‘ନାଟୁ ନାଟୁ’କୁ ଗୋଲ୍ଡେନ୍‌ ଗ୍ଲୋବ୍‌ ଆଓ୍ବାର୍ଡ

ଓ୍ବାଶିଂଟନ୍‌,୧୨।୧: ଗତବର୍ଷର ସୁପରହିଟ୍‌ ପାନ୍‌ ଇଣ୍ଡିଆ ଫିଲ୍ମ ‘ଆର୍‌ଆର୍‌ଆର୍‌’ର ଗୀତ ‘ନାଟୁ ନାଟୁ’କୁ ‘ଗୋଲ୍ଡେନ୍‌ ଗ୍ଲୋବ୍‌’ ଆଓ୍ବାର୍ଡ ପ୍ରଦାନ କରାଯାଇଛି। ବେଷ୍ଟ୍‌ ଅରିଜିନାଲ୍‌ ସଙ୍ଗ୍‌ କାଟାଗୋରି ପାଇଁ ଏହି ପୁରସ୍କାର ଦିଆଯାଇଥିବାବେଳେ ଏହା ହେଉଛି ଭାରତୀୟ ମନୋରଞ୍ଜନ ଜଗତ ପାଇଁ ପ୍ରଥମ ଗୋଲ୍ଡେନ୍‌ ଗ୍ଲୋବ୍‌ ଆଓ୍ବାର୍ଡ। ବେଷ୍ଟ୍‌ ନନ୍‌-ଇଂଲିଶ ଲାଙ୍ଗୁଏଜ୍‌ ଫିଲ୍ମ ବର୍ଗର ଦୌଡ଼ରେ ଜର୍ମାନୀର ‘ଓ୍ବେଷ୍ଟର୍ନ ଫ୍ରଣ୍ଟ୍‌’ ବେଲଜିୟମ୍‌ର ‘କ୍ଲୋଜ୍‌’ ଏବଂ ଦକ୍ଷିଣ କୋରିଆର ‘ଡିସିସନ୍‌ ଟୁ ଲିଭ୍‌’କୁ ଫିଲ୍ମ ଆର୍‌ଆର୍‌ଆର୍‌ ପଛରେ ପକାଇଦେଇଛି।

ନାଟୁନାଟୁ ଗୀତର କମ୍ପୋଜର ଏମ୍‌ଏମ୍‌ କୀରଭାନି ମଞ୍ଚକୁ ଯାଇ ପୁରସ୍କାର ଗ୍ରହଣ କରିଥିଲେ। ଏହି ଅବସରରେ କୀରଭାନି ଭାବବିହ୍ବଳ ହୋଇ ପଡ଼ିଥିବା ଦେଖିବାକୁ ମିଳିଥିଲା। ନିର୍ଦ୍ଦେଶକ ଏସ୍‌ଏସ୍‌ ରାଜାମୌଲିଙ୍କ ସହ ସେ ବହୁ ଫିଲ୍ମରେ କାମ କରିଥିବାବେଳେ ଏହି ସଫଳତା ପାଇଁ ଟିମ୍‌ର ପ୍ରତ୍ୟେକ ସଦସ୍ୟଙ୍କ ଯୋଗଦାନ ରହିଥିବା ସେ କହିଛନ୍ତି। ଏଥିସହ ଗୋଲ୍ଡେନ୍‌ ଗ୍ଲୋବ୍‌ ଆଓ୍ବାର୍ଡ ନେଇ ସେ ଖୁସି ବ୍ୟକ୍ତ କରିଛନ୍ତି। ଚଳଚ୍ଚିତ୍ର ଜଗତରେ କାମ କରିବା ପର୍ଯ୍ୟନ୍ତ ସେ ନୂଆ ନୂଆ ଜିନିଷ ଶିଖିବାକୁ ଚେଷ୍ଟା କରିବେ ବୋଲି କୀରଭାନି କହିଛନ୍ତି। ଚଳିତବର୍ଷର ୮୦ତମ ଗ୍ଲୋବାଲ ଗୋଲ୍ଡ ଆଓ୍ବାର୍ଡ ସମାରୋହ ଲସ୍‌ଏଞ୍ଜେଲ୍ସରେ ଅନୁଷ୍ଠିତ ହୋଇଥିଲା। ହାସ୍ୟ ଅଭିନେତା ଜେରୋଦ କାର୍ମିଚିଲ କାର୍ଯ୍ୟକ୍ରମର ହୋଷ୍ଟ ସାଜିଥିଲେ। ନାଟୁନାଟୁର ସଫଳତାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଓ କଳାକାର ଟିମ୍‌କୁ ଶୁଭେଚ୍ଛା ଜଣାଇଛନ୍ତି।

୧୯୨୦ ମସିହା ବ୍ରିଟିଶ ଶାସନାଧୀନ ଭାରତ ଉପରେ ଏହି ଫିଲ୍ମର କାହାଣୀ ଆଧାରିତ। ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ଅଭିନେତା ଜୁନିୟର୍‌ ଏନ୍‌ଟିଆର୍‌ ଏବଂ ରାମଚରଣ ଫିଲ୍ମରେ ମୁଖ୍ୟ ଭୂମିକାରେ ଅଭିନୟ କରିଥିବାବେଳେ ଅଜୟ ଦେବଗନ, ଆଲିଆ ଭଟ୍ଟ ଓ ବ୍ରିଟିଶ ଅଭିନେତା ରେ ଷ୍ଟେଭେନ୍‌ସନ୍‌, ଆଲିସନ୍‌ ଡୁଡି ଏବଂ ଓଲିଭିଆ ମୋରିସ୍‌ ମଧ୍ୟ ଅଭିନୟର ଯାଦୁକରୀରେ ଦର୍ଶକଙ୍କ ମନ ମୋହିଛନ୍ତି॥ ଫିଲ୍ମଟି ବିଶ୍ୱବ୍ୟାପୀ ୧୨୦୦ କୋଟି ଟଙ୍କାର ବ୍ୟବସାୟ କରିଛି। ଗ୍ଲୋବାଲ ଗୋଲ୍ଡ ଆଓ୍ବାର୍ଡରେ ସମ୍ମାନିତ ହେବା ପୂର୍ବରୁ ନିର୍ଦ୍ଦେଶକ ରାଜାମୌଲିଙ୍କୁ ନ୍ୟୁୟର୍କ ଫିଲ୍ମ କ୍ରିଟିକ୍‌ ସର୍କଲ୍‌ ଆଓ୍ବାର୍ଡରେ ସମ୍ମାନିତ କରାଯାଇଛି। ଅନ୍ୟପକ୍ଷେ ଓସ୍କାର ଆଓ୍ବାର୍ଡ ପାଇଁ ଫିଲ୍ମକୁ ବିଭିନ୍ନ କାଟାଗୋରିରେ ଚୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ବିଶେଷ ଫରକ ପଡ଼ିବ ନାହିଁ, ବିରାଟ-ରୋହିତଙ୍କ ଦିନିକିଆରୁ ଅବସରକୁ ନେଇ ଏ କ’ଣ କହିଦେଲେ ସେହ୍ବାଗ

ନୂଆଦିଲ୍ଲୀ,୨୫।୯: ଭାରତ ଓ ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ ସେପ୍ଟେମ୍ବର ୨୭ରୁ ଆରମ୍ଭ ହେବାକୁ ଯାଉଛି। ଏହି ସିରିଜ୍‌ରେ ଆଉ ଥରେ…

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?