ୟର ଅଗ୍ରଣୀ ଘରୋଇ ଚିକିତ୍ସାଳୟ ତଥା ମେଡିକାଲ ଚେନ୍‌ ଅଙ୍କୁରାର ଭୁବନେଶ୍ୱର ଶାଖା (ଅଙ୍କୁରା ହସ୍ପିଟାଲ)ରେ ଏକ ବିରଳ ଅସ୍ତ୍ରୋପଚାର ସଫଳତାର ସହ...

୬ ଦେଶକୁ ରପ୍ତାନି ହେବ ପିଆଜ

ଭୁବନେଶ୍ୱର,୨୯।୪(ଅନୁରାଧା ମହାରଣା): ପିଆଜ ରପ୍ତାନି ଉପରେ କେନ୍ଦ୍ର ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ରପ୍ତାନି ଉପରେ ନିଷେଧାଦେଶ ସତ୍ତ୍ୱେ ୬ ଦେଶକୁ ୯୯,୧୫୦ ମେଟ୍ରିକ୍‌...

୧୦ ହଜାର ନବାଗତଙ୍କୁ ନିଯୁକ୍ତି ଦେବା ଏହି ଭାରତୀୟ ଆଇଟି କମ୍ପାନୀ

ନୂଆଦିଲ୍ଲୀ,୨୭।୪: ଭାରତର ତୃତୀୟ ବୃହତ୍ତମ ଆଇଟି କମ୍ପାନୀ ଏଚସିଏଲଟେକ୍ ୨୦୨୫ ଆର୍ଥିକ ବର୍ଷରେ ୧୦,୦୦୦ ରୁ ଅଧିକ ନବାଗତଙ୍କୁ ନିଯୁକ୍ତି ଦେବାକୁ ଯାଉଛି। ଯେଉଁ ସମୟରେ...

ଆମେରିକାରେ ସିଇଓ ହେବାକୁ ହେଲେ ଭାରତୀୟ ହେବା ଆବଶ୍ୟକ, ଜାଣନ୍ତୁ ଏପରି କାହିଁକି କହିଲେ ଆମେରିକାର ରାଷ୍ଟ୍ରଦୂତ ?

ନୂଆଦିଲ୍ଲୀ,୨୭।୪: ଗୁଗ୍‌ଲ, ୟୁଟ୍ୟୁବ୍, ମାଇକ୍ରୋସଫ୍ଟ, ଷ୍ଟାରବକ୍ସ, ଆଇବିଏମ୍ ଏବଂ ଆଡୋବ ଭଳି ଦୁନିଆର ଅନେକ ବଡ କମ୍ପାନୀର ସିଇଓ ଭାରତୀୟ ଅଟନ୍ତି। ବହୁ ଆମେରିକୀୟ କମ୍ପାନୀର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri