Posted inଜାତୀୟ

ସୁନା ସ୍ମଗଲିଂ ଆତଙ୍କବାଦୀ କାର୍ଯ୍ୟକଳାପ ନୁହେଁ, ହାଇକୋର୍ଟ…

ଥିରୁଭାନନ୍ତପୁରମ୍‌,୩।୧୧: ସୁନା ସ୍ମଗଲିଂ ଆତଙ୍କବାଦୀ କାର୍ଯ୍ୟକଳାପ ନୁହେଁ। ଏହା ଦ୍ୱାରା ଦେଶର ଆର୍ଥିକ ସ୍ଥିତି ଖରାପ ହେବାର ଆଶଙ୍କା ରହିଥାଏ। ମାତ୍ର ଦେଶର ସୁରକ୍ଷା ଉପରେ ପ୍ରଶ୍ନ ଚିହ୍ନ ଲାଗି ନ ଥାଏ ବୋଲି କେରଳ ହାଇକୋର୍ଟ କହିଛନ୍ତି। ଏହା ସହିତ କୋର୍ଟ ସୁନା ସ୍ମଗଲିଂ ଘଟଣାରେ ଅଭିଯୁକ୍ତା ସ୍ବପ୍ନା ସୁରେଶ ଏବଂ ଅନ୍ୟ ୭ ଜଣଙ୍କ ଜାମିନ ମଞ୍ଜୁର କରିଛନ୍ତି। ୨୦୨୦ରେ ସେମାନଙ୍କ ବିରୋଧରେ ଅଭିଯୋଗ ଅଣାଯାଇଥିଲା। ସେମାନେ ୩୦.୪୨୨ କିଲୋଗ୍ରାମ୍‌ ସୁନା ଆଣୁଥିଲେ। ଏହାର ଆନୁମାନିକ ମୂଲ୍ୟ ୧୪.୮୨ କୋଟି ଟଙ୍କା ବୋଲି ଆକଳନ କରାଯାଇଥିଲା।

୨୦୨୧ ମାର୍ଚ୍ଚ ୧୪ରେ ସ୍ବତନ୍ତ୍ର କୋର୍ଟ ସେମାନଙ୍କ ଜାମିନ ଆବେଦନ ନାମଞ୍ଜୁର କରିଥିଲେ। ପରେ ସେମାନେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।

ବିଚାରପତି କେ. ବିନୋଦ ଚନ୍ଦ୍ରା ଏବଂ ସି. ଜୟଚନ୍ଦ୍ରନଙ୍କ ନେତୃତ୍ୱରେ ଗଠିତ ଖଣ୍ଡପୀଠ ଏହି ମାମଲାର ବିଚାର କରି ଏଭଳି ରାୟ ଦେଇଛନ୍ତି। ସ୍ମଗଲଙ୍କୁ ଆତଙ୍କବାଦୀ କୁହାଯାଇ ପାରିବ ନାହିଁ ବୋଲି କୋର୍ଟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣିଥରେ ଠପ ହେଲା ଏକ୍ସ, ୫ ଦିନରେ ଦୁଇଥର

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୯।୪: ପୂର୍ବରୁ ଟୁଇଟର ଭାବରେ ଜଣାଶୁଣା ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ପୁଣିଥରେ ବନ୍ଦ ହେବାର ଖବର ଆସିଛି। ବ୍ୟବହାରକାରୀମାନେ ଲଗାତାର ସୋସିଆଲ ମିଡିଆରେ ଅଭିଯୋଗ...

ଟ୍ରାଫିକ ବ୍ୟବସ୍ଥା ସମ୍ଭାଳିଲେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ଭିଡିଓ ଭାଇରାଲ

ଲକ୍ଷ୍ନୌ,୨୯।୪: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଉତ୍ତରପ୍ରଦେଶର ଲକ୍ଷ୍ନୌ ଆସନରୁ ଭାଜପା ପ୍ରାର୍ଥୀ ଭାବରେ ପୁନଃ ମନୋନୀତ ହୋଇଛନ୍ତି। ସୋମବାର ସେ ଏଠାରୁ ପ୍ରାର୍ଥିପତ୍ର ଦାଖଲ...

ଫସିଗଲେ କହ୍ନେୟା କୁମାର, ଉଦିତ ରାଜ

ନୂଆଦିଲ୍ଲୀ,୨୯।୪: କହ୍ନେୟା କୁମାର ଏବଂ ଉଦିତ ରାଜଙ୍କୁ ଲୋକ ସଭା ପ୍ରାର୍ଥୀ କରାଯିବା ପରେ ଦିଲ୍ଲୀ କଂଗ୍ରେସରେ ଯେଉଁ ଆଲୋଡ଼ନ ସୃଷ୍ଟି ହୋଇଛି, ତାହା ଏପର୍ଯ୍ୟନ୍ତ...

କଂଗ୍ରେସକୁ ବଡ ଝଟ୍‌କା, ନାମାଙ୍କନ ଫେରାଇ ନେଲେ ପ୍ରାର୍ଥୀ

ଇନ୍ଦୋର,୨୯।୪: ଲୋକ ସଭା ନିର୍ବାଚନ ପୂର୍ବରୁ ଇନ୍ଦୋରରେ କଂଗ୍ରେସକୁ ବଡ ଝଟ୍‌କା ଲାଗିଛି। କଂଗ୍ରେସ ପ୍ରାର୍ଥୀ ଅକ୍ଷୟ କାନ୍ତି ବାମ ଆଜି ଦଳକୁ ଚକିତ କରି...

ମମତା ସରକାରଙ୍କୁ ସୁପ୍ରିମକୋର୍ଟରୁ ଲାଗିଲା ବଡ ଝଟ୍‌କା

ନୂଆଦିଲ୍ଲୀ,୨୯।୪: ପଶ୍ଚିମବଙ୍ଗର ମମତା ବାନାର୍ଜୀ ସରକାର ସନ୍ଦେଶଖାଲି ମାମଲାରେ ସୁପ୍ରିମକୋର୍ଟଙ୍କଠାରୁ କୌଣସି ଆଶ୍ୱସ୍ତି ପାଇନାହାଁନ୍ତି। ଏହି ମାମଲାର ଶୁଣାଣି ବେଳେ ସୁପ୍ରିମକୋର୍ଟ କହିଛନ୍ତି ଯେ ସନ୍ଦେଶଖାଲି...

ଜମ୍ମୁ-କଶ୍ମୀରରେ ତୁଷାରପାତ

ଶ୍ରୀନଗର,୨୯ା୪: ଏପ୍ରିଲର ଶେଷ ଦିନରେ ଜମ୍ମୁ-କଶ୍ମୀରରେ ପାଣିପାଗ ଧାରା ବଦଳିଛି। ଗୁରେଜ, ମଛିଲ, ରାଜଦାନ ସମେତ ରାଜ୍ୟର ଅନେକ ପାହାଡ଼ିଆ ଅଞ୍ଚଳରେ ତୁଷାରପାତ ହୋଇଛି। ଏଥି...

ନିର୍ବାଚନ ପ୍ରଚାର ପାଇଁ ଜେଲରୁ ବାହାରକୁ ଆସି ପାରିବେନି ହେମନ୍ତ ସୋରେନ

ନୂଆଦିଲ୍ଲୀ,,୨୯।୪: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଗିରଫଦାରୀ ଏବଂ ଇଡି କାର୍ଯ୍ୟାନୁଷ୍ଠାନ ବିରୋଧରେ ତାଙ୍କ ଆବେଦନ ଉପରେ ସୁପ୍ରିମକୋର୍ଟ କୌଣସି ବିଜ୍ଞପ୍ତି ପ୍ରକାଶ କରିନାହାଁନ୍ତି।...

ପ୍ରାର୍ଥିପତ୍ର ଦାଖଲ କଲେ ରାଜନାଥ ସିଂ

ଲକ୍ଷ୍ନୌ,୨୯ା୪: କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ସୋମବାର ତାଙ୍କର ପ୍ରାର୍ଥତ୍ପତ୍ର ଦାଖଲ କରିଛନ୍ତି। ବିଶାଳ ଶୋଭାଯାତ୍ରାରେ ଆସି ରାଜନାଥ ସିଂ ତାଙ୍କର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଆଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri