ସର୍ବୋଚ୍ଚ ସ୍ତରରେ ସୁନା ଦର

ନୂଆଦିଲ୍ଲୀ,୧୮।୫: ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଦରବୃଦ୍ଧି କାରଣରୁ (କ୍ରମାଗତ ଭାବେ) ଘରୋଇ ବଜାରରେ (କ୍ରମାଗତ ଭାବେ) ଉଭୟ ସୁନା ଓ ରୁପା ଦର ବୃଦ୍ଧି ପାଉଛି। ଏପରିକି ଶୁକ୍ରବାର ନୂଆଦିଲ୍ଲୀରେ ୨୨କ୍ୟାରେଟ ସୁନା ପ୍ରତି ୧୦ ଗ୍ରାମ ପିଛା ୮୦୫ ଟଙ୍କା ଏବଂ ୨୪ କ୍ୟାରେଟ ସୁନା ପ୍ରତି ୧୦ ଗ୍ରାମ ପିଛା ୮୮୦ ଟଙ୍କା ବଢ଼ି ଥିଲାବେଳେ ପ୍ରତି କି.ଗ୍ରା. ରୁପା ମୂଲ୍ୟ ଉପରେ ୧୬୪୦ଟଙ୍କା ବଢ଼ିଛି।
ଉଲ୍ଲେଖଯୋଗ୍ୟ, ନୂଆଦିଲ୍ଲୀରେ ଶୁକ୍ରବାର ୨୪ କ୍ୟାରେଟ ସୁନାର ମୂଲ୍ୟ ପ୍ରତି ୧୦ ଗ୍ରାମ ପିଛା ୭୫,୧୨୭ ଟଙ୍କା ଥିଲାବେଳେ ୨୨ କ୍ୟାରେଟ ସୁନା ଦର ପ୍ରତି ୧୦ ଗ୍ରାମ ପିଛା ୬୮,୮୧୦.୬୦ ଟଙ୍କା ରହିଛି। ସେହିଭଳି ରୁପା ଦର ପ୍ରତି କି.ଗ୍ରା. ପିଛା ୮୬, ୪୦୦ ଟଙ୍କାରେ କାରବାର ହେଉଛି ବୋଲି ଜାତୀୟ ଗଣମାଧ୍ୟମରେ ପ୍ରକାଶ ପାଇଛି। ଏପରିକି ମୁମ୍ବାଇ, ଚେନ୍ନାଇ ଓ କୋଲକାତା ଭଳି ପ୍ରମୁଖ ମହାନଗରରେ ମଧ୍ୟ ସୁନା ଓ ରୁପା ମୂଲ୍ୟ ସର୍ବୋଚ୍ଚ ସ୍ତରରେ ପହଞ୍ଚତ୍ଛି ବୋଲି ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। ଉପରୋକ୍ତ ମହାନଗରରେ ସୁନା ଦର ୨୪କ୍ୟାରେଟ ପ୍ରତି ୧୦ ଗ୍ରାମ ପିଛା ଯଥାକ୍ରମେ ୭୫,୦୫୪ ଟଙ୍କା, ୭୫,୫୬୮ ଟଙ୍କା ଏବଂ ୭୫୨୧୦ ଟଙ୍କା ଥିଲାବେଳେ ରୁପା ମୂଲ୍ୟ ପ୍ରତି କି.ଗ୍ରା. ପିଛା ୮୬,୪୦୦ ଟଙ୍କା, ୮୬,୪୯୦ ଟଙ୍କା ଏବଂ ୮୬,୪୦୦ ଟଙ୍କାରେ କାରବାର ହେଉଛି।
ଅପରପକ୍ଷରେ ଭୁବନେଶ୍ୱର (ଓଡ଼ିଶା ର ସୁନା ମୂଲ୍ୟ ୨୪କ୍ୟାରେଟ ସୁନା ଦର ପ୍ରତି ୧୦ ଗ୍ରାମ ପିଛା ୭୪,୭୯୦ ଟଙ୍କା ଥିଲାବେଳେ ୨୨କ୍ୟାରେଟ ସୁନା ଦର ପ୍ରତି ୧୦ ଗ୍ରାମ ପିଛା ୬୭,୬୦୦ ଟଙ୍କା ରହିଛି। ସେହିଭଳି ୧୮ କ୍ୟାରେଟ ସୁନା ଦର ପ୍ରତି ୧୦ ଗ୍ରାମ ପିଛା ୫୬,୦୯୦ ଟଙ୍କା ଏବଂ ରୁପା ଦର ପ୍ରତି କିଲୋଗ୍ରାମ ପିଛା ୮୯, ୦୦୦ ଟଙ୍କାରେ କାରବାର ହେଉଛି ବୋଲି ସ୍ମାଇଲ ଗୋଲ୍‌ଡ ଆଣ୍ଡ ଡାଇମଣ୍ଡସ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୁଣିଲାନି ପ୍ରଶାସନ: ସରକାରୀ ବସକୁ ଅଟକ ରଖିଲେ ଶତାଧିକ ମହିଳା

ଦାରିଙ୍ଗବାଡି,୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିଆଙ୍ଗବାଲିଠାରେ ମଙ୍ଗଳବାର ସକାଳ ୬ଟାରେ ସରକାରୀ ବସକୁ ଗ୍ରାମବାସୀ ଅଟକାଇ ରଖିଛନ୍ତି। ବ୍ଲକ ହେଡ଼ କ୍ୱାର୍ଟରଠାରୁ ପଞ୍ଚାୟତ ହେଡକ୍ୱାର୍ଟର…

ହୋମଷ୍ଟେ ଆବେଦନକାରୀଙ୍କୁ ଭୁବନେଶ୍ୱର ଡାକରା: ମିଳିଲା ଅସ୍ଥାୟୀ ପଞ୍ଜୀକରଣ ପ୍ରମାଣପତ୍ର

ଦାରିଙ୍ଗବାଡ଼ି, ୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲାର ଦାରିଙ୍ଗବାଡ଼ିକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନକ୍ଷେତ୍ର ଭାବେ ବିକଶିତ କରିବାକୁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ଏହା ଦ୍ୱାରା ଦେଶ ଓ ବିଦେଶରୁ…

ଦେବଗଡ଼ରେ ଭୂମିକମ୍ପ: ଥରିଲା ସହର, ଘରୁ ବାହାରି ଆସିଲେ ଲୋକେ

ଦେବଗଡ଼,୨୯ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ଭୂମିକମ୍ପ । ରିଆମାଳ ବ୍ଳକ ଚଡେଇମରା ଅଞ୍ଚଳରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି । ସୋମବାର ରାତି ପ୍ରାୟ ୧୦ଟା…

ଏଣିକି ବିନା ପ୍ରେସକ୍ରିପ୍ସନରେ ମିଳିବନି ଏସିଡିଟି ଔଷଧ, CDSCO ଜାରି କଲା ନୂଆ ସର୍ତ୍ତ

ନୂଆଦିଲ୍ଲୀ,୨୯।୯: ଏସିଡିଟି ହେଲେ ଏଣିକି ମେଡିକାଲ ଷ୍ଟୋରରୁ ନିଜ ଇଚ୍ଛାରେ ଔଷଧ କିଣିବା ସହଜ ହେବ ନାହିଁ। ନୂଆ ନିୟମ ଅନୁସାରେ, ଡାକ୍ତରଙ୍କ ପରାମର୍ଶ କିମ୍ବା ପ୍ରେସକ୍ରିପ୍ସନ…

ଇଏ କି ଭକ୍ତ-୨

ଗଣେଶ ପୂଜାରୁ ପାର୍ବଣ ଋତୁ ଆରମ୍ଭ ହୋଇଯାଇଛି। ଓଡ଼ିଶାର ଖୋର୍ଦ୍ଧା ଜିଲାର ଜଟଣୀରେ ୨୬ ସେପ୍ଟେମ୍ବରରେ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା ଚାଲୁଥିବା ବେଳେ ଏକ ବ୍ୟାଙ୍କ୍‌ର ତାଜା…

ନାଥଙ୍କ ଆଫିଡାଭିଟ ଆଣିଲା ନୂଆମୋଡ଼: ଡିଜିପି ଚୟନ ପ୍ରସଙ୍ଗକୁ ନେଇ…

ଭୁବନେଶ୍ୱର,୨୯ା୯(ସୁନିତ୍‌ ମିଶ୍ର):ଓଡ଼ିଶାର ନୂଆ ଡିଜିପି ଚୟନ ପ୍ରସଙ୍ଗକୁ ନେଇ ନୂଆ ନୂଆ ତଥ୍ୟ ସାମ୍ନାକୁ ଆସିବାରେ ଲାଗିଛି। ଏହି ବିଷୟକୁ ନେଇ ସୁପ୍ରିମକୋର୍ଟରେ ଶୁଣାଣି ଜାରି ରହିଛି।…

କେନ୍ଦ୍ର-ସିବିଏସ୍‌ଇକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ, ୬ଷ୍ଠ ଶ୍ରେଣୀ ପିଲାଙ୍କୁ ୩ ଭାଷା ନୀତିରୁ…

ନୂଆଦିଲ୍ଲୀ,୨୯।୯(ପି.ଟି.): କେନ୍ଦ୍ର ସରକାରଙ୍କ ୩ ଭାଷା ନୀତିରୁ ୭ମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ବାଦ୍‌ ଦିଆଯାଇଥିବାବେଳେ ବର୍ତ୍ତମାନର ୬ଷ୍ଠ ଶ୍ରେଣୀ ପିଲାଙ୍କୁ ମଧ୍ୟ ଉକ୍ତ ନୀତିରୁ ବାଦ୍‌ ଦେବା…

ବନ୍ୟା ପାଇଁ ଡଙ୍ଗାରେ ଗଲେ ବର: ବନ୍ୟାଜଳରେ ବୁଡ଼ିରହିଛି ବିଭିନ୍ନ ପଞ୍ଚାୟତ

ଭୋଗରାଇ,୨୯ା୯(ପ୍ରଦୀପ ଦାସ):ସୁବର୍ଣ୍ଣରେଖା ନଦୀରେ ଆସିଛି ଚତୁର୍ଥ ବନ୍ୟା। ବାଲେଶ୍ୱର ଜିଲା ଭୋଗରାଇ ବ୍ଲକର ବିଭିନ୍ନ ପଞ୍ଚାୟତ ବନ୍ୟାଜଳରେ ବୁଡ଼ିରହିଛି। ଘରୁ ଗୋଡ଼ କାଢ଼ିଲେ ଅକାତକାତ ପାଣି। ଯାତାୟାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?