ଦିନକରେ ଦର ଆକାଶଛୁଆଁ, ପ୍ରାୟ ୧ ଲକ୍ଷରେ ପହଞ୍ଚିଲା ସୁନା!

ନୂଆଦିଲ୍ଲୀ,୧୧।୪: ଦେଶର ରାଜଧାନୀ ଦିଲ୍ଲୀରେ ସୁନା ମୂଲ୍ୟ ଆକାଶଛୁଆଁ ହୋଇଛି। ଆମେରିକା ଏବଂ ଚାଇନା ମଧ୍ୟରେ ଚାଲିଥିବା ବାଣିଜ୍ୟ ଯୁଦ୍ଧ ଯୋଗୁ ସୁନା ମୂଲ୍ୟ ବୃଦ୍ଧି ପାଉଛି। ବିଶେଷଜ୍ଞଙ୍କ ମତରେ, ଆଗାମୀ ଦିନରେ ସୁନାର ମୂଲ୍ୟ ଆହୁରି ବୃଦ୍ଧି ପାଇପାରେ। ଏହାର ଅର୍ଥ ହେଉଛି ଯେ ଖବ୍‌ଶୀଘ୍ର ଦିଲ୍ଲୀରେ ସୁନାର ମୂଲ୍ୟ ୧ ଲକ୍ଷ ଟଙ୍କାରେ ପହଞ୍ଚିପାରେ। ଅପରପକ୍ଷେ ଦେଶର ଫ୍ୟୁଚର୍ସ ବଜାରରେ ମଧ୍ୟ ସୁନା ମୂଲ୍ୟରେ ବୃଦ୍ଧି ଦେଖାଯାଉଛି। ଏପ୍ରିଲ ୭ ତାରିଖ ପରଠାରୁ ଫ୍ୟୁଚର୍ସ ବଜାରରେ ସୁନା ମୂଲ୍ୟ ୬,୮୦୦ ଟଙ୍କାରୁ ଅଧିକ ବୃଦ୍ଧି ପାଇଛି। ଜାଣନ୍ତୁ ଦେଶର ରାଜଧାନୀ ଦିଲ୍ଲୀରେ ସୁନାର ମୂଲ୍ୟ କେତେ।

ସ୍ଥାନୀୟ ଅଳଙ୍କାର ବ୍ୟବସାୟୀ ଏବଂ ଖୁଚୁରା ବ୍ୟବସାୟୀଙ୍କ ପ୍ରବଳ ଚାହିଦା ଯୋଗୁ ଶୁକ୍ରବାର ଦିନ ଜାତୀୟ ରାଜଧାନୀ ଦିଲ୍ଲୀର ସୁନା ବଜାରରେ ସୁନା ମୂଲ୍ୟ ୬,୨୫୦ ଟଙ୍କା ବୃଦ୍ଧି ପାଇ ପ୍ରତି ୧୦ ଗ୍ରାମ ପିଛା ୯୬,୪୫୦ ଟଙ୍କାରେ ପହଞ୍ଚିଛି। ଅଲ ଇଣ୍ଡିଆ ବୁଲାନ ଆସୋସିଏସନ ଏହି ସୂଚନା ଦେଇଛି। ବିଶ୍ଳେଷକମାନେ କହିଛନ୍ତି ଯେ ଆମେରିକା-ଚାଇନା ବାଣିଜ୍ୟ ଉତ୍ତେଜନା ବୃଦ୍ଧି ପାଉଥିବାରୁ ଏକ ଦୃଢ଼ ସୁରକ୍ଷିତ ନିବେଶ ବିକଳ୍ପ ଭାବରେ ସୁନାର ଚାହିଦା ବୃଦ୍ଧି ପାଇବା ହେତୁ ଅନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟ ସର୍ବକାଳୀନ ଉଚ୍ଚ ସ୍ତରରେ ପହଞ୍ଚିଛି।

ବୁଧବାର ୯୯.୯ ପ୍ରତିଶତ ଶୁଦ୍ଧ ସୁନାର ମୂଲ୍ୟ ପ୍ରତି ୧୦ ଗ୍ରାମ ୯୦,୨୦୦ ଟଙ୍କାରେ ବନ୍ଦ ହୋଇଥିଲା। ଚାରି ଦିନର ତୀବ୍ର ହ୍ରାସ ପରେ ୯୯.୫ ପ୍ରତିଶତ ଶୁଦ୍ଧତା ବିଶିଷ୍ଟ ସୁନାର ମୂଲ୍ୟ ୬,୨୫୦ ଟଙ୍କା ବୃଦ୍ଧି ପାଇଛି ଏବଂ ପ୍ରତି ୧୦ ଗ୍ରାମ ୯୬,୦୦୦ ଟଙ୍କାର ସର୍ବକାଳୀନ ସର୍ବୋଚ୍ଚ ସ୍ତର ମଧ୍ୟ ଅତିକ୍ରମ କରିଛି। ଗତକାଲି ଏହା ପ୍ରତି ୧୦ ଗ୍ରାମ ୮୯,୭୫୦ ଟଙ୍କାରେ ବନ୍ଦ ହୋଇଥିଲା।

ସେହିଭଳି ରୂପା ମୂଲ୍ୟ ମଧ୍ୟ ପ୍ରତି କିଲୋଗ୍ରାମରେ ୨,୩୦୦ ଟଙ୍କା ବୃଦ୍ଧି ପାଇ ୯୫,୫୦୦ ଟଙ୍କାରେ ପହଞ୍ଚିଛି। ଗତ ବ୍ୟବସାୟ ଅଧିବେଶନରେ ରୂପା କିଲୋଗ୍ରାମ ପିଛା ୯୩,୨୦୦ ଟଙ୍କାରେ ବନ୍ଦ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ମନର ଧାରଣା ନା ସତରେ ଦ୍ରୁତ ବେଗରେ ବାଇକ୍‌ ଚଳାଇଲେ ଅଧିକ ଇନ୍ଧନ ଖର୍ଚ୍ଚ ହୁଏ? ମନରେ ଦ୍ୱନ୍ଦ୍ୱ ଥିଲେ କରନ୍ତୁ ଦୂର…

ନୂଆଦିଲ୍ଲୀ,୨୧।୧: ପ୍ରତ୍ୟେକ ବାଇକ୍‌ ଆରୋହୀଙ୍କ ମନରେ ସାଧାରଣ ପ୍ରଶ୍ନ ଆସେ ଯେ ବାସ୍ତବରେ କ’ଣ ଦ୍ରୁତ ବେଗରେ ଗାଡ଼ି ଚଳାଇଲେ ଅଧିକ ପେଟ୍ରୋଲ ଖର୍ଚ୍ଚ ହୁଏ...

ଭାରତର ୭ ବଡ଼ ବ୍ୟବସାୟୀ ଟ୍ରମ୍ପଙ୍କ ସହ କରିବେ ଡିନର୍‌, ଶକ୍ତି ପ୍ରଦର୍ଶନ କରିବ ଭାରତ

ନୂଆଦିଲ୍ଲୀ,୨୧।୧: ଡାଭୋସରେ ଚାଲିଥିବା ବିଶ୍ୱ ଅର୍ଥନୈତିକ ଫୋରମ (WEF) ସମୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନେକ ବଡ଼ ଭାରତୀୟ ବ୍ୟବସାୟୀଙ୍କୁ ଭେଟିବେ। NDTV ଅନୁଯାୟୀ,...

ଇତିହାସ ରଚିଲା ‘ଭେରୋନିକା’: ବିଶ୍ୱର ପ୍ରଥମ ଗାଈ ଭାବେ କଲା ଏପରି କାରନାମା

ପଶୁ ଜଗତର ବୁଦ୍ଧିମତାକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଅଷ୍ଟ୍ରିଆର ‘ଭେରୋନିକା’ ନାମକ ଏକ ଗାଈ ନିଜର ଚତୁରତା ପାଇଁ ଏବେ ସାରା...

ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ନେଇ ମୁହଁ ଖୋଲିଲେ ନବୀନ, ନୂଆ ମୁଖିଆ….

ଭୁବନେଶ୍ୱର,୨୧।୧:  ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ଉପରେ ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେବେ କାହିଁକି ବିଜୁ ଜନତା ଦଳରୁ ଅରବିନ୍ଦଙ୍କୁ ନିଲମ୍ବନ...

୧୮ରୁ ୫୫ ବର୍ଷୀୟ ଏହି ମହିଳାମାନଙ୍କୁ ସରକାର ଦେବେ ୫୦୦୦ ଟଙ୍କା, ଯୋଜନାର ଲାଭ କିପରି ନେବେ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୨୧।୧: ଭାରତ ସରକାର ଦେଶର ନାଗରିକଙ୍କ ପାଇଁ ଅନେକ କଲ୍ୟାଣକାରୀ ଯୋଜନା ଚଳାଇଛନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା ହେଉଛି ପ୍ରଧାନମନ୍ତ୍ରୀ ମାତୃ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri