Posted inଖେଳ

୨୦୧୬ରେ ସଙ୍କେତ ଦେଇଥିଲେ ଗୋଲ୍ଡେନ ବୟ

ଟୋକିଓ,୭।୮: ଟୋକିଓ ଅଲିମ୍ପିକ୍ସରେ ଭାରତ ପାଇଁ ଏକମାତ୍ର ସ୍ବର୍ଣ୍ଣ ପଦକ ଜିତିଛନ୍ତି ଗୋଲ୍ଡେନ ବୟ ନୀରଜ ଚୋପ୍ରା। ଟ୍ରାକ ଓ ଫିଲ୍ଡ ଇଭେଣ୍ଟରେ ଅଲିମ୍ପିକ୍ସ ପଦକ ଜିତିବାରେ ୨୩ ବର୍ଷୀୟ ନୀରଜ ପ୍ରଥମ ଭାରତୀୟ। ଏହି ବୃହତ୍‌ ସଫଳତା ହାତେବାର ୫ ବର୍ଷ ପୂର୍ବରୁ ସେ ଆସିଥିଲେ ଚର୍ଚ୍ଚାକୁ।

୨୦୧୬ରେ ୨୦ ବର୍ଷରୁ କମ୍‌ ବିଶ୍ୱ ଚାମ୍ପିୟନଶିପ୍‌ରେ ସେ ସ୍ବର୍ଣ୍ଣ ପଦକ ଜିତିଥିଲେ। ସେହି ବର୍ଷ ଆୟୋଜିତ ସାଉଥ୍‌ ଏସିଆନ୍‌ ଗେମ୍ସରେ ସ୍ବର୍ଣ୍ଣ ଓ ଏସିଆନ ଜୁନିୟର ଚାମ୍ପିୟନଶିପ୍‌ରେ ହାତେଇଥିଲେ ରୌପ୍ୟ ପଦକ। ଏସିଆନ ଗ୍ରାଁ ପ୍ରିର ପ୍ରତ୍ୟେକ ଇଭେଣ୍ଟର ପୋଡିୟମରେ ସ୍ଥାନ ପାଇଥିଲେ ନୀରଜ। ୨୦୧୭ରେ ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ଏସିଆନ ଚାମ୍ପିୟନଶିପରେ ମଧ୍ୟ ଜାରି ରହିଥିଲା ଗୋଲ୍ଡେନ ବୟଙ୍କ ସ୍ବର୍ଣ୍ଣିମ କ୍ୟାରିୟର। ମାତ୍ର ବିଶ୍ୱ ଚାମ୍ପିୟନଶିପ୍‌ରେ ତାଙ୍କୁ ବିଫଳତାର ସ୍ବାଦ ଚାଖିବାକୁ ପଡ଼ିଥିଲା। ୨୦୧୮ରେ ଏସିଆନ ଗେମ୍ସ ଓ କମନଓ୍ବେଲ୍‌ଥ ଗେମ୍‌ରେ ସ୍ବର୍ଣ୍ଣ ପଦକ ହାତେଇ ଥିଲେ। ଅଲିମ୍ପିକ୍ସର ସ୍ବର୍ଣ୍ଣିମ ଅଧ୍ୟାୟ ପୂର୍ବରୁ ନୀରଜଙ୍କ ଉପରୋକ୍ତ ସଫଳତା ଥିଲା ପୂର୍ବ ସୂଚନା। ଗତ ବର୍ଷ ୨୦୨୦ରେ ଫିନଲାଣ୍ଡରେ ଖେଳାଯାଇଥିବା ଏକ ଇଭେଣ୍ଟରେ ସେ ହାସଲ କରିଥିଲେ ଅଲିମ୍ପିକ୍ସ ଲାଗି ଯୋଗ୍ୟତା।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ଚାକିରି ଦେବା ନାଁରେ ଠକେଇ: ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଗିରଫ

ଛତ୍ରପୁର,୪।୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଯୁବପିଢ଼ିଙ୍କୁ ଚାକିରି କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ଛତ୍ରପୁର ଥାନା ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି।…

ପ୍ରଥମ ଥର ଭାରତ-ଜାପାନ ଖେଳିବେ ଟି୨୦ମ୍ୟାଚ

ନୂଆଦିଲ୍ଲୀ, ୪ା୯: ଏସିଆନ ଗେମ୍ସ ପୂର୍ବରୁ ସେପ୍ଟେମ୍ବର ୨୨ରେ ଭାରତୀୟ ପୁରୁଷ କ୍ରିକେଟ ଦଳ ଜାପାନ ବିପକ୍ଷରେ ପ୍ରଥମ ଥର ଏକ ଅନ୍ତର୍ଜାତୀୟ ଟି୨୦ ମ୍ୟାଚ ଖେଳିବ।…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଖିମଜୀ ଦୟାଭାଇ କୋ.ଗ୍ରୁପ୍‌ ପାଳନ କରୁଛି ୯୦ ବର୍ଷର ବିଶ୍ୱାସ, କାରିଗରୀ ଓ ସଫଳତା

ଭୁବନେଶ୍ୱର: ଓଡ଼ିଶାର ଐତିହ୍ୟବାହୀ ଜୁଏଲେରୀ ବ୍ରାଣ୍ଡ ଖିମଜୀ ଦୟାଭାଇ କୋ. ଗ୍ରୁପ ଗର୍ବର ସହ ନିଜର ୯୦ ବର୍ଷର ଯାତ୍ରା ପାଳନ କରୁଛି। ୧୯୩୬ ଅଗଷ୍ଟରୁ ଆରମ୍ଭ…

ଏବେ କିଣିନିଅନ୍ତୁ ସୁନା, ବଢିବ ସୁନାଦର; ଏକ୍ସପର୍ଟ କହିଦେଲେ କେବେ…

ନୂଆଦିଲ୍ଲୀ,୪।୯: ପାର୍ୱଣ ଏବଂ ବିବାହ ଋତୁ ପାଇଁ ପ୍ରସ୍ତୁତି ଚଳାଇଥିବା ଲୋକଙ୍କ ନିମନ୍ତେ ସେପ୍ଟେମ୍ୱର ମାସଟି ବେଶ ଗୁରୁତ୍ୱପୂର୍ଣ୍ଣ ସାବ୍ୟସ୍ତ ହୋଇପାରେ। ସମ୍ପ୍ରତି ସୁନା ଦରରେ କିଛିଟା…

ସ୍କୁଟି-ଆମ୍ବୁଲାନ୍ସ ମୁହାଁମୁହିଁ ଧକ୍କା: ଚାଲିଗଲା ଶିକ୍ଷକଙ୍କ ଜୀବନ

ମାଲକାନଗିରି,୪।୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ମାଥିଲି ବ୍ଲକ୍‌ ଅଞ୍ଚଳରେ ଏକ ସ୍କୁଟି ଓ ଆମ୍ବୁଲାନ୍ସ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ ଶିକ୍ଷକଙ୍କ ମୃତ୍ୟୁ ଘଟିଛିା। ମୃତକ…

ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଖେଳାଳି, କାହିଁକି ଜାଣନ୍ତୁ…

ନୂଆପଡ଼ା,୪ା୯(ମକାରୁ ବେମାଲ): ନୂଆପଡ଼ା ଜିଲାରେ ଦିବ୍ୟାଙ୍ଗ କ୍ରିକେଟ ଖେଳର ବିକାଶ ପାଇଁ ଗୁରୁବାର ଜନସଂଘର୍ଷ ଦିବ୍ୟାଙ୍ଗ କ୍ରିକେଟ ଆସୋସିଏଶନ (ଜେଏସ୍‌ଡିସିଏ) ଜିଲାପାଳଙ୍କ ଦ୍ୱାରସ୍ଥ ହୋଇଛି। କୋଚ୍‌ କପିଳଦେବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri