Categories: Home Leftବଜେଟ

ଧନତେରସର ଗୋଟିଏ ଦିନ ପୂର୍ବରୁ ବଦଳିଲା ସୁନା ଦର? ଚେକ୍ କରନ୍ତୁ ନୂଆ ଦର

ନୂଆଦିଲ୍ଲୀ,୧୭ା୧୦:  ଆଜି ପୁଣି ବଦଳିଲା ସୁନା ଦର। ଧନତେରସ ପୂର୍ବରୁ ଜାଣନ୍ତୁ ଆଜି ଆପଣଙ୍କ ସହରରେ କେତେ ଅଛି ସୁନା-ରୂପା ମୂଲ୍ୟ। ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧, ୩୨,୭୭୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୨୧,୭୦୦ ଟଙ୍କା ଛୁଇଁଛି। ସେହିପରି ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୩୨,୭୭୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୨୧,୭୦୦ ଟଙ୍କାକୁ ପହଞ୍ଚିଛି।

ଅନ୍ୟପଟେ ରୂପା ମୂଲ୍ୟ କିଲୋ ପିଛା ୨,୦୩,୦୦୦ ଟଙ୍କାରେ କାରବାର ଆରମ୍ଭ କରିଛି। କେମିତି ଜାଣିବେ ସୁନାର ଶୁଦ୍ଧତା- ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ ‘BIS Care app’ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ’ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।