ହୁ ହୁ ହୋଇ ବଢୁଛି ସୁନା ଦର: ୯୨ ହଜାର ଟପିଲା

ନୂଆଦିଲ୍ଲୀ,୨୯ା୩:ସୁନା ଦର ଶୁକ୍ରବାର ୧୦ ଗ୍ରାମ୍‌ ପ୍ରତି ୧,୧୦୦ ଟଙ୍କା ବୃଦ୍ଧି ପାଇ ଜାତୀୟ ରାଜଧାନୀରେ ୯୨,୧୫୦ ଟଙ୍କାରେ ପହଞ୍ଚତ୍ଛି। ବିଦେଶୀ ବଜାରରେ ସୁନା ଦର ବଢ଼ିଥିବାରୁ ଘରୋଇ ବଜାରରେ ମହଙ୍ଗା ହୋଇଥିବା ଅଲ୍‌ ଇଣ୍ଡିଆ ସରାଫା ଆସୋସିଏଶନ କହିଛି। ଗୁରୁବାର ୯୯.୯ ପ୍ରତିଶତ ଶୁଦ୍ଧ ସୁନା ଦାମ୍‌ ୧୦ ଗ୍ରାମ ପ୍ରତି ଦର ୯୧,୦୫୦ ଟଙ୍କା ରହିଥିତ୍ବାବେଳେ ଶୁକ୍ରବାର ୯୨,୧୫୦ ଟଙ୍କା ହୋଇଛି। ଗତବର୍ଷ ଏପ୍ରିଲ ୧ରେ ୧୦ ଗ୍ରାମ ସୁନା ଦର ୬୮,୪୨୦ ଟଙ୍କା ଥିବାବେଳେ ବର୍ଷକ ମଧ୍ୟରେ ତାହା ୨୩,୭୩୦ ଟଙ୍କା ବା ୩୫ ପ୍ରତିଶତ ବୃଦ୍ଧି ପାଇଛି। ସେହିପରି ୯୯.୫ ପ୍ରତିଶତ ଶୁଦ୍ଧ ସୁନା ଦର ଶୁକ୍ରବାର ୧,୧୦୦ ଟଙ୍କା ବଢ଼ି ୯୧,୭୦୦ ଟଙ୍କା ହୋଇଛି, ଯାହାକି ସର୍ବକାଳୀନ ରେକର୍ଡ। ଦିନକ ପୂର୍ବରୁ ଏହି ସୁନା ଦର ୯୦,୬୦୦ ଟଙ୍କା ରହିଥିଲା। ବୈଶ୍ୱିକ ସ୍ତରରେ ବାଣିଜ୍ୟ ଯୁଦ୍ଧ ଆଶଙ୍କା ଏବଂ ଆର୍ଥତ୍କ ବିକାଶ ଉପରେ ଏହାର ପ୍ରଭାବକୁ ନେଇ ସୁନା ଦର ବଢ଼ିଚାଲିଥିବା କୁହାଯାଉଛି। ସେହିପରି ରୁପା ଦର ମଧ୍ୟ ୧,୩୦୦ ଟଙ୍କା ବୃଦ୍ଧି ପାଇ କିଲୋଗ୍ରାମ ପ୍ରତି ଦର ୧,୦୩,୦୦୦ ଟଙ୍କା ହୋଇଛି। ଗୁରୁବାର ରୁପା ଦର ୧,୦୧,୭୦୦ ଟଙ୍କା ରହିଥିଲା। ଗତ ୧୯ ତାରିଖରେ ରୁପା ଦର ସର୍ବାଧିକ ୧,୦୩,୫୦୦ ଟଙ୍କାରେ ପହଞ୍ଚତ୍ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗଙ୍ଗାରେ ଇଫତାର୍‌ ପାର୍ଟିକୁ ନେଇ ତେଜିଲା ବିବାଦ, ଡ଼ଙ୍ଗାରେ ବସି ଚିକେନ ବିରିୟାନୀ ଖାଇବା ଅଭିଯୋଗ ପରେ…

ବାରାଣସୀ,୧୭।୩: ପବିତ୍ର ଗଙ୍ଗା ନଦୀରେ ଡ଼ଙ୍ଗା ଉପରେ ଇଫତାର୍‌ ପାର୍ଟି ଏବଂ ଆମିଷ ସେବନକୁ ନେଇ ଉତ୍ତର ପ୍ରଦେଶର ବାରାଣସୀରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ସୋସିଆଲ…

ରୋହିତଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସର ସ୍ବତନ୍ତ୍ର ପ୍ଲାନ! କେମିତି ଖେଳିବେ ସେ ନେଇ ସ୍ପଷ୍ଟ କଲେ ହେଡ୍‌ କୋଚ୍‌

ମୁମ୍ବାଇ,୧୭।୩: ଇଣ୍ଡିଆନ ପ୍ରିମିୟର ଲିଗ (IPL) ୨୦୨୬ ପାଇଁ ପ୍ରସ୍ତୁତି ଏବେ ଜୋରଦାର ଚାଲିଛି। ମୁମ୍ବାଇ ଇଣ୍ଡିଆନ୍ସର ପୂର୍ବତନ ଅଧିନାୟକ ତଥା ଷ୍ଟାର୍‌ ବ୍ୟାଟର ରୋହିତ ଶର୍ମା…

ଏପ୍ରିଲ ୧୫ରୁ ଏସବୁ ବ୍ୟାଙ୍କ ଆକାଉଣ୍ଟ ବନ୍ଦ, ଖାତାରେ ଟଙ୍କା ଥିଲେ…

ନୂଆଦିଲ୍‌ଲୀ,୧୭।୩: ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ଯେଉଁ ଆକାଉଣ୍ଟଗୁଡ଼ିକ ଦୀର୍ଘ ସମୟ ଧରି ନିଷ୍କ୍ରିୟ ଅଛନ୍ତି ବିଶେଷକରି, ସେହି ଆକାଉଣ୍ଟଗୁଡ଼ିକୁ ‘ଇନ ଆକ୍ଟିଭ’ ଭାବରେ ବର୍ଗୀକୃତ କରାଯାଇଛି।…

ଇଣ୍ଡିଆ ପୋଷ୍ଟର ବଡ଼ ପଦକ୍ଷେପ: ଏସବୁ ସହରରେ ମିଳିବ ‘ନେକ୍ସଟ୍ ଡେ ଗ୍ୟାରେଣ୍ଟିଡ୍ ଡେଲିଭରି’ ସେବା

ନୂଆଦିଲ୍ଲୀ,୧୭।୫: ଡାକ ସେବାକୁ ଅଧିକ ଦ୍ରୁତ ଓ ଭରସାଯୋଗ୍ୟ କରିବା ପାଇଁ ଭାରତୀୟ ଡାକ ବିଭାଗ ପକ୍ଷରୁ ଏକ ନୂତନ ସେବାର ଶୁଭାରମ୍ଭ କରାଯାଇଛି। ମଙ୍ଗଳବାର, ମାର୍ଚ୍ଚ…

ଦିଦିଙ୍କ ଗଡ଼ ପାଲଟିଲା ‘ହଟ୍‌-ସିଟ୍‌’: ପୁଣି ମୁହାଁମୁହିଁ ହେବେ ମମତା-ଶୁଭେନ୍ଦୁ, ଭାଜପା କାର୍ଡକୁ କିଭଳି…

କୋଲକାତା,୧୭।୩: ପଶ୍ଚିମବଙ୍ଗ ରାଜନୀତିରେ ପୁଣି ଥରେ ଦୁଇ ମହାରଥୀଙ୍କ ମଧ୍ୟରେ ମହାମୁକାବିଲା ଦେଖିବାକୁ ମିଳିବ। ତୃଣମୂଳ କଂଗ୍ରେସ (TMC) ସୁପ୍ରିମୋ ମମତା ବାନାର୍ଜୀ ଏବଂ ଭାଜପା ନେତା…

ସୁନା ୩୬,୦୦୦ ଟଙ୍କା; ରୁପା ହେଲା ୧୮୭,୦୦୦ ଟଙ୍କା ଶସ୍ତା; ଏକ୍ସପର୍ଟ ଚକିତ, ଆଗକୁ…   

ନୂଆଦିଲ୍ଲୀ,୧୭।୩: ଆମେରିକା-ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ବିଶ୍ୱ ବଜାରରେ ଏକ ଆଶ୍ଚର୍ଯ୍ୟଜନକ ଚିତ୍ର ସାମ୍ନାକୁ ଆସିଛି। ସାଧାରଣତଃ ଯୁଦ୍ଧ ସମୟରେ ସୁନା…

ଶଳାଙ୍କୁ ପିଟିପିଟି ହତ୍ୟା କଲେ ଭିଣୋଇ: ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ଭେଡେନ ,୧୭।୩(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଚିଚିଣ୍ଡା ହାଇସ୍କୁଲ ପଡ଼ାରେ ମଙ୍ଗଳବାର ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ସୁଦୀପ ବାଗ(୨୮)ଙ୍କୁ ତାଙ୍କ ଭିଣୋଇ ସାଳନା…

ବଡ଼ ଦାବି କଲେ ରାଘବ ଚଢ଼ା: ୩ ବର୍ଷରେ ୧୯,୦୦୦ କୋଟି ଲୁଟିଲେଣି ବ୍ୟାଙ୍କ!

ନୂଆଦିଲ୍ଲୀ,୧୭।୫: ସଂସଦରେ ବ୍ୟାଙ୍କିଙ୍ଗ୍ ବ୍ୟବସ୍ଥା ଏବଂ ସାଧାରଣ ଜନତାଙ୍କୁ ନେଇ ଏକ ବଡ଼ ପ୍ରସଙ୍ଗ ଉଠିଛି। ସର୍ବନିମ୍ନ ଜମା ରାଶି ନ ରଖିପାରିବାରୁ ଦେଶର ବ୍ୟାଙ୍କଗୁଡ଼ିକ ଗ୍ରାହକଙ୍କଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri