Posted inଖେଳ

ନିଖତ୍‌, ଲଭ୍‌ଲିନାଙ୍କୁ ସ୍ବର୍ଣ୍ଣ

ନୂଆଦିଲ୍ଲୀ,୨୭ା୩(ପି.ଟି.): ନୂଆଦିଲ୍ଲୀରେ ଅନୁଷ୍ଠିତ ବିଶ୍ୱ ମହିଳା ବକ୍ସିଂ ଚାମ୍ପିୟନଶିପ୍‌ରେ ରବିବାର ଭାରତ ପାଇଁ ଗୌରବ ଆଣିଛନ୍ତି ନିଖତ ଜରିନ ଓ ଲଭଲିନା ବୋରଗୋହେନ। ପ୍ରତିଯୋଗିତାରେ ଭାରତର ଆଧିପତ୍ୟ ଅବ୍ୟାହତ ରଖି ଦେଶପାଇଁ ଯଥାକ୍ରମେ ତୃତୀୟ ଓ ଚତୁର୍ଥ ସ୍ବର୍ଣ୍ଣ ପଦକ ଜିତିଛନ୍ତି ଜରିନ୍‌ ଓ ଲଭଲିନା। ରବିବାର ଅନୁଷ୍ଠିତ ୫୦ କେଜି ଓଜନ ବର୍ଗ ଫାଇନାଲରେ ନିଖତ ସମ୍ପୂର୍ଣ୍ଣ ପ୍ରାଧାନ୍ୟ ବିସ୍ତାର କରି ଏସିଆନ୍‌ ଚାମ୍ପିୟନ ତଥା ଭିଏତ୍‌ନାମର ନୁୟେନ୍‌ ଥି ଟାମ୍‌ଙ୍କୁ ୫-୦ରେ ପରାସ୍ତ କରଛନ୍ତି।

ଏଥିସହ ଭାରତର କିମ୍ବଦନ୍ତୀ ବକ୍ସର ଏମ୍‌ସି ମେରୀକମ୍‌ଙ୍କ ପରେ ଦ୍ୱିତୀୟ ବକ୍ସରଭାବେ ସେ ଦୁଇଥର ବିଶ୍ୱ ଚାମ୍ପିୟନଶିପ୍‌ ଜିତିବାର କୃତିତ୍ୱ ହାସଲ କରିଛନ୍ତି। ୫୦ କେଜି ବର୍ଗରେ ମେରୀ ୬ଥର ବିଶ୍ୱ ଚାମ୍ପିୟନଶିପ୍‌ ଟାଇଟଲ ହାସଲ କରିଥିଲେ। ଜରିନଙ୍କ ପରେ ଭାରତ ପାଇଁ ଖୁସି ଖବର ଆଣିଥିଲେ ଲଭଲିନା। ଅଲିମ୍ପିକ୍ସ ପଦକ ବିଜୟିନୀ ଲଭ୍‌ଲିନା ୭୫ କେଜି ବର୍ଗ ଫାଇନାଲରେ ଅଷ୍ଟ୍ରେଲିଆର କେଲଟିନ ପାର୍କରଙ୍କୁ ୫-୨ ବ୍ୟବଧାନରେ ପରାସ୍ତ କରିଥିଲେ।

ଦୁଇଥର ବ୍ରୋଞ୍ଜ ମେଡାଲିଷ୍ଟ ଲଭଲିନାଙ୍କର ଏହାହେଉଛି ପ୍ରଥମ ବିଶ୍ୱ ଚାମ୍ପିୟନଶିପ୍‌ ଟାଇଟଲ। ଏହା ପୂର୍ବରୁ ଶନିବାର ୪୮ କେଜି ଓଜନ ବର୍ଗରେ ନିତୁ ଘଂଘାସ ଓ ୮୧ କେଜିରେ ସାଓ୍ବିଟି ବୁରା ଭାରତ ପାଇଁ ସ୍ବର୍ଣ୍ଣ ହାସଲ କରିଥିଲେ। ୨୦୦୬ରେ ଦିଲ୍ଲୀରେ ଅନୁଷ୍ଠିତ ବିଶ୍ୱ ଚାମ୍ପିୟନଶିପ୍‌ରେ ଭାରତ ଏହାର ଶ୍ରେଷ୍ଠ ପ୍ରଦର୍ଶନ କରି ୪ ସ୍ବର୍ଣ୍ଣ ସହିତ ୮ ପଦକ ଜିତିଥିଲା। ପ୍ରକାଶ ଯୋଗ୍ୟ ଯେ, ୨୦୨୨ ଓ ୨୦୨୩ କ୍ରମାଗତ ବର୍ଷରେ ନିଖତ ବିଶ୍ୱ ଚାମ୍ପିୟନଶିପ୍‌ ଟାଇଟଲ ହାସଲ କରିଛନ୍ତି। ଭାରତର କିମ୍ବଦନ୍ତୀ ମହିଳା ବକ୍ସର ମେରୀ କମ୍‌ ୬ଥର(୨୦୦୨, ୨୦୦୫, ୨୦୦୬, ୨୦୦୮, ୨୦୧୦ ଓ ୨୦୧୮) ବିଶ୍ୱ ଚାମ୍ପିୟନ ରହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍‌ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍‌ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri