ସର୍ବୋଚ୍ଚ ସ୍ତରରେ ସୁନା ଦର

ନୂଆଦିଲ୍ଲୀ,୫।୧୦ (ଅଭୟ ଦାଶ): ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଭୂ-ରାଜନୈତିକ ଘଟଣାବଳୀର ପ୍ରଭାବ ଘରୋଇ ଅଳଙ୍କାର ବଜାର ଉପରେ ପଡ଼ିଛି। ଫଳରେ ଭାରତରେ ସୁନା ଦର ସର୍ବୋଚ୍ଚ ସ୍ତରରେ ପହଞ୍ଚିଥିଲାବେଳେ ରୁପା ମଧ୍ୟ ରେକର୍ଡ ସ୍ତରରେ କାରବାର ହେଉଛି। ସେହିଭଳି ଅନ୍ୟାନ୍ୟ ମୂଲ୍ୟବାନ୍‌ ଅଳଙ୍କାର (ହୀରା,ପ୍ଲାଟିନମ ଓ ମୂଲ୍ୟବାନ୍‌ ଧାତୁ)ର ମୂଲ୍ୟ ଅହେତୁକ ଭାବେ ବୃଦ୍ଧି ଘଟିଛି। ଏପରିକି ପାର୍ବଣ ପୂର୍ବରୁ ଅଳଙ୍କାର ବଜାର ମହଙ୍ଗା ହୋଇଛି ବୋଲି ସର୍ବଭାରତୀୟ ସରଫା ଆସୋସିଏଶନ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି। ଅପରପକ୍ଷରେ କ୍ରମାଗତ ଭାବେ ସୁନା ଦର ବୃଦ୍ଧି ପାଇ ଚାଲିଛି। ଏପରିକି ଶୁକ୍ରବାର ନୂଆଦିଲ୍ଲୀରେ ୨୪ କ୍ୟାରେଟ ସୁନା ଦର ପ୍ରତି ୧୦ ଗ୍ରାମ ପିଛା ୭୮,୪୫୦ଟଙ୍କା ଥିଲାବେଳେ ୨୨ କ୍ୟାରେଟ ସୁନା ଦର ପ୍ରତି ୧୦ ଗ୍ରାମ ପିଛା ୭୧,୫୭୦ ଟଙ୍କାରେ କାରବାର ହୋଇଛି। ସେହିଭଳି ନୂଆଦିଲ୍ଲୀରେ ରୁପା ଦର କି.ଗ୍ରା. ପିଛା ୯୪, ୨୦୦ ଟଙ୍କାରେ ବିକ୍ରି ହେଉଛି। ଗତ ସପ୍ତାହ ମଧ୍ୟରେ ଉଭୟ ସୁନା ଓ ରୁପା ଦର ଯଥାକ୍ରମେ ୭୫୦୦ ଟଙ୍କା ଏବଂ ୧୨,୩୦୦ ଟଙ୍କା ବଢ଼ିଛି ବୋଲି ଆସୋସିଏଶନ ପକ୍ଷରୁ ବିସ୍ତୃତ ଭାବେ କୁହାଯାଇଛି।
ସେହିପରି ଭୁବନେଶ୍ୱର ବଜାରରେ ୨୪ କ୍ୟାରେଟ ସୁନା ଦର ପ୍ରତି ୧୦ଗ୍ରାମ ପିଛା ୭୮,୩୨୦ ଟଙ୍କା ଥିଲାବେଳେ ୨୨କ୍ୟାରେଟ ସୁନା ଦର ପ୍ରତି ୧୦ ଗ୍ରାମ ପିଛା ୭୧,୮୦୦ ଟଙ୍କାରେ କାରବାର ହେଉଛି। ଏପରିକି ଭୁବନେଶ୍ୱରରେ ରୁପା ଦର କିଲୋଗ୍ରାମ ପିଛା ୧,୦୩,୦୦୦ଟଙ୍କାରେ ବିକ୍ରି ହେଉଛି। ଗତ ସପ୍ତାହ ମଧ୍ୟରେ ଉଭୟ ସୁନା ଓ ରୁପା ଦର ଯଥାକ୍ରମେ ୩,୫୦୦ ଟଙ୍କା ଏବଂ ୨,୩୦୦ ଟଙ୍କା ବଢ଼ିଛି ବୋଲି ବଜାରର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନଗୁଡିକ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି।
ଉଲ୍ଲେଖଯୋଗ୍ୟ, ଚଳିତ ବର୍ଷର ପାର୍ବଣ ଋତୁ ସାଙ୍ଗକୁ ଆଗକୁ ଧନ୍‌ତେରସ ଓ ବିବାହ ଆଦି ଶୁଭକାର୍ଯ୍ୟ ରହିଥିବାରୁ ଦରବୃଦ୍ଧି କାରବାରରେ କିଛିଟା ପ୍ରଭାବ ପକାଇବା ସହିତ ବ୍ୟବସାୟ ମାନ୍ଦା ରହିପାରେ ବୋଲି ବଜାର ବିଶେଷଜ୍ଞମାନେ ଆକଳନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଟକ ବାରବାଟୀରେ ମୁହାଁମୁହିଁ ହେବେ ଭାରତ-ଶ୍ରୀଲଙ୍କା, ଏହି ଦିନ ହେବ ମ୍ୟାଚ୍

କଟକ,୨୬ା୩: ବିସିସିଆଇ ୨୦୨୬-୨୭ ଘରୋଇ ସିଜିନ୍ ପାଇଁ ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀ ଘୋଷଣା କରିଛି। ଏହି ସିଜିନ୍ ମଧ୍ୟରେ, ଭାରତୀୟ ଦଳ ମୋଟ ୨୨ଟି ମ୍ୟାଚ୍ ଖେଳିବ,…

ଫେକ୍‌ ଆକାଉଣ୍ଟ ଥିଲେ ସାବଧାନ! ଏହି କାମ ନ କଲେ ଆଉ ଚାଲିବନି ଫେସବୁକ-ଇନଷ୍ଟାଗ୍ରାମ!

ନୂଆଦିଲ୍ଲୀ,୨୬।୩: ସୋସିଆଲ ମିଡିଆ ଆମ ଜୀବନର ଏକ ଅବିଚ୍ଛେଦ୍ୟ ଅଂଶ ପାଲଟିଛି, କିନ୍ତୁ ଏହା ସହିତ ଜଡିତ ସମସ୍ୟାଗୁଡ଼ିକ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଛି। ନକଲି…

ସାମରିକ ଆକ୍ରମଣରେ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ କରିଥିବା ମୁଖ୍ୟ କାର୍ପଟଦାର ନିହତ!

ଜେରୁଜେଲମ,୨୬।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଇସ୍ରାଏଲ ଏକ ବଡ଼ ଦାବି କରିଛି। ଜଣେ ଇସ୍ରାଏଲୀ ସାମରିକ ଅଧିକାରୀଙ୍କ ଅନୁଯାୟୀ, ଇରାନର IRGC ନୌସେନାର ମୁଖ୍ୟ ଆଲିରେଜା…

ପଞ୍ଚାୟତ ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖାର ପ୍ରତିବାଦ, ମୁଖ୍ୟ ଫାଟକ ସାମ୍ନାରେ ଧାରଣା ଦେଇ…

ପଟ୍ଟାଙ୍ଗି,୨୬ା୩(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ପଞ୍ଚାୟତ ନିର୍ବାଚିତ ଜନପ୍ରତିନିଧିଙ୍କୁ ଅଣଦେଖା ପ୍ରତିବାଦ କରି ବ୍ଲକ ମୁଖ୍ୟ ଫାଟକ ସମ୍ମୁଖରେ ଜିଲାପରିଷଦ…

ଫରେଷ୍ଟଗାର୍ଡଙ୍କୁ ନିର୍ଦ୍ଧୁମ ପିଟିଲେ କୁଲଡିହା ACF, କାରଣ ଜାଣିଲେ……

ନୀଳଗିରି,୨୬ା୩,(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ବର ଜିଲା ନୀଳଗିରି ଉପଖଣ୍ଡ ଅଧିନ କୁଲଡିହା ଏ.ସି.ଏଫଙ୍କ ମାଡ଼ରେ ଫରେଷ୍ଟଗାର୍ଡ ଗୁରୁତର ହୋଇଛନ୍ତି । ଗୁରୁତର ବନ କର୍ମଚାରୀଙ୍କୁ ଉଦ୍ଧାର କରାଯାଇ…

ଏହିସବୁ ବ୍ୟକ୍ତିଙ୍କୁ ମିଳିବ ମାଗଣା ରେଳ ସେବା: ରେଳ ବିଭାଗର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୬।୩: ପ୍ରତିରକ୍ଷା ସାହସିକତା ପୁରସ୍କାର ବିଜେତା ଓ ପରିବାରଙ୍କ ପାଇଁ ଖୁସିଖବର। ରେଳ ବିଭାଗ ପକ୍ଷରୁ ଗୁରୁବାର ଏକ ବଡ଼ ଘୋଷଣା କରାଯାଇଛି। ସାହସିକତା ପୁରସ୍କାର ପ୍ରାପ୍ତଙ୍କୁ…

ଯୁଦ୍ଧ ରୋକିବା ପାଇଁ ଭାରତ ଉପରେ କାହିଁକି ନିର୍ଭର କରୁଛି ଇରାନ? ଜାଣନ୍ତୁ ୫ କାରଣ

ନୂଆଦିଲ୍ଲୀ,୨୬।୩: ଗତକାଲି ନୂଆଦିଲ୍ଲୀରେ ଦେଇଥିବା ବିବୃତ୍ତିରେ, ଇରାନ ରାଷ୍ଟ୍ରଦୂତ ମହମ୍ମଦ ଫଥାଲି ଇରାନ-ଇସ୍ରାଏଲ ବିବାଦରେ ଭାରତକୁ ଏକ ନିର୍ଭରଯୋଗ୍ୟ ମଧ୍ୟସ୍ଥି ଭାବରେ ବର୍ଣ୍ଣନା କରିଥିଲେ, ଯାହା ମଧ୍ୟପ୍ରାଚ୍ୟରେ…

ଜଳଖିଆ ହେଲା କାଳ! ଝାଡାବାନ୍ତି ପରେ ହସ୍ପିଟାଲରେ ୧୯ଛାତ୍ରୀଛାତ୍ର

ସୁନ୍ଦରଗଡ,୨୬।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ବ୍ଲକ ଅନ୍ତର୍ଗତ ଲହଣ୍ଡାବୁଡ ପଞ୍ଚାୟତ ହାଇସ୍କୁଲ ର ୧୯ଜଣ ଛାତ୍ରୀଛାତ୍ର ଝାଡାବାନ୍ତିରେ ଆକ୍ରାନ୍ତହୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ଅସୁସ୍ଥଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri