ବଜେଟରେ ସୁନେଲି ସ୍ୱପ୍ନ: ବଢ଼ିଲା ମୁଣ୍ଡପିଛା ଋଣବୋଝ

ଭୁବନେଶ୍ୱର,୧୮।୨: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ୨୦୨୫-୨୬ ଆର୍ଥିକବର୍ଷ ପାଇଁ ୨.୯୦ଲକ୍ଷ କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି, ଯାହାକି ୨୦୨୪-୨୫ ଆର୍ଥିକବର୍ଷର ବଜେଟ ପରିମାଣ ୨.୬୫ ଲକ୍ଷ କୋଟି ଟଙ୍କା ତୁଳନାରେ ୯% ଅଧିକ। ୨୦୨୩-୨୪ରେ ରାଜ୍ୟର ଅର୍ଥନୈତିକ ଅଭିବୃଦ୍ଧି ହାର ୯.୬% ରହିଥିବାବେଳେ ୨୦୨୪-୨୫ରେ ଏହା ୭.୨%କୁ ହ୍ରାସ ପାଇଛି। ବଜେଟରେ ବିତ୍ତୀୟ ନିଅଣ୍ଟ ପରିମାଣରେ ୦.୧% ବୃଦ୍ଧି ପାଇଛି।

୨୦୨୪-୨୫ରେ ବିତ୍ତୀୟ ନିଅଣ୍ଟ ରାଜ୍ୟ ଜିଡିପିର ୩.୧% ଥିବାବେଳେ ସଦ୍ୟ ବଜେଟରେ ଏହା ୩.୨%କୁ ବଢ଼ିବ। ୨୦୨୩-୨୪ ଆର୍ଥିକ ବର୍ଷରେ ବିତ୍ତୀୟ ନିଅଣ୍ଟ ପରିମାଣ ରାଜ୍ୟ ଜିଡିପିର ୧.୮%(ସଂଶୋଧିତ ବଜେଟରେ) ରହିଥିଲା। ଏଫ୍‌ଆରବିଏମ୍‌ ଆକ୍ଟ ଅନୁସାରେ ରାଜ୍ୟର ବିତ୍ତୀୟ ନିଅଣ୍ଟ ପରିମାଣ ସର୍ବାଧିକ ରାଜ୍ୟ ଜିଡିପିର ୩.୫% ପର୍ଯ୍ୟନ୍ତ ହୋଇପାରିବ। ସେହିପରି ରାଜ୍ୟର ଋଣବୋଝ ମଧ୍ୟ ୧% ବୃଦ୍ଧି ପାଇ ଜିଡିପିର ୧୨.୭%କୁ ଛୁଇଁବ ବୋଲି ଆକଳନ ହୋଇଛି।

୨୦୨୪-୨୫ ଆର୍ଥିକବର୍ଷର ସଂଶୋଧିତ ବଜେଟରେ ରାଜ୍ୟର ଋଣବୋଝ ପରିମାଣ ୧ଲକ୍ଷ ୧୦ହଜାର ୭୧୪କୋଟି ଟଙ୍କା ଥିବାବେଳେ ୨୦୨୫-୨୬ରେ ଏହା ବୃଦ୍ଧି ପାଇ ୧ଲକ୍ଷ ୩୪ହଜାର ୯୧୪କୋଟି ଟଙ୍କା (ରାଜ୍ୟ ଜିଡିପିର ୧୨.୭%) ଛୁଇଁବ। ରାଜ୍ୟରେ ମୁଣ୍ଡପିଛା ଋଣବୋଝ ୨୮୭୦୫ଟଙ୍କା ହେବ। ତେବେ ୨୦୨୯-୩୦ ଆର୍ଥିକବର୍ଷ ବେଳକୁ ସରକାର ରାଜ୍ୟ ଜିଡିପିର ୧୫.୭% ପ୍ରତିଶତ ଋଣ ଆହରଣ କରିଥିବେ ବୋଲି ଆକଳନ କରିଛନ୍ତି। ଏଫ୍‌ଆରବିଏମ୍‌ ଆକ୍ଟ ଆଧାରରେ ଋଣ ପରିମାଣ ରାଜ୍ୟ ଜିଡିପିର ୨୫% ମଧ୍ୟରେ ରହିବା ଜରୁରୀ ଥିବାବେଳେ ଓଡ଼ିଶା ଏଦିଗରେ ଭଲ ସ୍ଥିତିରେ ଅଛି ବୋଲି ବଜେଟରେ ସରକାର ଦାବି କରିଛନ୍ତି।

ରାଜ୍ୟର ଡିଜିପି ପରିମାଣ ୨୦୨୪-୨୫ରେ ୯.୨୬ଲକ୍ଷ କୋଟି ଟଙ୍କା ଥିବାବେଳେ ୨୦୨୫-୨୬ରେ ଏହା ୮% ହାରରେ ବାସ୍ତବ ଅଭିବୃଦ୍ଧି କରି ୧୦.୬୭ଲକ୍ଷ କୋଟି ଟଙ୍କା ଛୁଇଁବା ନେଇ ଆକଳନ କରାଯାଇଛି। ତେବେ ୨୦୨୪-୨୫ର ସଂଶୋଧିତ ଆକଳନ ଅନୁସାରେ ରାଜ୍ୟର ଜିଡିପି ପରିମାଣର ୯.୪୯ଲକ୍ଷ କୋଟି ଟଙ୍କା ଛୁଇଁବ ବୋଲି ପରିସଂଖ୍ୟାନ ନିର୍ଦ୍ଦେଶାଳୟର ଅଗ୍ରିମ ଆକଳନରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?