ତାମିଲନାଡୁରୁ ବ୍ରହ୍ମପୁର ସୁନା ଚାଲାଣ : ୪କେଜି ସୁନା, ୨୩୫କେଜି ରୂପା ଅଳଙ୍କାର ଜବତ

ବ୍ରହ୍ମପୁର ଅଫିସ,୫ା୧୨- ଅନ୍ଧପସରା ରୋଡ୍‌ରେ ଗାଡିମୋଟର ଯାଞ୍ଚ ବେଳେ ଶନିବାର ଏକ ଗହଣା ଚାଲାଣ ରାକେଟ୍‌ର ପର୍ଦ୍ଦାଫାସ୍‌ କରିଛି ବ୍ରହ୍ମପୁର ଗୋଷାଣୀ ନୂଆଗଁା ପୋଲିସ। ଏକ କାରରୁ ୪ କେଜି ସୁନା ଓ ୨୩୫ କେଜି ରୂପା ଅଳଙ୍କାର ଜବତ କରଛି। ଘଟଣାରେ ସମ୍ପୃକ୍ତ ୩ ଜଣଙ୍କୁ ଅଟକ ରଖିଛି। ଅଳଙ୍କାରର କୌଣସି କାଗଜପତ୍ର ଦେଖାଇ ନ ପାରିବାରୁ ଟିକସ ଫାଙ୍କି ଏହା ଚାଲାଣ କରାଯାଉଥିବା ପୋଲିସ ସନ୍ଦେହ କରୁଛି। ଏନେଇ ଜିଏସ୍‌ଟି ବିଭାଗକୁ ଖବର ଦିଆଯାଇଥିବା ଥାନାଧିକାରୀ ସୁମିତ କୁମାର ସୋରେନ ସୂଚନା ଦେଇଛନ୍ତି।
ପ୍ରକାଶ ଯେ, ଗୋଷାଣିନୂଆଗଁା ପୋଲିସ ଶନିବାର ରାତିରେ ଅନ୍ଧପସରା ରୋଡ୍‌ରେ ବ୍ଲକିଂ କରି ଗାଡି ଯାଞ୍ଚ କରୁଥିଲା। ଏହି ସମୟରେ ତାମିଲନାଡୁ ରେଜିଷ୍ଟ୍ରେସନ ନମ୍ବର ଥିବା ଏକ କାର ହଳଦିଆପଦର ଓଭର୍‌ବ୍ରିଜ ଦେଇ ବ୍ରହ୍ମପୁର ସହରକୁ ପ୍ରବେଶ କରିଥିଲା। ପୋଲିସ କାର୍‌କୁ ଅଟକାଇ ଯାଞ୍ଚବେଳେ ସୁନା ଓ ରୂପା ଅଳଙ୍କାର ଭର୍ତ୍ତି ବ୍ୟାଗ ମିଳିଥିଲା। କାର୍‌ରେ ବସିଥିବା ୩ ଯୁବକ ଗହଣାର କୌଣସି କାଗଜପତ୍ର ଦେଖାଇ ପାରି ନଥିଲେ। ସନ୍ଦେହ ହେବାରୁ ପୋଲିସ ଅଳଙ୍କାର ବ୍ୟାଗ ଗୁଡିକୁ ଜବତ କରିବା ସହ ୩ଜଣଙ୍କୁ ଥାନାକୁ ଆଣିଥିଲା। ଯୁବକମାନେ ତାମିଲନାଡୁର ବୋଲି ଜଣାପଡିଛି। ତେବେ ଏମାନେ କେଉଁ ବ୍ୟବସାୟୀଙ୍କ ନିକଟକୁ ଏତେ ପରିମାଣର ଅଳଙ୍କାର ନେଇ ଯାଉଥିଲେ ତାହା ସ୍ପଷ୍ଟ ହୋଇ ନାହିଁ। ଏନେଇ ଅଧିକ ତଦନ୍ତ ଚାଲିଥିବା ଥାନାଧିକାରୀ ସୋରେନ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖୁବ ଷ୍ଟାଇଲିସ ଥିଲେ ଖାଲେଦା ଜିଆ, ହାଲ୍‌କା ଶାଢିକୁ ବଡ଼ ବଡ଼ ସନ୍‌ଗ୍ଲାସ, ପୂରା ସାଉଥ ଏସିଆର ଚର୍ଚ୍ଚିତ ଷ୍ଟାଇଲ ଥିଲା…

ଢାକା,୩୦।୧୨: ପୂର୍ବତନ ବାଂଲାଦେଶ ପ୍ରଧାନମନ୍ତ୍ରୀ ଏବଂ ବିଏନପି ମୁଖ୍ୟ ଖାଲେଦା ଜିଆଙ୍କୁ ପ୍ରାୟତଃ ରାଜନୀତି, ସଂଘର୍ଷ ଏବଂ ଶକ୍ତିର ପ୍ରତୀକ ଭାବରେ ଦେଖାଯାଏ। ତଥାପି, ତାଙ୍କର...

ବାରଙ୍ଗ ଅତିରିକ୍ତ ତହସିଲଦାରଙ୍କ ଘରେ ଭିଜିଲାନ୍ସ ରେଡ୍, ଏକକାଳୀନ ୪ଟି ସ୍ଥାନରେ ଚଢାଉ

ଭୁବନେଶ୍ବର,୩୦।୧୨: ପୁଣି ଭିଜିଲାନ୍ସ ଜାଲରେ ସରକାରୀ ବାବୁ । ବାରଙ୍ଗ ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଘରେ ଭିଜିଲାନ୍ସ ଚଢାଉ  କରିଛି । ବେଆଇନ ସମ୍ପତ୍ତି...

Khaleda Zia Death: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କର ଭାରତ ସହ ଥିଲା କ’ଣ କନ୍ସେନ? ଜାଣନ୍ତୁ…

ଢାକା,୩୦।୧୨: ବାଂଲାଦେଶ ରାଜନୀତିର ଜଣେ ପ୍ରବୀଣ ବ୍ୟକ୍ତିତ୍ୱ ଏବଂ ଦେଶର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଖାଲେଦା ଜିଆଙ୍କର ମଙ୍ଗଳବାର (ଡିସେମ୍ବର ୩୦, ୨୦୨୫)ରେ ୮୦ ବର୍ଷ...

ମୃତ୍ୟୁର ୪ବର୍ଷ ପରେ ମଧ୍ୟ ସହାୟତା ମିଳୁନି: ହଇରାଣ ହେଉଛନ୍ତି ହିତାଧିକାରୀ

ନୂଆପଡ଼ା,୩୦।୧୨(ମକାରୁ ବେମାଲ):ନୂଆପଡ଼ା ଜିଲାରେ ଶ୍ରମକାର୍ଡ ଧାରୀଙ୍କ ମୃତ୍ୟୁର ୪ବର୍ଷ ପରେ ମଧ୍ୟ ସହାୟତା ମିଳୁନି। ବିଭାଗୀୟ ଅଧିକାରୀ ଓ କର୍ମଚାରୀମାନଙ୍କ ଅବହେଳା ଯୋଗୁ ଯୋଜନାଗୁଡିକ ଗରିବ...

First Banknote: କେଉଁ ଦେଶରେ ତିଆରି ହୋଇଥିଲା ବିଶ୍ୱର ପ୍ରଥମ ନୋଟ୍, ଜାଣନ୍ତୁ କିଏ …

ଆଜିକା ସମୟରେ ଯେତେବେଳେ ଆମେ ଟଙ୍କା ବିଷୟରେ ଚିନ୍ତା କରୁ, କାଗଜ ମୁଦ୍ରା ବହୁତ ସାଧାରଣ ମନେହୁଏ। କିନ୍ତୁ ଧାତୁ ମୁଦ୍ରା ବଦଳରେ କାଗଜ ବ୍ୟବହାର...

‘ନେତାନ୍ୟାହୁ ନ ଥିଲେ ଆଜି ମାନଚିତ୍ରରେ ହୁଏତ ଇସ୍ରାଏଲ ନ ଥାଆନ୍ତା’, କାହିଁକି ଏମିତି କହିଲେ ଟ୍ରମ୍ପ? ଜାଣନ୍ତୁ ଏହାର କାରଣ

ଓ୍ବାଶିଂଟନ,୩୦ ।୧୨: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ସୋମବାର ଆମେରିକାର ଫ୍ଲୋରିଡାରେ ପହଞ୍ଚିଥିଲେ, ଯେଉଁଠାରେ ସେ ପୂର୍ବତନ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିଥିଲେ। ଏହି...

ଜାଡ଼ରେ ଥରୁଛି ଓଡ଼ିଶା: ୧୦ ଡିଗ୍ରୀ ତଳେ ୧୫ ସହର

ଭୁବନେଶ୍ୱର,୩୦।୧୨(ବନ୍ଦନା ସେଠୀ):ଜାଡ଼ରେ ଥରୁଛି ସାରା ରାଜ୍ୟ। ନୂଆବର୍ଷ ପର୍ଯ୍ୟନ୍ତ ଶୀତରେ ସେଭଳି କିଛି ବଡ଼ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ତେବେ ଆସନ୍ତା ୨୪ ଘଣ୍ଟା...

‘ଆଣ୍ଟିବାୟୋଟିକ ପାଇଁ ବଢୁଛି ନିରବ ମହାମାରୀ’, ମୋଦିଙ୍କ ପରାମର୍ଶକୁ ନେଇ ବିଶେଷଜ୍ଞ କହିଲେ ସମୟ ଆବଶ୍ୟକ

ନୂଆଦିଲ୍ଲୀ,୩୦।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଣ୍ଟିବାୟୋଟିକ ଅପବ୍ୟବହାର ବିରୋଧରେ ବାର୍ତ୍ତା ସମୟର ଆବଶ୍ୟକତା ଏବଂ ଦେଶରେ ଦ୍ରୁତ ଗତିରେ ବଢୁଥିବା ଆଣ୍ଟିମାଇକ୍ରୋବାୟଲ ପ୍ରତିରୋଧ (AMR)ର ଗମ୍ଭୀର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri