Posted inଖେଳ

ରାୟଗଡ଼ାର ଭାଇଭଉଣୀଙ୍କୁ ସ୍ବର୍ଣ୍ଣ

ରାୟଗଡ଼ା,୨।୧୧ (ଆଶିଷ ରଞ୍ଜନ ପଣ୍ଡା): ବିଶ୍ୱ କ୍ରସ୍‌ବୋ ଶୁଟିଂରେ ସ୍ବର୍ଣ୍ଣ ପଦକ ଜିତି ରାୟଗଡ଼ା ଜିଲା ଓ ଓଡ଼ିଶା ପାଇଁ ଗୌରବ ଆଣିଛନ୍ତି ଭାଇଭଉଣୀ ଏ.ଲୋହିତ ପଟ୍ଟନାୟକ ଓ ଏ.ନେହା ପଟ୍ଟନାୟକ ା ଇଣ୍ଡିଆନ୍‌ କ୍ରସ୍‌ବୋ ଶୁଟିଂ ଆସୋସିଏଶନ ପକ୍ଷରୁ ଉତ୍ତରପ୍ରଦେଶର ଆଗ୍ରାଠାରେ ଆୟୋଜିତ ବିଶ୍ୱ କ୍ରସ୍‌ବୋ ଶୁଟିଂରେ ରାୟଗଡ଼ା ହାଉସିଂ ବୋର୍ଡ କଲୋନି ବାସିନ୍ଦା ଆନନ୍ଦ ପଟ୍ଟନାୟକଙ୍କ ଝିଅ ନେହା ମହିଳା ଓପନ ଫ୍ରି ଷ୍ଟାଇଲରେ ସ୍ବର୍ଣ୍ଣ ପଦକ ହାସଲ କରିଥିବା ବେଳେ ପୁଅ ଲୋହିତ ମେନ୍ସ ଓପନ ଷ୍ଟାଣ୍ଡାର୍ଡ କାଟେଗୋରିରେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି ା ଅକ୍ଟୋବର ୨୫ରୁ ୩୧ ପର୍ଯ୍ୟନ୍ତ ଆଗ୍ରାଠାରେ ଆୟୋଜିତ ବିଶ୍ୱ କ୍ରସ୍‌ବୋ ଶୁଟିଂରେ ଭାରତ, ଇଷ୍ଟୋନିଆ, ୟୁନାଇଟେଡ୍‌ କିଙ୍ଗ୍‌ଡମ୍‌, ୟୁଏସ୍‌ଏ, ସୁଇଡେନ, ଅଷ୍ଟ୍ରେଲିଆ ଏବଂ ନ୍ୟୁଜିଲାଣ୍ଡ ଭଳି ଦେଶରୁ ୬୦ଜଣ ପ୍ରତିଯୋଗୀ ଭାଗ ନେଇଥିଲେ ା ଏଥିରେ କେନ୍ଦ୍ର ଆଇନ ମନ୍ତ୍ରୀ ଏସ୍‌ପି ସିଂ ବାଘେଲ ମୁଖ୍ୟ ଅତିଥି ଏବଂ ଉତ୍ତରପ୍ରଦେଶ ମନ୍ତ୍ରୀ ବେବିରବି ମୌର୍ଯ୍ୟ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ବିଶ୍ୱ କ୍ରସ୍‌ବୋ ଶୁଟିଂରେ ଉଭୟ ଭଉଣୀଭାଇଙ୍କ ଏହି କୃତିତ୍ୱ ହାସଲ ପାଇଁ ଜିଲାରୁ ଶୁଭେଚ୍ଛାର ସୁଅ ଛୁଟିଛି। ଆଗାମୀ ଦିନରେ ଭାଇଭଉଣୀ ଆଗକୁ ଏହିଭଳି ଜିଲାର ନାଁ ବିକାଶ କରିବେ ବୋଲି କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବାସଭବନରୁ ସହାୟକଙ୍କ ମୃତ୍ୟୁ ନେଇ ସନ୍ଦେହ: ରାତି ଅଧିଆ ଶବ ବ୍ୟବଛେଦକୁ ନେଇ ଉଠୁଛି ପ୍ରଶ୍ନ

ଭୁବନେଶ୍ୱର,୩୧।୧(ତ୍ରିନାଥ ମହାନ୍ତି): ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀଙ୍କ କୃଷ୍ଣ ପାତ୍ରଙ୍କ ସରକାରୀ କ୍ବାର୍ଟରରୁ ଘରୋଥ ସହାୟକଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ସନ୍ଦେହ ବଢିଛି। ଆହୁରି…

T20 World Cup ପାଇଁ ଆରମ୍ଭ ହେଲା କାଉଣ୍ଟ ଡାଉନ, ICC ରିଲିଜ କଲା Anthem song

ନୂଆଦିଲ୍ଲୀ,୩୧।୧: ICC ପୁରୁଷ T20 ବିଶ୍ୱକପ 2026 ଫେବୃଆରୀ ୭ରେ ଆରମ୍ଭ ହେବ। ଶ୍ରୀଲଙ୍କା ଭାରତ ସହିତ ଏହି ଟୁର୍ଣ୍ଣାମେଣ୍ଟର ସହ-ଆୟୋଜନ କରୁଛି। ମୋଟ ୨୦ଟି ଦଳ…

ବାଲ୍ୟ ବିବାହ ପାଇଁ ଚାଲିଥିଲା ପ୍ରସ୍ତୁତି, ପହଞ୍ଚିଗଲା ପ୍ରଶାସନ: ଆଉ ତା’ପରେ…

ଲୋଇସିଂହା,୩୧।୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ବ୍ଳକ ନଅଗାଁ(କ) ଗ୍ରାମରେ ଫେବୃଆରୀ ୨ରେ ହେବାକୁ ଥିବା ଏକ ବାଲ୍ୟ ବିବାହକୁ ଶନିବାର ରୋକିଛି ଜିଲା ପ୍ରଶାସନ। ଜିଲା…

ଦଶନ୍ଧିରେ ସର୍ବାଧିକ ଖସିଲା ରୁପା ଦର, ସୁନା ଦରରେ ବି ଲାଗିଲା ବ୍ରେକ୍‌, ସିଧା ୮୦୦୦ କମିଲା…

ଭୁବନେଶ୍ୱର,୩୧।୧: ସୁନା ଦରରେ ଲାଗିଲା ବ୍ରେକ୍‌। ଆଜି ପୁଣି କମିଲା ସୁନା ରୁପା ଦର। ୨୪ କ୍ୟାରେଟ ସୁନା ଦର ୮ହଜାର ୬୨୦ ଟଙ୍କା ହ୍ରାସ ପାଇଛି…

ସୁନେତ୍ରା ଉପମୁଖ୍ୟମନ୍ତ୍ରୀ ହେବା ନେଇ ଏମିତି କହିଦେଲେ ଶରଦ ପାଓ୍ବାର: ତେଜିଲା ବିବାଦ

ପୁଣେ,୩୧।୧: ମହାରାଷ୍ଟ୍ରର ରାଜନୀତିର ଚକ ପୁଣି ଥରେ ଘୂର୍ଣ୍ଣନ ଆରମ୍ଭ କରିଛି। ଉପ-ମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିମାନ ଦୁର୍ଘଟଣାରେ ମୃତ୍ୟୁ ପରେ ପରିବର୍ତ୍ତିତ ପରିସ୍ଥିତି ରାଜନୈତିକ କାର୍ଯ୍ୟକଳାପକୁ…

ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ: କ୍ଲାସ ନ କରି ଖଟି କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୩୧।୧: ଆକ୍ସନ୍‌ ମୋଡ୍‌ରେ ଉଚ୍ଚଶିକ୍ଷା ବିଭାଗ। ଏଣିକି କଲେଜରେ କ୍ଲାସ ନ କରି ଖଟି କରୁଥିବା ଅଧ୍ୟାପକ ଅଧ୍ୟାପିକାଙ୍କ ଉପରେ ନିଆଯିବ କଠୋର କାର୍ଯ୍ୟାନୁଷ୍ଠାନ। କଲେଜରେ ଅବହେଳା…

ସ୍ବାମୀଙ୍କ ଥଟ୍ଟାକୁ ସହିପାରିଲେନି ମଡେଲ ସ୍ତ୍ରୀ, ‘ମାଙ୍କଡ’ କହିଦେଲେ ବୋଲି…

ନୂଆଦିଲ୍ଲୀ,୩୧।୧: ମଜା କରିବା ଏକ ସୁଖୀ ପରିବାର ପାଇଁ ମହଙ୍ଗା ପଡିଲା। ସ୍ବାମୀ ତାଙ୍କ ସ୍ତ୍ରୀଙ୍କୁ ‘ମାଙ୍କଡ’ କହିଦେଲେ ବୋଲି ଆତ୍ମହତ୍ୟା କରିଦେଲେ ସ୍ତ୍ରୀ। ଏଭଳି ଘଟଣା…

ଫୁଲ ତୋଳିବା ପାଇଁ ଯାଇଥିଲେ ବୃଦ୍ଧା, ବାଟରେ ଘଟିଲା ବଡ଼ ଅଘଟଣ

ଦିଗପହଣ୍ଡି,୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ନିକଟରେ ଶନିବାର ଭୋର୍‌ ସମୟରେ ବାଇକ ଧକ୍କାରେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ହୋଇଛି। ବୃଦ୍ଧା ଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri