ସୁନା ୪୩୦୦-ରୁପା ୧୦ହଜାର ମହଙ୍ଗା, ଜାଣନ୍ତୁ ଭୁବନେଶ୍ବରରେ କେତେ ରହିଛି ଦର

ନୂଆଦିଲ୍ଲୀ,୨୧।୮: ସୁନା ଓ ରୁପା ଦରରେ ଆଜି ବଡ଼ ଧରଣର ବୃଦ୍ଧି ଦେଖିବାକୁ ମିଳିଛି । ୨୪ କ୍ୟାରେଟ୍ ଶୁଦ୍ଧ ସୁନା ଦର ୪,୩୦୦ ଟଙ୍କା ବଢ଼ି ୧ ଲକ୍ଷ ୬୨ ହଜାର ଟଙ୍କା ପ୍ରତି ୧୦ ଗ୍ରାମରେ ପହଞ୍ଚିଛି । ସେହିପରି ରୁପା ଦରରେ ମଧ୍ୟ ୧୦ ହଜାର ଟଙ୍କା ବୃଦ୍ଧି ପାଇଛି । ଅଗଷ୍ଟ ୨୦ରେ ୨୪ କ୍ୟାରେଟ୍ ସୁନାର ଦର ୧ ଲକ୍ଷ ୫୮ ହଜାର ଟଙ୍କା ପ୍ରତି ୧୦ ଗ୍ରାମ ଥିଲା। ଆଜି ଏଥିରେ ୪,୩୦୦ ଟଙ୍କା ବୃଦ୍ଧି ହୋଇ ୧ ଲକ୍ଷ ୬୨ ହଜାର ଟଙ୍କାରେ ପହଞ୍ଚିଛି। ଗତ ୩ ମାସ ମଧ୍ୟରେ ଏହା ସୁନାର ସର୍ବାଧିକ ଦର । ଏହା ପୂର୍ବରୁ ମେ’ ୨୬ରେ ସୁନା ଦର ପ୍ରାୟ ୧ ଲକ୍ଷ ୬୨ ହଜାର ୪୦୦ ଟଙ୍କାରେ କାରବାର କରୁଥିଲା।

ଯଦି ଭୁବନେଶ୍ବରରେ ସୁନାଦର କଥା ଦେଖିବା ତାହେଲେ ୨୪ କ୍ୟାରେଟ୍ ଶୁଦ୍ଧ ସୁନା ଦର ୧୬୦୪୮୦ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୧୪୭୧୦୦ ଟଙ୍କା ରହିଛି । ସେହିପରି ରୁପା ଦର  କେଜି ପିଛା ୨,୬୦,୧୦୦ ଟଙ୍କା ରହିଛି ।

ସୁନା ସହ ରୁପା ଦର ମଧ୍ୟ ଆଜି ରେକର୍ଡ ବୃଦ୍ଧି ଦେଖିଛି । ଶୁଦ୍ଧ ରୁପାର ଦର କିଲୋଗ୍ରାମ ପିଛା ୨ ଲକ୍ଷ ୩୫ ହଜାର ଟଙ୍କାରୁ ବଢ଼ି ୨ ଲକ୍ଷ ୪୫ ହଜାର ଟଙ୍କାରେ ପହଞ୍ଚିଛି। ଅର୍ଥାତ୍ ଗୋଟିଏ ଦିନରେ ରୁପା ଦରରେ ୧୦ ହଜାର ଟଙ୍କା ବୃଦ୍ଧି ହୋଇଛି। ଗତ ୭ ସପ୍ତାହ ମଧ୍ୟରେ ଆଜି ରୁପାର ଦର ସର୍ବାଧିକ ରହିଛି। ଆନ୍ତର୍ଜାତୀୟ ବଜାରରେ ଆମେରିକୀୟ ଡଲାର ଓ ବଣ୍ଡ୍ ଯିଲ୍ଡରେ ବଡ଼ ହ୍ରାସ ସୁନା ଦର ବୃଦ୍ଧିର ଏକ ପ୍ରମୁଖ କାରଣ ବୋଲି କୁହାଯାଉଛି। ଏହାର ପ୍ରଭାବରେ ସୁନା ଦର ଦୁଇ ମାସରୁ ଅଧିକ ସମୟର ସର୍ବୋଚ୍ଚ ସ୍ତର ନିକଟରେ ରହିଛି। ଏହା ସହ ଆମେରିକା ପକ୍ଷରୁ ଇରାନ ଉପରେ ନୂଆ ଆର୍ଥିକ କଟକଣା ଘୋଷଣା ପରେ ଅଶୋଧିତ ତୈଳ ଦରରେ ମଧ୍ୟ ୨ ପ୍ରତିଶତରୁ ଅଧିକ ବୃଦ୍ଧି ହୋଇଛି। ଅନ୍ତର୍ଜାତୀୟ ବଜାରର ଏହି ଅସ୍ଥିରତାର ପ୍ରଭାବ ମୂଲ୍ୟବାନ ଧାତୁ ବଜାର ଉପରେ ପଡ଼ୁଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

IT ରେଡ୍‌କୁ ନେଇ ମୁହଁ ଖୋଲିଲେ ରକୁଲପ୍ରୀତ: କହିଲେ, ମୁଁ ୨୦ ବର୍ଷ ବୟସରୁ…

ମୁମ୍ବାଇ: ହିନ୍ଦୀ, ତେଲୁଗୁ ଓ ତାମିଲ ସିନେମାରେ ଅଭିନୟ କରିଥିବା ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଏବେ ଆୟକର ବିଭାଗର ନଜରରେ ଅଛନ୍ତି। ନିକଟରେ ରକୁଲ ଏବଂ…

ନାଗାଲାଣ୍ଡରେ ଓଡ଼ିଆ ଯବାନ ଶହୀଦ, ରାୟଗଡ଼ାରେ ଶୋକର ଛାୟା

ରାୟଗଡ଼ା,୬।୧୦(ଜଗନ୍ନାଥ ଗୌଡ଼): ନାଗାଲାଣ୍ଡରେ ସୋମବାର ଜଣେ ଓଡ଼ିଆ ଯବାନ ଶହୀଦ ହୋଇଯାଇଛନ୍ତି। ଶହୀଦ ଯବାନ ଜଣକ ହେଲେ ରାୟଗଡ଼ାର ଭି. ତେଜା। ସେ ଭାରତୀୟ ସେନାର ଆସାମ…

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଚଢ଼ିଗଲା ହାଇୱା, ୩….

ଗଜପତି,୬।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ଥାନା ଅନ୍ତର୍ଗତ ବଡ଼ଗାଁ ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ…

ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ, ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୬।୧୦: IPL ୨୦୨୭ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ ହୋଇଛି । ପୂର୍ବତନ ଭାରତୀୟ କ୍ରିକେଟର୍ ତଥା ପୂର୍ବତନ BCCI ସଭାପତି ସୌରଭ ଗାଙ୍ଗୁଲିଙ୍କୁ ଦିଲ୍ଲୀ…

ରାହୁଙ୍କ ନକ୍ଷତ୍ର ପରିବର୍ତ୍ତନ: ଏହି ୩ ରାଶି ହେବେ ମାଲାମାଲ, ଖୋଲିବ ସଫଳତାର ଦ୍ୱାର

ଜ୍ୟୋତିଷ ଶାସ୍ତ୍ରରେ କେବଳ ଗ୍ରହଙ୍କ ରାଶି ପରିବର୍ତ୍ତନ ନୁହେଁ, ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ଗୁରୁତ୍ୱ ଦିଆଯାଏ। ବିଶେଷକରି ରାହୁ ଓ କେତୁ ଭଳି ଛାୟାଗ୍ରହଙ୍କ ଚଳନ…

ସମୟରେ ଆସୁନାହାନ୍ତି ଡାକ୍ତର: ପାଇକମାଳ CHC ଆଗରେ ବିଧାୟିକାଙ୍କ ଧାରଣା, ଏସ୍‌ଡିଏମ୍‌ଓ ଆସି କହିଲେ…

ପାଇକମାଳ,୬।୧୦(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ନିୟୋଜିତ ଡାକ୍ତରଙ୍କ ହସ୍ପିଟାଲ ବିଳମ୍ବରେ ଆସିବା ନେଇ କିଛିଦିନ ହେଲା ରୋଗୀ ଏବଂ ସମ୍ପର୍କିୟଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?