ଖସୁଛି ସୁନା, ରୂପା ଦର: କାରଣ କ’ଣ?

ଭୁବନେଶ୍ୱର,୨୭।୧୦: ଅନେକ ସପ୍ତାହ ଧରି ବୃଦ୍ଧି ପାଇବା ପରେ ଏବେ ସୁନା ଏବଂ ରୂପା ଦର କମିବାରେ ଲାଗିଛି। ବିଶେଷଜ୍ଞମାନଙ୍କ ମତରେ ଏହାର ମୁଖ୍ୟ କାରଣ ଅର୍ଥନୀତି ଓ ବୈଶ୍ଵିକ ଭୁ-ରାଜନୀତି ସହ ଜଡ଼ିତ।

ଆମେରିକୀୟ ଡଲାରର ମୂଲ୍ୟ ବୃଦ୍ଧି ପାଇବା ଯୋଗୁଁ ନିବେଶକମାନେ ସୁନା ଓ ରୂପା ଭଳି ‘ନିରାପଦ ନିବେଶ’ରୁ ନିଜ ପୁଞ୍ଜି ବାହାର କରି ନେଉଛନ୍ତି। ଆମେରିକା ଏବଂ ଚାଇନା/ଭାରତ ମଧ୍ୟରେ ବାଣିଜ୍ୟ ଆଲୋଚନା ଓ ଗାଜା ଶାନ୍ତି ପ୍ରକ୍ରିୟାରେ ଉତ୍ସାହଜନକ ଖବର ଯୋଗୁଁ ବିଶ୍ୱ ବଜାରରେ ଭୟ କମିଛି। ସେହିପରି ଦର ବଢ଼ିଥିବାରୁ ଅନେକ ନିବେଶକ ଏବେ ଲାଭ ନେବା ପାଇଁ ସୁନା ଓ ରୂପା ବିକ୍ରି କରି ଦେଉଛନ୍ତି। ଏବେ ଅନେକ କେନ୍ଦ୍ରୀୟ ବ୍ୟାଙ୍କର ବୈଠକ ଉପରେ ଏବେ ସମସ୍ତଙ୍କ ନଜର ରହିଛି।

ଏହା ବ୍ୟତୀତ ଦୁର୍ବଳ ମୁଦ୍ରାସ୍ଫୀତି ତଥ୍ୟ ଯୋଗୁଁ ଆମେରିକାର କେନ୍ଦ୍ରୀୟ ବ୍ୟାଙ୍କ (ଫେଡେରାଲ୍ ରିଜର୍ଭ) ସୁଧ ହାରକୁ ୨୫ ବେସିସ୍ ପଏଣ୍ଟ କମାଇପାରେ ବୋଲି ଆଶା କରାଯାଉଛି। ଏହା ହେଲେ ସୁନାକୁ ସମର୍ଥନ ମିଳିପାରେ। ଯଦି ଫେଡେରାଲ ରିଜର୍ଭ ଆଶା କରାଯାଉଥିବା ଠାରୁ କମ୍ ସୁଧ ହାର କମାଇବାକୁ ସୂଚନା ଦିଏ, ତେବେ ସୁନା ଦର ଆହୁରି ଖସିପାରେ।

ସେପଟେ ବିଶେଷଜ୍ଞମାନେ ଚେତାବନୀ ଦେଇଛନ୍ତି ଯେ ଆମେରିକାର ରାଷ୍ଟ୍ରପତି ଓ ଚାଇନା ରାଷ୍ଟ୍ରପତିଙ୍କ ବୈଠକ ଏବଂ ଆମେରିକୀୟ ଫେଡ୍ର ଘୋଷଣା ଯୋଗୁଁ ବଜାରରେ ଅସ୍ଥିରତା ଲାଗି ରହିବ।


Enter your email to get our daily news in your inbox.

All Right Reserved By Dharitri.Com

ପେନଶନଭୋଗୀଙ୍କ ପାଇଁ ବଡ଼ ଖବର, UPI ରେ ଟଙ୍କା ଖର୍ଚ୍ଚ କରୁଥିଲେ…

ନୂଆଦିଲ୍‌ଲୀ,୨୦।୯: ପେନଶନ ଫଣ୍ଡ ନିୟାମକ ଏବଂ ବିକାଶ ପ୍ରାଧିକରଣ (PFRDA) କହିଛି ଯେ, ଇ-ଶ୍ରମ (e-Shram) ଡାଟାବେସରେ ପଞ୍ଜୀକୃତ ହୋଇଥିବା ଅସଂଗଠିତ କ୍ଷେତ୍ରର କର୍ମଚାରୀମାନେ ଖୁବ ଶୀଘ୍ର…

ଏହି ୭ ପ୍ରକାରର UPI ପେମେଣ୍ଟ୍‌ ଉପରେ କୌଣସି ଚାର୍ଜ ଲାଗିବ ନାହିଁ; ଜାଣନ୍ତୁ କ’ଣ?

ନୂଆଦିଲ୍ଲୀ,୨୦ା୯: UPI ବ୍ୟବହାର କରୁଥିବା ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର। ୧୫ ଅକ୍ଟୋବର, ୨୦୨୬ ଠାରୁ, ଏକ ନୂତନ ବାଣିଜ୍ୟ ରିହାତି ହାର (MDR) ଢାଞ୍ଚା କିଛି…

ଭାରତରେ ପ୍ରବେଶ କରିବ ଆପଲ ପେ’

ନୂଆଦିଲ୍ଲୀ,୨୦ା୯: ଭାରତରେ ସର୍ୱାଧିକ ପ୍ରଚଳିତ ୟୁପିଆଇ ପେମେଣ୍ଟ ବ୍ୟବସ୍ଥା ଫୋନ୍‌ ପେ’ ଭଳି ଆମେରିକାରେ ଆପଲ ପେ’ ମଧ୍ୟ ଗ୍ରାହକ ମହଲରେ ବେଶ୍‌ ପରିଚିତ। ତେବେ ଆମେରିକାରେ…

ପେଟ୍ରୋଲିୟମ ମନ୍ତ୍ରଣାଳୟର ବଡ଼ ଘୋଷଣା, ଅକ୍ଟୋବର ୧ରୁ ଏମାନଙ୍କୁ ମିଳିବନି LPG ସିଲିଣ୍ଡର

ନୂଆଦିଲ୍ଲୀ,୨୦ା୯: ନିୟନ୍ତ୍ରିତ ଖୁଚୁରା ବିକ୍ରୟ ମୂଲ୍ୟରେ ଉପଯୁକ୍ତ ସବ୍‌ସିଡି ସହ ସିଲିଣ୍ଡର ରିଫିଲ ପାଇବାକୁ ଚାହୁଁଥିବା ଘରୋଇ ଏଲ୍‌ପିଜି ଗ୍ରାହକମାନଙ୍କ ପାଇଁ ଆସନ୍ତା ଅକ୍ଟୋବର ୧ରୁ ବାୟୋମେଟ୍ରିକ୍‌…

ସକାଳୁ ସକାଳୁ ବର୍ଷାକୁ ନେଇ ବଡ଼ ଅପଡେଟ୍‌: ଜାରି ହେଲା ଆଲର୍ଟ, ଓଡ଼ିଶାର ଏହି ଜିଲାରେ…

ଭୁବନେଶ୍ୱର,୨୦ା୯(ସୌମ୍ୟରଞ୍ଜନ ରାଉତ): ଉତ୍ତର ଆଣ୍ଡାମାନ ସାଗର ଓ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ଶନିବାର ସାରେ ଲଘୁଚାପର ରୂପ ନେଇଛି। ପଶ୍ଚିମ ଓ ଉତ୍ତର ପଶ୍ଚିମ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ଅକ୍ଟୋବର ୧୫ରୁ ବଦଳିଯିବ UPI ପେମେଣ୍ଟ କରିବାର ପଦ୍ଧତି; ଗ୍ୟାସ ସିଲିଣ୍ଡର ପାଇଁ ନଗଦ ଟଙ୍କା ଦେବାକୁ ପଡ଼ିବ ନା ନାହିଁ? ଜାଣନ୍ତୁ…

ନୂଆଦିଲ୍ଲୀ,୧୯।୯: ସାରା ଦେଶରେ LPG ସିଲିଣ୍ଡରର ବହୁଳ ବ୍ୟବହାର ହୋଇଥାଏ; ତେଣୁ, ଯଦି ଆପଣ ମଧ୍ୟ ଘରେ LPG ସିଲିଣ୍ଡର ବ୍ୟବହାର କରନ୍ତି, ତେବେ ଏହି ସୂଚନା…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?