ପଞ୍ଜାବରୁ କଟକ ଆସୁଥିଲା ସୁନା

କଟକ ଅଫିସ,୧୬ା୭: ପଞ୍ଜାବରୁ ଓଡ଼ିଶାକୁ ଆସୁଥିଲା ପୁଳା ପୁଳା ସୁନା। ପରେ କଟକର ବିଭିନ୍ନ ଦୋକାନରେ ବିକ୍ରି ହେଉଥିଲା। ଏଥିପାଇଁ ଦୋକାନୀଙ୍କୁ ଜିଏସ୍‌ଟି ଦେବାକୁ ପଡୁ ନ ଥିଲା। ଟ୍ରେନ୍‌ରେ କୌଣସି ଧରପଗଡ଼ ନ ଥିବାରୁ ଦୀର୍ଘଦିନ ଧରି ଏହି ବେଆଇନ କାରବାର ଚାଲିଥିଲା। ଗୁରୁବାର ଏହି କାରବାରର ରହସ୍ୟ ଉନ୍ମୋଚନ କରିଛି କମିଶନରେଟ୍‌ ପୋଲିସ। ଏଥିରେ ସମ୍ପୃକ୍ତ ୩ ଜଣଙ୍କୁ କାବୁ କରିବା ସହ ୨ କିଲୋ ୨୯ ଗ୍ରାମ ମିଶ୍ରିତ ସୁନା ଜବତ କରିଛି। ଏହାର ଆନୁମାନିକ ମୂଲ୍ୟ ୫୩ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ହେବ। ଏତଦ୍‌ବ୍ୟତୀତ ୨୭,୮୦୦ ଖଣ୍ଡ ଗୋଲ୍ଡ ପ୍ଲେଟେଡ୍‌ ଅଳଙ୍କାର ଜବତ ହୋଇଛି। ପରେ ଜିଏସ୍‌ଟି ବିଭାଗ ପକ୍ଷରୁ ସେମାନଙ୍କଠାରୁ ୩ ଲକ୍ଷ ୨୩ ହଜାର ୧୧୮ ଟଙ୍କା ଜରିମାନା ଆଦାୟ କରାଯାଇଛି।
ଏ ସମ୍ପର୍କରେ କଟକ ଡିସିପି ପ୍ରତୀକ୍‌ ସିଂ କହିଛନ୍ତି, ବାହାର ଅଞ୍ଚଳରୁ ସୁନା ଅଣାଯାଇ କଟକରେ ବେଆଇନ ଭାବେ କାରବାର କରାଯାଉଥିଲା। ବିଶ୍ୱସ୍ତ ସୂତ୍ରରୁ ଖବରପାଇ ବୁଧବାର ସନ୍ଧ୍ୟାରେ ମାଲଗୋଦାମ ପୋଲିସ ଷ୍ଟେଶନବଜାର ଅଞ୍ଚଳରେ ଚଢ଼ାଉ କରିଥିଲା। ସେଠାରୁ ରଞ୍ଜନ ସାହୁ, ଗୁରୁଜିତ ସିଂ ଓ ମନପ୍ରୀତ ସିଂଙ୍କୁ ପୋଲିସ କାବୁ କରିଥିଲା। ପଞ୍ଜାବ ଅମୃତସରରୁ ଗୁରୁଜିତ ଓ ମନପ୍ରୀତ ଟ୍ରେନ୍‌ ଯୋଗେ ରଞ୍ଜନଙ୍କୁ ସୁନା ଦେବାକୁ ଆସିଥିବା ପଚରାଉଚରା ପରେ ଜଣାପଡିଥିଲା।
ଯାଞ୍ଚ ସମୟରେ ସୁନା ଅଳଙ୍କାରର କାଗଜପତ୍ର ଦେଖାଇପାରି ନ ଥିଲେ। ଫଳରେ ଜିଏସ୍‌ଟି ଫାଙ୍କିଥିବା ସମ୍ପର୍କରେ ଜଣାପଡିଥିଲା। ଜିଏସ୍‌ଟି ବିଭାଗ ଅଧିକାରୀ ପହଞ୍ଚତ୍ ସମସ୍ତ କାଗଜପତ୍ର ଯାଞ୍ଚ କରିବା ସହ ସେମାନଙ୍କଠାରୁ ଜରିମାନା ଆଦାୟ କରିବା ପରେ ସେମାନଙ୍କୁ ଛଡ଼ାଯାଇଥିବା ମାଲଗୋଦାମ ଥାନା ଅଧିକାରୀ ତୃପ୍ତି ରଞ୍ଜନ ନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri