Posted inଖେଳ

ବାପିଙ୍କୁ ସ୍ବର୍ଣ୍ଣ, ଓଡ଼ିଶାକୁ ୫ ପଦକ

ଭୁବନେଶ୍ୱର, ୧୩।୩ (କ୍ରୀଡ଼ା ପ୍ରତିନିଧି): କର୍ନାଟକର ଉଡୁପ୍ପିଠାରେ ଅନୁଷ୍ଠିତ ୧୮ତମ ଜାତୀୟ ୟୁଥ୍‌ (୧୮ ବର୍ଷରୁ କମ୍‌) ଆଥଲେଟିକ୍‌ ଚାମ୍ପିୟନଶିପ୍‌ର ଅନ୍ତିମ ଦିବସ ରବିବାର ଓଡ଼ିଶାକୁ ୩ ପଦକ ମିଳିଛି। ଫଳରେ ଓଡ଼ିଶାର ପଦକ ସଂଖ୍ୟା ମୋଟ୍‌ ୫ରେ ପହଞ୍ଚତ୍ଛି। ବାପି ହାଂସ୍‌ଦା ୪୦୦ ମିଟର ହର୍ଡଲ୍ସରେ ସ୍ବର୍ଣ୍ଣ ପଦକ ଲାଭ ସହ ଏସିଆନ ୟୁଥ୍‌ ଆଥଲେଟିକ୍ସ ଚାମ୍ପିୟନଶିପ୍‌ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି। ସେ ୫୧.୯୫ ସେକେଣ୍ଡ ସମୟ ନେଇଥିବାବେଳେ ଏସୀୟ ପ୍ରତିଯୋଗିତାର କ୍ୱାଲିଫାଇଂ ଟାଇମିଂ ହେଉଛି ୫୩.୩୪ ସେକେଣ୍ଡ। ତାମିଲନାଡ଼ୁର ବିଷ୍ଣୁ ଶ୍ରୀ ଏବଂ ଜେରୋମି ସଞ୍ଜୟ ୫୪.୦୫ ଓ ୫୪.୯୩ ସେକେଣ୍ଡ ସମୟ ନେଇ ଯଥାକ୍ରମେ ରୌପ୍ୟ ଓ ବ୍ରୋଞ୍ଜ ପଦକ ପାଇଛନ୍ତି।

ମହମ୍ମଦ ରେୟନ ବାଶା ୨୦୦ ମିଟର ରେସ୍‌କୁ ୨୨.୨୨ ସେକେଣ୍ଡ ସମୟ ନେଇ ରୌପ୍ୟ ପଦକ ପାଇଛନ୍ତି। ବ୍ୟକ୍ତିଗତ ଭାବେ ଏହା ଥିଲା ତାଙ୍କର ଦ୍ୱିତୀୟ ପଦକ। ଶନିବାର ସେ ୧୦୦ ମିଟର ରେସ୍‌ରେ ସ୍ବର୍ଣ୍ଣ ପଦକ ପାଇଥିଲେ। ୨୦୦ ମିଟରରେ ମଧ୍ୟପ୍ରଦେଶର ଅଭୟ ସିଂ ୨୧.୮୭ ସେକେଣ୍ଡ ସହ ସ୍ବର୍ଣ୍ଣ ଓ ଉତ୍ତର ପ୍ରଦେଶର ଶିବମ୍‌ ୨୨.୨୯ ସେକେଣ୍ଡ ସମୟ ନେଇ ବ୍ରୋଞ୍ଜ ପଦକ ପାଇଥିଲେ। ଅନ୍ତିମ ଦିବସରେ ଓଡ଼ିଶାକୁ ତୃତୀୟ ପଦକ ଦେଇଥିଲେ ୟୁଥ୍‌ ମିଡ୍‌ଲେ ରିଲେ ଟିମ୍‌। ମହମ୍ମଦ ରେୟନ ବାଶା, ରାଜେନ୍ଦ୍ର ସିନ୍ଧ, ଚିନ୍ମୟ ନାଗ ଓ ବାପି ହାଂସ୍‌ଦାଙ୍କୁ ନେଇ ଗଠିତ ଦଳ ୧ ମିନିଟ ୫୭.୫୫ ସେକେଣ୍ଡ ସମୟ ନେଇ ରୌପ୍ୟ ପଦକ ହାସଲ କରିଥିଲା।

ପ୍ରତିଯୋଗିତାରେ ଓଡ଼ିଶା ୨ ସ୍ବର୍ଣ୍ଣ, ୨ ରୌପ୍ୟ ଓ ଗୋଟିଏ ବ୍ରୋଞ୍ଜ ପଦକ ପାଇଛି। ଏସିଆନ ୟୁଥ୍‌ ଆଥଲେଟିକ୍‌ ଚାମ୍ପିୟନଶିପ୍‌ ଏପ୍ରିଲ ଶେଷ ସପ୍ତାହରେ ଉଜ୍‌ବେକିସ୍ତାନରେ ଅନୁଷ୍ଠିତ ହେବ। ପଦକ ବିଜୟୀ ଓଡ଼ିଆ ପ୍ରତିଯୋଗୀଙ୍କୁ ଓଡ଼ିଶା ଆଥଲେଟିକ୍ସ ଆସୋସିଏଶନ ସମ୍ପାଦକ ଆଶୀର୍ବାଦ ବେହେରା ଓ ସଭାପତି ଜି.ଏସ୍‌. ପଟ୍ଟନାୟକ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri