Posted inଖେଳ

ଐଶ୍ୱରୀ ପ୍ରତାପଙ୍କୁ ସ୍ବର୍ଣ୍ଣ

କାଇରୋ, ୨୩ା୨ (ପି.ଟି): କାଇରୋରେ ଅନୁଷ୍ଠିତ ବିଶ୍ୱ ଶୁଟିଂ ଚାମ୍ପିୟନଶିପରେ ଭାରତର ଆଧିପତ୍ୟ ଜାରି ରହିଛି। ବୁଧବାର ୫୦ ମିଟର ରାଇଫଲ ଥ୍ରୀ ପୋଜିସନରେ ଭାରତର ଐଶ୍ୱରୀ ପ୍ରତାପ ସିଂ ତୋମାର ସ୍ବର୍ଣ୍ଣ ପଦକ ଜିତିଛନ୍ତି। ଅଷ୍ଟ୍ରିଆର ଆଲେକ୍‌ଜାଣ୍ଡର ସ୍ମ୍ରିଲ୍‌ଙ୍କୁ ୧୬-୬ରେ ପରାସ୍ତ କରିଛନ୍ତି ୨୨ ବର୍ଷୀୟ ତୋମାର। ଏହା ପୂର୍ବରୁ ଚାଙ୍ଗଓନ୍‌ ବିଶ୍ୱକପରେ ମଧ୍ୟ ସେ ସ୍ବର୍ଣ୍ଣ ପଦକ ହାସଲ କରିଥିଲେ। ର଼୍ୟାଙ୍କିଙ୍ଗ ରାଉଣ୍ଡରେ ତୋମାର ଦ୍ୱିତୀୟ ସ୍ଥାନରେ ରହିଥିଲେ। ତୋମାର ୪୦୬.୪ ପଏଣ୍ଟ ସ୍କୋର କରିଥିବା ବେଳେ ଆଲେକଜାଣ୍ଡର ୪୦୭.୯ ପଏଣ୍ଟ ସ୍କୋର କରିଥିଲେ। ଯୋଗ୍ୟତା ପର୍ଯ୍ୟାୟ ରାଉଣ୍ଡରେ ୫୮୮ ପଏଣ୍ଟ ସହିତ ଐଶ୍ୱରୀ ପ୍ରଥମ ସ୍ଥାନରେ ରହିଥିଲେ। ଅନ୍ୟତମ ଭାରତୀୟ ଅଖିଳ ସିଓରାନ ୫୮୭ ପଏଣ୍ଟ ସହିତ ଦ୍ୱିତୀୟ ସ୍ଥାନରେ ରହିଥିଲେ ମଧ୍ୟ ର଼୍ୟାଙ୍କିଂ ରାଉଣ୍ଡରୁ ଆଗକୁ ବଢିପାରିନଥିଲେ। ଚଳିତ ବିଶ୍ୱ ଶୁଟିଂ ଚାମ୍ପିୟନଶିପରେ ଏହା ଭାରତର ଷଷ୍ଠ ପଦକ। ଏହା ମଧ୍ୟରେ ୪ଟି ସ୍ବର୍ଣ୍ଣ ପଦକ ରହିଛି। ଏହା ପୂର୍ବରୁ ୧୦ ମିଟର ଏୟାର ରାଇଫଲ ମିକ୍ସଡ ଟିମ୍‌ ବର୍ଗରେ ଆର. ନର୍ମଦା ନିତିନ ଓ ରୁଦ୍ରାଂକ୍ଷ, ୧୦ ମିଟର ଏୟାର ରାଇଫଲରେ ରୁଦ୍ରାଂକ୍ଷ ସ୍ବର୍ଣ୍ଣ ବିଜୟୀ ହୋଇଥିଲେ। ୧୦ ମିଟର ଏୟାର ପିସ୍ତଲ ବର୍ଗରେ ବରୁଣ ତୋମାର ବ୍ରୋଞ୍ଜ ବିଜୟୀ ହୋଇଥିବା ବେଳେ ରିଦିମ୍‌ ସାଙ୍ଗଓ୍ବନ ସ୍ବର୍ଣ୍ଣ ବିଜୟୀ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…

୧୬ ନମ୍ବର ଜାତୀୟ ରାଜପଥ ବଡ଼ ଘାଟି ଉପରେ ଓଲଟିଲା ଏସିଡି ଟ୍ୟାଙ୍କର

ଖଲ୍ଲିକୋଟ,୩୧।୩(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ବଡ଼ଘାଟି ଉପରେ ମଙ୍ଗଳବାର ଅପରାହ୍ନରେ ଏକ ଏସିଡି ବୋଝେଇ ଟ୍ୟାଙ୍କର ଓଲଟି ପଡିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri