ଅକ୍ଷୟ ତୃତୀୟା କାରବାର ଆଶାଜନକ

ଭୁବନେଶ୍ୱର,୧।୫: (ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷର ଅକ୍ଷୟ ତୃତୀୟା କାରବାର ଘରୋଇ ବଜାରରେ ଆଶାଜନକ ରହିଥିଲାବେଳେ ପରମ୍ପରା ଅନୁଯାୟୀ ସବୁ ବର୍ଗର ଗ୍ରାହକ ଅଳ୍ପ ବହୁତେ ସୁନା କ୍ରୟ କରିଛନ୍ତି। ଏପରିକି ଓଡ଼ିଶା ବଜାରରେ ୨୦୦ କୋଟି ଟଙ୍କାର ଅକ୍ଷୟ ତୃତୀୟା କାରବାର ହୋଇଥିବା ରାଜ୍ୟର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନଗୁଡିକ ପକ୍ଷରୁ ଆକଳନ କରାଯାଇଛି। ସେହିଭଳି ଅକ୍ଷୟ ତୃତୀୟା ପାଇଁ ଅଳଙ୍କାର ପ୍ରତିଷ୍ଠାନଗୁଡିକ ଆକର୍ଷଣୀୟ ଅଫର ଓ ରିହାତି ସାଙ୍ଗକୁ ଉପହାର ଓ ଅନ୍ୟାନ୍ୟ ବ୍ୟବସ୍ଥା ଗ୍ରାହକଙ୍କ ପାଇଁ କରିଥିଲାବେଳେ ଦରବୃଦ୍ଧି କାରବାରରେ ବାଧକ ସାଜିଥିଲା ବୋଲି ବ୍ୟବସାୟୀମାନେ ମତପ୍ରକାଶ କରିଛନ୍ତି। ସେହିପରି ବର୍ତ୍ତମାନ ସମୟରେ ବିବାହ ଋତୁ ଓ ଶୁଭ କାର୍ଯ୍ୟ ସାଙ୍ଗକୁ ଅକ୍ଷୟ ତୃତୀୟା ପାଇଁ ଗ୍ରାହକ ଆଶାଠାରୁ କମ୍‌ ପରିମାଣରେ ସୁନା କ୍ରୟ କରୁଥିବାବେଳେ ସୁନା ଦର ଓ ଅନ୍ୟାନ୍ୟ ଦରର ଅହେତୁକ ବୃଦ୍ଧି ପାଇଁ ଗ୍ରାହକ କାମ ଚଳିବା ଭଳି କାରବାର (କ୍ରୟ) କରୁଥିବା କହିଛନ୍ତି। ଅପରପକ୍ଷରେ ଓଡ଼ିଶାର ପ୍ରମୁଖ ଅଳଙ୍କାର ପ୍ରତିଷ୍ଠାନ ଖିମ୍‌ଜୀ ଜୁଏଲର୍ସ, ତନିସ୍କ, ରିଲାଏନ୍ସ, ମାଲାବାର, କଲ୍ୟାଣ, ଜୟଆଲୁକ୍କାସ, ଅରୁନ୍ଧତୀ, ପି ସି ଚନ୍ଦ୍ରା, ରାଧା ଗୋବିନ୍ଦ ରୟ ଗ୍ରାଣ୍ଡସନ (ଆର୍‌ଜିଜି) ଜୁଏଲର୍ସ, ନାରାୟଣୀ ଜୁଏଲର୍ସ, ଧରିତ୍ରୀ ଜୁଏଲର୍ସ,ବିଶ୍ୱମ ଜୁଏଲର୍ସ, ସ୍ମାଇଲଗୋଲ୍ଡ, ଜାଭେରୀ, ଲୋକନାଥ ଏବଂ ସେନ୍‌କୋ ପକ୍ଷରୁ ଆକର୍ଷଣୀୟ ଅଫର ଓ ସାଜସଜ୍ଜା ଗ୍ରାହକଙ୍କୁ କିଛି ପରିମାଣରେ ଆକୃଷ୍ଟ କରିବା ସହ ଆଶାଜନକ କାରବାର ହୋଇଥିବା ଉଭୟ ଘରୋଇ ଓ ଜାତୀୟ ବ୍ରାଣ୍ଡ୍‌ର ଅଳଙ୍କାର ପ୍ରତିଷ୍ଠାନଗୁଡିକ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ଅକ୍ଷୟ ତୃତୀୟା ପାଇଁ ଉପରୋକ୍ତ ଅଳଙ୍କାର ପ୍ରତିଷ୍ଠାନଗୁଡିକ ପକ୍ଷରୁ ସକାଳ ୮ ଘଟିକାରୁ ଗ୍ରାହକଙ୍କ ପାଇଁ ଶୋ’ରୁମ୍‌ (ଷ୍ଟୋର) ଖୋଲିଥିଲାବେଳେ ବୁଧବାର ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ଦର ପ୍ରତି ୧୦ ଗ୍ରାମ ପିଛା ୯୭,୮୭୦ ଟଙ୍କା ଥିଲାବେଳେ ୨୨ କ୍ୟାରେଟ ସୁନା ଦର ପ୍ରତି ୧୦ ଗ୍ରାମ ପିଛା ୮୯,୮୦୦ ଟଙ୍କା ଏବଂ ୧୮ କ୍ୟାରେଟ ସୁନା ଦର ପ୍ରତି ୧୦ ଗ୍ରାମ ପିଛା ୭୩,୪୭୦ ଟଙ୍କାରେ କାରବାର ହେଉଥିଲା। ଅପରପକ୍ଷରେ ରୁପା କିଲୋଗ୍ରାମ ପିଛା ୧,୧୧,୦୦୦ ଟଙ୍କା ଥିଲାବେଳେ ମୂଲ୍ୟବାନ୍‌ ଧାତୁ ଓ ଅଳଙ୍କାରର ଦର ପ୍ରାୟ ୩୫,୦୦୦ରୁ ୫୫,୦୦୦ ଟଙ୍କାରେ କାରବାର ହେଉଥିଲା। ସକାଳ ୧୦ ଘଟିକାରୁ ଗ୍ରାହକଙ୍କ ଆଗମନ ସହ କାରବାର ଆରମ୍ଭ ହୋଇଥିଲାବେଳେ ଭୁବନେଶ୍ୱର ସମେତ କଟକ, ବ୍ରହ୍ମପୁର, ସମ୍ବଲପୁର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କେନ୍ଦୁଝର, ଝାରସୁଗୁଡ଼ା, ରାଉରକେଲା, ଅନୁଗୋଳ, ଢେଙ୍କାନାଳ, ନୟାଗଡ଼, କୋରାପୁଟ, ବଲାଙ୍ଗୀର, ପୁରୀ ଏବଂ ମାଲକାନଗିରି ଭଳି ପ୍ରମୁଖ ବଜାରରେ କାରବାର ଆଶାଜନକ ଥିଲା ବୋଲି ଉପରୋକ୍ତ ଅଳଙ୍କାର ଓ ଜିଲାର ପ୍ରମୁଖ ଗହଣା ଦୋକାନଗୁଡିକ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri