Posted inଖେଳ

୫୬ତମ ଜନ୍ମଦିବସ ପାଳନ କଲେ ଗୋଲ୍ଡେନ ଗର୍ଲ ପିଟି ଉଷା

ନୂଆଦିଲ୍ଲୀ,୨୭।୬: ଦୌଡ଼ରାଣୀ କୁହାଯାଉଥିବା ପି.ଟି. ଊଷା ତାଙ୍କର ୫୬ତମ ଜନ୍ମଦିବସ ପାଳନ କରିଛନ୍ତି। ଏହି ଅବସରରେ କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ କିରେନ ରିଜିଜୁଙ୍କ ସମେତ କ୍ରୀଡ଼ାଜଗତର ତାରକାମାନେ ଅଭିନନ୍ଦନ ଜଣାଇଛନ୍ତି। ଭାରତୀୟ କ୍ରୀଡ଼ାଜଗତକୁ ତାଙ୍କର ଅବଦାନ ଅତୁଳନୀୟ। ଯୁବ ଆଥଲେଟଙ୍କୁ ଟ୍ରେନିଂ ଓ କୋଚିଂ ଦେଉଥିବା ଊଷାଙ୍କ ଜୀବନ ସୁଖମୟ ଓ ଦୀର୍ଘ ହେଉ ବୋଲି ରିଜିଜୁ ଟୁଇଟ୍‌ କରି ଶୁଭେଚ୍ଛା ଜଣାଇଛନ୍ତି। ସେହିପରି ଭାରତୀୟ କ୍ରିକେଟର ତଥା ପୂର୍ତତନ ଅଲରାଉଣ୍ଡର ଯୁବରାଜ ସିଂ, ଟେବୁଲ ଟେନିସ ତାରକା ଶରଥ କମଲ, ପାରା ଆଥଲେଟ ଦୀପା ମଲିକ, ବ୍ୟାଡମିଣ୍ଟନ ତାରକା ଜ୍ୱାଲା ଗୁଟ୍ଟା, ପାରା ଆଥଲେଟ୍‌ ପ୍ରମୋଦ ଭଗତ, ଶିବା କେଶବନ ଟୁଇଟ କରି ଅଭିନନ୍ଦନ ଜଣାଇଛନ୍ତି।
ଟ୍ରାକ ଆଣ୍ଡ୍‌ ଫିଲ୍ଡରେ ଊଷା ଭାରତ ସବୁଠାରୁ ସଫଳତମ ଆଥଲେଟ ବିବେଚିତ ହୁଅନ୍ତି। ଏସିଆନ୍‌ ଗେମ୍ସରେ ସେ ୧୧ ପଦକ ହାସଲ କରି ଇତିହାସ ସୃଷ୍ଟି କରିଥିଲେ। ୨୦୦୦ରେ ଅବସର ଘୋଷଣା କରିଥିବା ଊଷାଙ୍କୁ ‘ଗୋଲ୍ଡେନ ଗର୍ଲ’ ଓ ‘ଦୌଡ଼ ରାଣୀ’ ରୂପେ ବିବେଚିତ ହୁଅନ୍ତି। ୨୦୦୨ରେ ସେ ଊଷା ସ୍କୁଲ ଅଫ୍‌ ଆଥଲେଟ୍ସ ସ୍ଥାପନ କରି ଯୁବ ଖେଳାଳିଙ୍କୁ ପ୍ରଶିକ୍ଷଣ ଦେଇ ଆସୁଛନ୍ତି। ୧୯୮୬ ସିଓଲ ଏସିଆନ ଗେମ୍ସ ଭାରତ ୫ଟି ସ୍ବର୍ଣ୍ଣ ପଦକ ହାସଲ କରିଥିଲା। ଏଥିମଧ୍ୟରୁ ଊଷା ଏକା ୪ଟି ସ୍ବର୍ଣ୍ଣ ପଦକ ଜିତିଥିଲେ। ସେ ୨୦୦ମି, ୪୦୦ମି, ୪୦୦ମି ହର୍ଡଲ୍ସ ଓ ୪x୪୦୦ ରିଲେରେ ସ୍ବର୍ଣ୍ଣ ପଦକ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଫେରିବା ବାଟରେ ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ବୋଲେରୋ; ଯୁବକ ଗୁରୁତର; ଡ୍ରାଇଭର…

କେସିଙ୍ଗା,୩୧।୧୨( ତୁମେଶ୍ୱର ସାହୁ): ରାତି ପାହିଲେ ନୂଆବର୍ଷ। ଗାଁଠୁ ନେଇ ସହର ଯାଏ ନୂଆବର୍ଷ ପାଳନ ପାଇଁ ଚାଲିଛି ସଜ ବାଜ। ଏଭଳି ସମୟରେ କେସିଙ୍ଗା...

ବରିଷ୍ଠ IAS ଅରବିନ୍ଦ ପାଢ଼ୀଙ୍କୁ ମିଳିଲା ପ୍ରମୋଶନ

ଭୁବନେଶ୍ବର,୩୧ା୧୨: ଓଡ଼ିଶା ପ୍ରଶାସନିକ ସ୍ତରରେ ଏକ ବଡ଼ ପରିବର୍ତ୍ତନ ହୋଇଛି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ସଚିବ ତଥା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ...

ରୁଷକୁ ବିଶ୍ବାସ ଯେ… ୨୦୨୫ ବର୍ଷର ଶେଷ ଭାଷଣରେ ଜେଲେନ୍ସକିଙ୍କ ବିଷୟରେ କଣ କହିଲେ ପୁଟିନ୍

ନୂଆଦିଲ୍ଲୀ,୩୧।୧୨: ରୁଷ ରାଷ୍ଟ୍ରପତି ପୁଟିନ ନୂତନ ବର୍ଷ ପୂର୍ବ ସନ୍ଧ୍ୟାରେ ଦେଶକୁ ସମ୍ବୋଧିତ କରିଛନ୍ତି । ୟୁକ୍ରେନରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ସେ କହିଥିଲେ ଯେ...

ଭୂତକୋଠା ପାଲଟିଛି ଶିକ୍ଷକ ଭବନ, ରାତି-ଦିନରେ ଜମୁଛି ମଦର ଆସର

ମୋହନା,୩୧/୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକ ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ । ଏହା ୩୯ଟି ପଞ୍ଚାୟତକୁ ନେଇ ଗଠିତ । ଏହି ବ୍ଲକର...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ, ଡେଙ୍ଗାପଦର ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୧|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ୪ର୍ଥ ଦିବସ ଆଜି ଆୟୋଜିତ...

ଭଞ୍ଜନଗରରେ ପରିବେଶ ଆଇନ୍ ସଚେତନତା ଶିବିର, ସାମିଲ ହେଲେ….

ଭଞ୍ଜନଗର,୩୧/୧୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି ସମ୍ମିଳନୀ ହଲ୍‌ରେ ବୁଧବାର “Protect Today, Secure Tomorrow” ଶୀର୍ଷକ ଅଧୀନରେ ଏକ ପରିବେଶ...

ଭିଜିଲାନ୍ସ ଜାଲରେ ଛେଣ୍ଡିପଦା ଅତିରିକ୍ତ ତହସିଲଦାର, ୯ ହଜାର ଟଙ୍କା ପାଇଁ…

ଅନୁଗୋଳ,୩୧ା୧୨: ଜମି ମ୍ୟୁଟେସନ କେସ୍‌ ପାଇଁ ଲାଞ୍ଚ ନେବା ଅତିରିକ୍ତ ତହସିଲଦାରଙ୍କୁ ମହଙ୍ଗା ପଡ଼ିଛି। ବୁଧବାର ଅନୁଗୋଳ ଜିଲା ଛେଣ୍ଡିପଦା ତହସିଲର ଅତିରିକ୍ତ ତହସିଲଦାର ପ୍ରକାଶ...

ଉଷୁ କପ ପ୍ରତିଯୋଗିତାରେ ବଲାଙ୍ଗୀରକୁ ୩ ପଦକ, ଜିଲା ପ୍ରଶାସନ ପକ୍ଷରୁ ଖେଳାଳୀଙ୍କୁ ସମ୍ବର୍ଦ୍ଧନା

ବଲାଙ୍ଗୀର,୩୧/୧୨ -( ସୁନିଲ କୁମାର ମହାନ୍ତି): ଦ୍ବିତୀୟ ତମ ଜାତୀୟ ଫେଡେରେସନ ଉଷୁ କପ ପ୍ରତିଯୋଗିତା ଛତିଶଗଡ଼ ଠାରେ ଅନୁଷ୍ଠିତ ହୋଇଥିଲା । ଏହି ପ୍ରତିଯୋଗୀତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri